Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 22:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ଅବ୍ରହାମ କହିଲେ, ପୁତ୍ର, ପରମେଶ୍ଵର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ। ତହୁଁ ଦୁହେଁ ଏକତ୍ର ଚାଲିଗଲେ।

Gade chapit la Kopi

ଓଡିଆ ବାଇବେଲ

8 ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ।

Gade chapit la Kopi

ପବିତ୍ର ବାଇବଲ

8 ଅବ୍ରହାମ ଉତ୍ତର ଦେଲେ, “ହେ ମୋର ପୁତ୍ର, ପରମେଶ୍ୱର ନିଜେ ଉତ୍ସର୍ଗ ପାଇଁ ସେହି ମେଷ ଯୋଗାଇବେ।” ତେଣୁ ଇ‌ସ୍‌ହାକ ଓ ଅବ୍ରହାମ ଏକତ୍ର ସେଇ ସ୍ଥାନକୁ ଗ୍ଭଲିଲେ।

Gade chapit la Kopi




ଆଦି ପୁସ୍ତକ 22:8
14 Referans Kwoze  

ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ।


ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।


ସେମାନେ ଉଚ୍ଚସ୍ୱରରେ କହୁଥିଲେ, “ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି।”


ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।”


ଜଗତର ସୃଷ୍ଟିଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ ପ୍ରଣାମ କରିବେ।


ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ବରଙ୍କର ସମସ୍ତ ସାଧ୍ୟ।”


ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ବଳୀକୃତ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।


ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୁଦାୟ ପୃଥିବୀରେ ପ୍ରେରିତ ଈଶ୍ବରଙ୍କର ସପ୍ତ ଆତ୍ମା।


ତହିଁରେ ଅମତ୍‍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କʼଣ କରିବା?” ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; “ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।”


ଆଉ ଇସ୍‌ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢାଛୁଆ କାହିଁ?”


ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍‌ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।


ପୁଣି, ଅବ୍ରହାମ ସେହି ସ୍ଥାନର ନାମ “ଯିହୋବାଃ-ଯିରି” ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, “ପର୍ବତରେ ସଦାପ୍ରଭୁ ଯୋଗାଇବେ।”


ଏଥିଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି।” ତହୁଁ ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ଏଥିରେ ସେ ଦୁହେଁ ଅଗ୍ରସର ହେଲେ।


Swiv nou:

Piblisite


Piblisite