Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 22:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍‌ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ ପରମେଶ୍ଵରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦୀ ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍‍ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।

Gade chapit la Kopi

ଓଡିଆ ବାଇବେଲ

9 ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍‍ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।

Gade chapit la Kopi

ପବିତ୍ର ବାଇବଲ

9 ପରମେଶ୍ୱର କହିଥିବା ସ୍ଥାନକୁ ସେମାନେ ଆସିଲେ। ସେଠାରେ ଅବ୍ରହାମ ଏକ ଯଜ୍ଞବେଦି ସ୍ଥାପନ କଲେ ଏବଂ ତାହା ଉପରେ କାଠ ସଜାଡ଼ିଲେ। ଏହା ପରେ ଅବ୍ରହାମ ଇ‌ସ୍‌ହାକକୁ ବାନ୍ଧି ଯଜ୍ଞବେଦିର କାଠ ଉପରେ ଶୁଆଇ ଦେଲେ।

Gade chapit la Kopi




ଆଦି ପୁସ୍ତକ 22:9
23 Referans Kwoze  

ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍‌ହାକଙ୍କୁ ଉତ୍ସର୍ଗ କରିବା ବେଳେ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ?


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।


ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେ ମାତ୍ର ଉତ୍ସର୍ଗୀକୃତ ହେଲେ, କିନ୍ତୁ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।


ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।


ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅବ୍ରହାମଙ୍କର ଆଶୀର୍ବାଦ ଯେପରି ଅଣଯିହୁଦୀମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,


ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, “ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକ ଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ।


ପ୍ରଭାତ ହେବାମାତ୍ରେ ସମସ୍ତେ ମହାସଭା, ଅର୍ଥାତ୍‍ ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତ ପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ।


ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ।


ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ୱାରା ବଳିକୁ ବାନ୍ଧ।


ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା;” ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।


ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।


ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍‍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍‍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।


ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।


ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ।


ଏଥିଉତ୍ତାରେ ଅବ୍ରହାମ ହସ୍ତ ବିସ୍ତାରି ପୁତ୍ରକୁ ବଧ କରିବା ନିମନ୍ତେ ଛୁରିକା ଧରିଲେ।


ତହୁଁ ସେ କାଷ୍ଠ ସଜାଇ ବୃଷକୁ ଖଣ୍ଡ ଖଣ୍ଡ କରି କାଟି କାଷ୍ଠ ଉପରେ ଥୋଇଲେ। ଆଉ ସେ କହିଲେ, “ଚାରି କଳସ ଜଳରେ ପୂର୍ଣ୍ଣ କରି ହୋମାର୍ଥକ ବଳି ଓ କାଷ୍ଠ ଉପରେ ତାହା ଢାଳ।”


Swiv nou:

Piblisite


Piblisite