Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ‘ତୁମ୍ଭେ ଆପଣା କଳସ ନୁଆଁଇ ମୋତେ ଜଳ ପାନ କରାଅ,’ ଏହି କଥା କହିଲେ ସେହି କନ୍ୟା ଯଦି କହିବ, ‘ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି,’ ତେବେ ସେ ତୁମ୍ଭ ଦାସ ଇସ୍‌ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋʼ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ତୁମ୍ଭେ ଆପଣା କଳଶ ନୁଆଁଇ ମୋତେ ଜଳ ପାନ କରାଅ, ଏହି କଥା କହିଲେ ସେ ଯେବେ କହିବ, ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି, ତେବେ ସେ ତୁମ୍ଭ ଦାସ ଇସ୍‍ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋʼ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।

Gade chapit la Kopi

ଓଡିଆ ବାଇବେଲ

14 ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ତୁମ୍ଭେ ଆପଣା କଳସ ନୁଆଁଇ ମୋତେ ଜଳ ପାନ କରାଅ, ଏହି କଥା କହିଲେ ସେହି କନ୍ୟା ଯଦି କହିବ, ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି, ତେବେ ସେ ତୁମ୍ଭ ଦାସ ଇସ୍‍ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋ’ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।”

Gade chapit la Kopi

ପବିତ୍ର ବାଇବଲ

14 ମୁଁ ଅପେକ୍ଷା କଲି ତୁମ୍ଭର ଚିହ୍ନ ପାଇଁ କିଏ ଇ‌ସ୍‌ହାକର ସ୍ତ୍ରୀ ହେବ। ମୁଁ ସେହି ଝିଅକୁ କହିବି ‘ଦୟାକରି ତୁମ୍ଭର ପାତ୍ର ମୋ’ ଆଡ଼କୁ ତଳମୁହାଁ କର। ଯେପରି ମୁଁ ପାଣି ପିଇ ପାରିବି।’ ମୁଁ ଜାଣି ପାରିବି ସେହି ହେଉଛି ଉପଯୁକ୍ତ ପାତ୍ରୀ ଯିଏ କହିବ, ‘ପାଣି ପିଅ ଏବଂ ମୁଁ ତୁମ୍ଭର ଓଟମାନଙ୍କୁ ମଧ୍ୟ ପାଣି ଦେବି।’ ଯଦି ଏହିପରି ହୁଏ, ତେବେ ମୁଁ ଜାଣିବି ସେ ହେଉଛି ଇ‌ସ୍‌ହାକ ପାଇଁ ଉପଯୁକ୍ତ କନ୍ୟା। ଏବଂ ମୁଁ ଜାଣିବି ତୁମ୍ଭେ ମୋର ମୁନିବଙ୍କ ଉପରେ ଦୟା କଲ।”

Gade chapit la Kopi




ଆଦି ପୁସ୍ତକ 24:14
22 Referans Kwoze  

ତେବେ ଦେଖ, ମୁଁ ଖଳାରେ ଗଦାଏ ମେଷଲୋମ ରଖିବି; ଯେବେ କେବଳ ସେହି ଲୋମଗଦା ଉପରେ କାକର ପଡ଼େ ଓ ସମସ୍ତ ଭୂମି ଶୁଷ୍କ ରହେ, ତେବେ ତୁମ୍ଭେ ଆପଣା ବାକ୍ୟାନୁସାରେ ମୋʼ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ ବୋଲି ମୁଁ ଜାଣିବି।”


ତହୁଁ ସେ ତାହାଙ୍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଏବେ ଅନୁଗ୍ରହ ପାଇଲି, ତେବେ ଆପଣ ଯେ ମୋହର ସଙ୍ଗରେ କଥା କହୁଅଛନ୍ତି, ତହିଁର ଏକ ଚିହ୍ନ ମୋତେ ଦେଖାଉନ୍ତୁ।


ତହୁଁ ଅବ୍ରାମ କହିଲେ, “ହେ ପ୍ରଭୋ ସଦାପ୍ରଭୋ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?”


“ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।”


ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।


ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ ଆକ୍ରମଣ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”


ତହୁଁ ସେମାନେ ତାହାକୁ କହିଲେ, “ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ୱରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ।”


ଏଥିନିମନ୍ତେ ମୁଁ କିପରି ନିରନ୍ତର ତୁମ୍ଭମାନଙ୍କ ନାମ ଉଲ୍ଲେଖ କରି ମୋହର ସମସ୍ତ ପ୍ରାର୍ଥନାରେ ସର୍ବଦା ନିବେଦନ କରିଆସୁଅଛି, ସେ ବିଷୟରେ ଯେଉଁ ଈଶ୍ବରଙ୍କୁ ମୁଁ ମୋହର ଆତ୍ମା ଦେଇ ତାହାଙ୍କ ପୁତ୍ରଙ୍କ ସୁସମାଚାରରେ ସେବା କରେ, ସେ ମୋହର ସାକ୍ଷୀ ଅଟନ୍ତି।


ଏଥିରେ ଯୋୟାବ ଅମାସାଙ୍କୁ ପଚାରିଲା, “କି ଭାଇ, ସବୁ ମଙ୍ଗଳ ତ?” ତହୁଁ ଯୋୟାବ ଅମାସାଙ୍କୁ ଚୁମ୍ବନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା।


ଏଥିରେ ସେ ଯେବେ କହିବେ, ‘ଭଲ,’ ତେବେ ତୁମ୍ଭ ଦାସର କୁଶଳ ହେବ; ମାତ୍ର ସେ ଯେବେ ଅତି କ୍ରୋଧ କରନ୍ତି, ତେବେ ଜାଣ ଯେ, ତାଙ୍କ ଦ୍ୱାରା ଅମଙ୍ଗଳ ସ୍ଥିର ହୋଇଅଛି।


ପୁଣି, ସେ କନ୍ୟା ଯଦି କହେ, ତୁମ୍ଭେ ପାନ କର ଓ ତୁମ୍ଭ ଓଟମାନଙ୍କ ନିମନ୍ତେ ହେଁ ପାଣି କାଢ଼ି ଦେବି; ତେବେ ସେ ମୋʼ କର୍ତ୍ତାଙ୍କ ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଦ୍ୱାରା ନିରୂପିତା କନ୍ୟା ହେଉ।’


ଦେଖ, ମୁଁ ଏହି କୂପ ନିକଟରେ ଛିଡ଼ା ହେଉଅଛି, ଆଉ ଏ ନଗରବାସୀମାନଙ୍କ କନ୍ୟାଗଣ ଜଳ ନେବା ପାଇଁ ଆସୁଅଛନ୍ତି;


ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା।


ତହିଁରେ ସେ କହିଲା, “ମହାଶୟ, ପାନ କରନ୍ତୁ,” ଏହା କହି ସେ ଶୀଘ୍ର କଳସ ହାତକୁ ଓହ୍ଲାଇ ତାହାକୁ ପାନ କରିବାକୁ ଦେଲା।


ପୁଣି, ତାହାକୁ ପାନ କରାଇଲା ଉତ୍ତାରେ କହିଲା, “ମଧ୍ୟ ତୁମ୍ଭର ଓଟ ସବୁ ପାଣି ପିଇ ସାରିବା ଯାଏ ମୁଁ ପାଣି କାଢ଼ିବି।”


ତେବେ ଦେଖ, ମୁଁ ଏବେ ଏହି ସଜଳ କୂପ ନିକଟରେ ଛିଡ଼ା ହୋଇଅଛି। ତହିଁରେ ଜଳ କାଢ଼ିବାକୁ ଆଗତା କୌଣସି କନ୍ୟାକୁ ଯଦି ମୁଁ କହେ, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ;


Swiv nou:

Piblisite


Piblisite