Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 “ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋʼ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋʼ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ମୋର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ଵର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋʼ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି ସଦାପ୍ରଭୁ ମୋତେ ମୋʼ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

27 “ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋ’ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋ’ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

27 ସେହି ଦାସଜଣକ କହିଲେ, “ମୋର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହୁଅନ୍ତୁ। ଯେହେତୁ ସଦାପ୍ରଭୁ ମୋର କର୍ତ୍ତାଙ୍କ ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି। ସଦାପ୍ରଭୁ ମୋ’ କର୍ତ୍ତାଙ୍କର ସମ୍ପର୍କୀୟଙ୍କ ଗୃହକୁ କଢ଼ାଇ ନେଲେ।”

Gade chapit la Kopi




ଆଦି ପୁସ୍ତକ 24:27
31 Referans Kwoze  

ଆଉ ମୁଁ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କଲି, ପୁଣି, ଯେ ମୋʼ କର୍ତ୍ତାଙ୍କ ପୁତ୍ର ନିମନ୍ତେ ତାଙ୍କ ଭ୍ରାତୃକନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ, ମୋʼ କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କଲି।


ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି।


ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟି ମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି।


ପୁଣି, ଏହି ପ୍ରାର୍ଥନା କଲା, “ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।


ଏଥିରେ ଦାଉଦ ଅବୀଗଲକୁ କହିଲେ, “ଆଜି ଯେ ମୋʼ ସଙ୍ଗରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ;


ଏଣୁ ସ୍ତ୍ରୀମାନେ ନୟମୀକି କହିଲେ, “ଧନ୍ୟ ସଦାପ୍ରଭୁ, ସେ ଆଜି ତୁମ୍ଭକୁ ମୁକ୍ତିକର୍ତ୍ତା ଜ୍ଞାତିହୀନ କରି ନାହାନ୍ତି; ଇସ୍ରାଏଲ ବଂଶରେ ଏହି ବାଳକର ନାମ ବିଖ୍ୟାତ ହେଉ।


ପୁଣି, ଯିଥ୍ରୋ କହିଲେ, “ଯେଉଁ ସଦାପ୍ରଭୁ ମିସରୀୟମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ।


“ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ବର, କାରଣ ସେ କୃପାଦୃଷ୍ଟି କରି, ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;


ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।


କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।


ସେତେବେଳେ ଅହୀମାସ୍‍ ଡାକ ପକାଇ ରାଜାଙ୍କୁ କହିଲା, “ସବୁ ମଙ୍ଗଳ।” ତହୁଁ ସେ ରାଜାଙ୍କର ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ମୋହର ପ୍ରଭୁ ମହାରାଜଙ୍କ ବିରୁଦ୍ଧରେ ଯେଉଁ ମନୁଷ୍ୟମାନେ ହସ୍ତ ଉଠାଇଥିଲେ, ସେମାନଙ୍କୁ ସେ ସମର୍ପଣ କରିଦେଇଅଛନ୍ତି।”


ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍‍।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,


କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।


ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।


ମୁଁ ଧାର୍ମିକତାର ମାର୍ଗରେ, ବିଚାରର ପଥ ମଧ୍ୟରେ ଗମନ କରେ,


ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ୱର ଆମ୍ଭମାନଙ୍କର ପରିତ୍ରାଣ। [ସେଲା]


ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।


ଆଉ ଦ୍ୱିତୀୟ ଦିନ ସେ ବାହାରକୁ ଯାଇ ଦୁଇ ଜଣ ଏବ୍ରୀଙ୍କୁ ବିବାଦ କରୁଥିବାର ଦେଖି ଦୋଷୀ ଲୋକଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇଙ୍କୁ କାହିଁକି ପ୍ରହାର କରୁଅଛ?”


କାଳକ୍ରମେ ମୋଶା ବଡ଼ ହେଲା ଉତ୍ତାରେ ଦିନକରେ ସେ ଆପଣା ଭ୍ରାତୃଗଣ ନିକଟକୁ ଯାଇ ସେମାନଙ୍କୁ ଭାର ବହିବାର ଦେଖିଲେ; ପୁଣି, ଜଣେ ମିସରୀୟ ତାହାର ଭ୍ରାତୃଗଣ ମଧ୍ୟରୁ ଜଣେ ଏବ୍ରୀଙ୍କୁ ପ୍ରହାର କରୁଥିବାର ଦେଖିଲେ।


ଏହେତୁ ଆଜି ମୁଁ ଏହି କୂପ ନିକଟରେ ଉପସ୍ଥିତ ହୋଇ ଏହି ପ୍ରାର୍ଥନା କଲି, ‘ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ଯଦି ମୋହର କୃତ ଯାତ୍ରା ସଫଳ କର,


ତହିଁରେ ସେହି ପୁରୁଷ ତାହା ପ୍ରତି ସ୍ଥିର ଦୃଷ୍ଟି କରି ଅନାଇ ରହିଲା; ପୁଣି, ସଦାପ୍ରଭୁ ତାହାର ଯାତ୍ରା ସଫଳ କରିବେ କି ନାହିଁ, ତାହା ଜାଣିବା ନିମନ୍ତେ ନିରବ ରହିଲା।


ମାତ୍ର, ତୁମ୍ଭେ ଆମ୍ଭ ଦେଶୀୟ ଜ୍ଞାତିମାନଙ୍କ ନିକଟକୁ ଯାଇ ମୋʼ ପୁତ୍ର ଇସ୍‌ହାକ ନିମନ୍ତେ କନ୍ୟା ଆଣିବ।”


ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।


ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।


ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।


ବିନୟ କରୁଅଛି, ମୋʼ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ।


ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;


Swiv nou:

Piblisite


Piblisite