Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ଫିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି, ତାହାର ଓ ତାହାର ସଙ୍ଗୀମାନଙ୍କର ପାଦ ପ୍ରକ୍ଷାଳନ ନିମନ୍ତେ ପାଣି ଦେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ଫିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି ତାହାର ଓ ତାହାର ସଙ୍ଗୀମାନଙ୍କର ପାଦପ୍ରକ୍ଷାଳନ ନିମନ୍ତେ ଜଳ ଦେଲା।

Gade chapit la Kopi

ଓଡିଆ ବାଇବେଲ

32 ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ଫିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି, ତାହାର ଓ ତାହାର ସଙ୍ଗୀମାନଙ୍କର ପାଦ ପ୍ରକ୍ଷାଳନ ନିମନ୍ତେ ପାଣି ଦେଲା।

Gade chapit la Kopi

ପବିତ୍ର ବାଇବଲ

32 ତେଣୁ ଅବ୍ରହାମଙ୍କର ଦାସ ଗୃହକୁ ଗଲେ। ଲାବନ ଓଟମାନଙ୍କର ସାଜ ଓହ୍ଲାଇବା ପାଇଁ ସାହାଯ୍ୟ କଲେ ଏବଂ ସେମାନଙ୍କ ପାଇଁ ଖାଇବାକୁ ନଡ଼ା ଦେଲେ। ସେ ଭୃତ୍ୟମାନଙ୍କୁ ତାଙ୍କ ସହିତ ଥିବା ଅନ୍ୟ ଲୋକମାନଙ୍କୁ ପାଣି ଦେଲେ। ଯଦ୍ଦ୍ୱାରା କି ସେମାନେ ପାଦ ଧୋଇବେ।

Gade chapit la Kopi




ଆଦି ପୁସ୍ତକ 24:32
10 Referans Kwoze  

ତହିଁରେ ସେ ସେମାନଙ୍କୁ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା, ପୁଣି ସେମାନେ ପାଦ ଧୋଇ ଭୋଜନପାନ କଲେ।


ଏଥିଉତ୍ତାରେ ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି, ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା।


ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ


ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍‍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍‍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।


ଆଉ, ସେ ସେହି ସ୍ତ୍ରୀ ପ୍ରତି ମୁଖ ଫେରାଇ ଶିମୋନଙ୍କୁ କହିଲେ, “ଏହି ସ୍ତ୍ରୀକୁ ଦେଖୁଅଛ? ମୁଁ ତୁମ୍ଭ ଗୃହକୁ ଆସିଲି, ତୁମ୍ଭେ ମୋ ପାଦ ପାଇଁ ପାଣି ଦେଲ ନାହିଁ, କିନ୍ତୁ ଏ ଲୁହରେ ମୋହର ପାଦ ସିକ୍ତ କରି ନିଜ କେଶରେ ତାହା ପୋଛିଦେଲା।


“ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ।” ତହିଁରେ ସେମାନେ କହିଲେ, “ନା; ଆମ୍ଭେମାନେ ଦାଣ୍ଡରେ ସମସ୍ତ ରାତ୍ରି କ୍ଷେପଣ କରିବୁ।”


ଏଥିରେ ସେ ଉଠି ଭୂମିଷ୍ଠ ପ୍ରଣାମ କରି କହିଲା, “ଦେଖ, ତୁମ୍ଭ ଦାସୀ ମୋହର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ଦାସୀ।”


ଏଥିଉତ୍ତାରେ ତାହା ସମ୍ମୁଖରେ ଭୋଜନ ସାମଗ୍ରୀ ରଖାଗଲା; ମାତ୍ର ସେ କହିଲା, “ବକ୍ତବ୍ୟ କଥା ନ କହି ମୁଁ ଭୋଜନ କରିବି ନାହିଁ।” ତହିଁରେ ଲାବନ କହିଲା, “କୁହ।”


ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା।


Swiv nou:

Piblisite


Piblisite