Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:50 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ସେତେବେଳେ ଲାବନ ଓ ବଥୂୟେଲ ଉତ୍ତର କଲେ, ସଦାପ୍ରଭୁଙ୍କଠାରୁ ଏହି ଘଟଣା ହୋଇଅଛି, ଏଥିରେ ଆମ୍ଭେମାନେ ଭଲ ଓ ମନ୍ଦ କିଛି କହି ନ ପାରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

50 ସେତେବେଳେ ଲାବନ ଓ ବଥୂୟେଲ ଉତ୍ତର କଲେ, ସଦାପ୍ରଭୁଙ୍କଠାରୁ ଏହି ଘଟଣା ହୋଇଅଛି, ଏଥିରେ ଆମ୍ଭେମାନେ ଭଲମନ୍ଦ କିଛି କହି ନ ପାରୁ।

Gade chapit la Kopi

ଓଡିଆ ବାଇବେଲ

50 ସେତେବେଳେ ଲାବନ ଓ ବଥୂୟେଲ ଉତ୍ତର କଲେ, “ସଦାପ୍ରଭୁଙ୍କଠାରୁ ଏହି ଘଟଣା ହୋଇଅଛି, ଏଥିରେ ଆମ୍ଭେମାନେ ଭଲ ଓ ମନ୍ଦ କିଛି କହି ନ ପାରୁ।

Gade chapit la Kopi

ପବିତ୍ର ବାଇବଲ

50 ଏହା ପରେ ଲାବନ୍ ଏବଂ ବଥୂୟେଲ ଉତ୍ତର କଲେ, “ଆମ୍ଭେ ଦେଖୁଛୁ ଏହା ସଦାପ୍ରଭୁଙ୍କ ଆଡ଼ୁ, ଆମ୍ଭେ ଏହାକୁ ପରିବର୍ତ୍ତନ କରିପାରିବୁ ନାହିଁ।

Gade chapit la Kopi




ଆଦି ପୁସ୍ତକ 24:50
15 Referans Kwoze  

ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ।


ମାତ୍ର ପରମେଶ୍ୱର ରାତ୍ରିକାଳେ ସ୍ୱପ୍ନରେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, “ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।”


ତୁମ୍ଭକୁ ହିଂସା କରିବାକୁ ମୋହର ହସ୍ତ ସମର୍ଥ ପ୍ରମାଣ, ମାତ୍ର ଗତରାତ୍ରି ତୁମ୍ଭର ପୈତୃକ ପରମେଶ୍ୱର ମୋତେ କହିଲେ, ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।


ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?’”


ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା।


ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମୟରେ ଈଶ୍ବର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ବରଙ୍କୁ ପ୍ରତିରୋଧ କରିପାରିଥାନ୍ତି?


ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?’


ତହିଁରେ ରିବିକାର ଭ୍ରାତା ଓ ମାତା କହିଲେ, “ଏହି କନ୍ୟା ଆମ୍ଭମାନଙ୍କ ନିକଟରେ କିଛି ଦିନ, ହୋଇ ପାରିଲେ ଦଶ ଦିନ ଥାଉ, ତହିଁ ଉତ୍ତାରେ ସେ ଯିବ।”


ଏଥିଉତ୍ତାରେ ସେହି ଦାସ ରୂପା ଓ ସୁନାର ଆଭରଣ ଓ ବସ୍ତ୍ର ବାହାର କରି ରିବିକାକୁ ଦେଲା; ପୁଣି, ତାହାର ଭ୍ରାତା ଓ ମାତାକୁ ମଧ୍ୟ ବହୁମୂଲ୍ୟ ଦ୍ରବ୍ୟ ଦେଲା।


ଆଉ ସେହି କନ୍ୟା ଦୌଡ଼ିଯାଇ ଆପଣା ମାତାର ଗୃହସ୍ଥିତ ଲୋକମାନଙ୍କୁ ଏହି କଥା ଜଣାଇଲା।


ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା।


ପୁଣି, ରିବିକାକୁ ଆଶୀର୍ବାଦ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଭଗିନୀ, ସହସ୍ର ସହସ୍ର ଲୋକର ମାତା ହୁଅ; ତୁମ୍ଭର ବଂଶ ଆପଣା ଶତ୍ରୁଗଣର ନଗର ଅଧିକାର କରନ୍ତୁ।”


ଦେଖ, ରିବିକା ତୁମ୍ଭ ସମ୍ମୁଖରେ ଅଛି, ତାହାକୁ ଘେନି ପ୍ରସ୍ଥାନ କର, ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ତୁମ୍ଭ କର୍ତ୍ତାଙ୍କ ପୁତ୍ରର ଭାର୍ଯ୍ୟା ହେଉ।”


ଏହିରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ଦ୍ୱାରା ନବାଟର ପୁତ୍ର ଯାରବୀୟାମଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ସଦାପ୍ରଭୁଙ୍କ ଆଡ଼ୁ ଘଟିଲା।


‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତା ଇସ୍ରାଏଲ-ସନ୍ତାନଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି।’” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ଆପଣା ପଥରେ ଫେରିଗଲେ।


Swiv nou:

Piblisite


Piblisite