Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 26:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି, ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

14 ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି, ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

14 ତାଙ୍କର ପଲ ପଲ ମେଷ, ପଶୁପଲ ଏବଂ ଦାସ ଥିଲେ। ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ।

Gade chapit la Kopi




ଆଦି ପୁସ୍ତକ 26:14
16 Referans Kwoze  

ତହିଁରେ ତାହାର ଭାଇମାନେ ତାକୁ ଈର୍ଷା କଲେ, ମାତ୍ର ତାହାର ପିତା ସେହି କଥା ମନେ ରଖିଲେ।


ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।


କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇପାରେ?


ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।


ତାହାର ଗୃହରେ ଧନସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ


ଏହିରୂପେ ସଦାପ୍ରଭୁ ଆୟୁବର ଆଦ୍ୟ ଅବସ୍ଥା ଅପେକ୍ଷା ଶେଷ ଅବସ୍ଥାକୁ ଅଧିକ ଆଶୀର୍ବାଦଯୁକ୍ତ କଲେ; ତହିଁରେ ତାହାର ଚଉଦ ହଜାର ମେଷ ଓ ଛଅ ହଜାର ଉଷ୍ଟ୍ର ଓ ଏକ ହଜାର ହଳ ବଳଦ ଓ ଏକ ହଜାର ଗର୍ଦ୍ଦଭୀ ହେଲେ।


କାରଣ ବିରକ୍ତି ଅଜ୍ଞାନକୁ ନାଶ କରେ ଓ ଅନ୍ତର୍ଜ୍ୱାଳା ନିର୍ବୋଧକୁ ବଧ କରେ।


ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।


ସେହି ଦିନାବଧି ଶାଉଲ ଦାଉଦଙ୍କ ପ୍ରତି କୁଦୃଷ୍ଟି ରଖିଲେ।


ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ ଥିଲେ।


ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।


ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳି ଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ।


ସଦାପ୍ରଭୁ ମୋʼ କର୍ତ୍ତାଙ୍କୁ ଅତିଶୟ ଆଶୀର୍ବାଦ କରିଅଛନ୍ତି, ତେଣୁ ସେ ଅତି ଧନବାନ ହୋଇଅଛନ୍ତି; ଆଉ ସଦାପ୍ରଭୁ ତାଙ୍କୁ ପଲ ପଲ ଗୋମେଷାଦି ଓ ରୂପା ସୁନା ଓ ଦାସଦାସୀ, ପୁଣି, ଓଟ ଗଧ ଦେଇଅଛନ୍ତି।


ଏଥିଉତ୍ତାରେ ଅବ୍ରହାମ ଇସ୍‌ହାକକୁ ଆପଣାର ସର୍ବସ୍ୱ ଦେଲେ।


ଏହେତୁ ଯାକୁବ ଅତିଶୟ ବର୍ଦ୍ଧିଷ୍ଣୁ ହେଲା, ପୁଣି, ତାହାର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।


Swiv nou:

Piblisite


Piblisite