Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 26:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।

Gade chapit la Kopi

ଓଡିଆ ବାଇବେଲ

2 ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।

Gade chapit la Kopi

ପବିତ୍ର ବାଇବଲ

2 ସେତେବେଳେ ସଦାପ୍ରଭୁ ଇ‌ସ୍‌ହାକକୁ କହିଲେ, “ତୁମ୍ଭେ ମିଶର ଦେଶକୁ ଯାଅ ନାହିଁ। ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।

Gade chapit la Kopi




ଆଦି ପୁସ୍ତକ 26:2
11 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା;” ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।


ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ।


ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।


ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।


ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।


ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍‌ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ।


ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।”


ତହିଁରେ ପରମେଶ୍ୱର ସେମାନଙ୍କ ଆର୍ତ୍ତସ୍ୱର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍‌ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି,


ତେବେ ଆମ୍ଭେ ଯାକୁବ ସହିତ ଆପଣା ନିୟମ ସ୍ମରଣ କରିବା ଓ ମଧ୍ୟ ଇସ୍‌ହାକ ସହିତ ଆପଣା ନିୟମ ଓ ମଧ୍ୟ ଅବ୍ରହାମ ସହିତ ଆପଣା ନିୟମ ସ୍ମରଣ କରିବା; ପୁଣି ଆମ୍ଭେ ଦେଶକୁ ସ୍ମରଣ କରିବା।


ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ।


Swiv nou:

Piblisite


Piblisite