Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 26:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏଥିଉତ୍ତାରେ ଇସ୍‌ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟିଏ କୂପ ଖୋଳିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଅନନ୍ତର ଇସ୍‍ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଅନନ୍ତର ସେ ସେହି ସ୍ଥାନରେ ତମ୍ଵୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟାଏ କୂପ ଖୋଳିଲେ।

Gade chapit la Kopi

ଓଡିଆ ବାଇବେଲ

25 ଏଥିଉତ୍ତାରେ ଇସ୍‍ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟାଏ କୂପ ଖୋଳିଲେ।

Gade chapit la Kopi

ପବିତ୍ର ବାଇବଲ

25 ତେଣୁ ଇ‌ସ୍‌ହାକ ଏକ ଯଜ୍ଞବେଦି ସ୍ଥାପନ କରି ସଦାପ୍ରଭୁଙ୍କର ଉପାସନା କଲେ। ଇ‌ସ୍‌ହାକ ସେଠାରେ ତାଙ୍କର ତମ୍ବୁ ପକାଇଲେ। ଏବଂ ତାଙ୍କର ଦାସମାନେ ସେଠାରେ ଏକ କୂପ ଖନନ କଲେ।

Gade chapit la Kopi




ଆଦି ପୁସ୍ତକ 26:25
11 Referans Kwoze  

ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।


ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।


ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ “ଯିହୋବାଃ-ନିଃଷି” ରଖିଲେ।


ଏଥିଉତ୍ତାରେ ପରମେଶ୍ୱର ଯାକୁବଙ୍କୁ କହିଲେ, “ତୁମ୍ଭେ ଉଠି ବେଥେଲ୍‍କୁ ଯାଇ ସେଠାରେ ବାସ କର; ପୁଣି, ତୁମ୍ଭ ଭ୍ରାତା ଏଷୌ ସମ୍ମୁଖରୁ ପଳାଇବା ସମୟରେ ଯେଉଁ ପରମେଶ୍ୱର ଦର୍ଶନ ଦେଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କର।”


ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।


ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍‌ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।


ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।


ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।


ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।


ସେହି ଦିନ ଇସ୍‌ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ବାଦ ଦେଇ ତାଙ୍କୁ କହିଲେ, “ଆମ୍ଭେମାନେ ଜଳ ପାଇଅଛୁ।”


Swiv nou:

Piblisite


Piblisite