Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 26:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।

Gade chapit la Kopi

ଓଡିଆ ବାଇବେଲ

5 ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।”

Gade chapit la Kopi

ପବିତ୍ର ବାଇବଲ

5 ଆମ୍ଭେ ଏହା କରିବା, କାରଣ ତୁମ୍ଭର ପିତା ଅବ୍ରହାମ ଆମ୍ଭର କଥା ମାନିଥିଲେ ଓ ଆମ୍ଭେ ଯାହା କହିଥିଲୁ ତାହା କରିଥିଲେ। ଅବ୍ରହାମ ଆମ୍ଭର ଆଦେଶ, ନିୟମ ଓ ବିଧିସବୁ ମାନିଲେ।”

Gade chapit la Kopi




ଆଦି ପୁସ୍ତକ 26:5
14 Referans Kwoze  

ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”


“ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ;


ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।


ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍‌ହାକଙ୍କୁ ଉତ୍ସର୍ଗ କରିବା ବେଳେ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ?


ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।


ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।


ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”


ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା।


ଏଥିଉତ୍ତାରେ ଅବ୍ରହାମ ଆପଣା ପୁତ୍ର ଇଶ୍ମାୟେଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍‍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ।


ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ।


ତହିଁରେ ଇସ୍‌ହାକ ଗରାରଠାରେ ବାସ କଲେ।


Swiv nou:

Piblisite


Piblisite