Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହୁଁ ସେ ତାହାଙ୍କୁ କହିଲେ, “ଦେଖ, ମୁଁ ବୃଦ୍ଧ ହୋଇଅଛି, କେଉଁ ଦିନ ମୋହର ମୃତ୍ୟୁୁ ହେବ, ତାହା ମୁଁ ଜାଣେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହୁଁ ସେ ତାହାକୁ କହିଲେ, ଦେଖ, ମୁଁ ବୃଦ୍ଧ ହୋଇଅଛି, କେଉଁଦିନ ମୋହର ମୃତ୍ୟୁ ହେବ, ତାହା ମୁଁ ଜାଣେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

2 ତହୁଁ ସେ ତାହାଙ୍କୁ କହିଲେ, “ଦେଖ, ମୁଁ ବୃଦ୍ଧ ହୋଇଅଛି, କେଉଁଦିନ ମୋହର ମୃତ୍ୟୁୁ ହେବ, ତାହା ମୁଁ ଜାଣେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

2 ଇ‌ସ୍‌ହାକ କହିଲେ, “ମୁଁ ବୃଦ୍ଧ। ମୁଁ ଜାଣିନି, କେବେ ମରିବିା

Gade chapit la Kopi




ଆଦି ପୁସ୍ତକ 27:2
10 Referans Kwoze  

କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ।


ଅତଏବ, କାଳେ ଗୃହକର୍ତ୍ତା ହଠାତ୍‍ ଆସି ତୁମ୍ଭମାନଙ୍କୁ ନିଦ୍ରିତ ଦେଖନ୍ତି,


ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।


ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ।


“ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ, ହିଜକୀୟ ଅତିଶୟ ରୋଦନ କଲା।


ସେହି ସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାହା ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”


ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, “ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହାହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପାହୁଣ୍ଡେ ମାତ୍ର ଅଛି।”


ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।


ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, “ମୁଁ ଯଦି ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ; ପୁଣି, ମୋʼ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ।


ଏବେ ବିନୟ କରୁଅଛି, ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋʼ ନିମନ୍ତେ ମୃଗ ଆଣ।


Swiv nou:

Piblisite


Piblisite