Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 28:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ସେ ସ୍ଵପ୍ନ ଯୋଗେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି ଦେଖ, ତାହା ଦେଇ ପରମେଶ୍ଵରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

12 ଯାକୁବ ଏକ ସ୍ୱପ୍ନ ଦେଖିଲେ। ସେ ସ୍ୱପ୍ନରେ ଦେଖିଲେ ଯେ ଏକ ଶିଡ଼ି ଭୂମିରୁ ସ୍ୱର୍ଗକୁ ଲାଗିଛି। ଯାକୁବ ଦେଖିଲେ ପରମେଶ୍ୱରଙ୍କର ଦୂତଗଣ ସେହି ଶିଡ଼ି ଦେଇ ଚଢୁଛନ୍ତି ଓ ଓହ୍ଲାଉଛନ୍ତି।

Gade chapit la Kopi




ଆଦି ପୁସ୍ତକ 28:12
24 Referans Kwoze  

ପୁଣି, ସେ ତାହାଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ବରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ।”


ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍‍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।


ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”


ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ।


ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?


ବାବିଲର ରାଜା ବେଲ୍‍ଶତ୍ସରର ରାଜତ୍ଵର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ।


ଈଶ୍ବର ଅତୀତରେ ବିଭିନ୍ନ ସ୍ଥାନରେ ଓ ବିଭିନ୍ନ ପ୍ରକାରେ ଭାବବାଦୀମାନଙ୍କ ଦ୍ୱାରା ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ କଥା କହି,


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି।


ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।”


ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ,


କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”


ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଶେଷରେ ଫାରୋ ଏହି ସ୍ୱପ୍ନ ଦେଖିଲେ; ଦେଖ, ସେ ନୀଳ ନଦୀ କୂଳରେ ଠିଆ ହୋଇଅଛନ୍ତି।


ତହୁଁ ସେ ରେତମବୃକ୍ଷ ମୂଳେ ଶୟନ କରି ନିଦ୍ରା ଗଲେ; ଏଥିରେ ଦେଖ, ଏକ ଦୂତ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର।”


Swiv nou:

Piblisite


Piblisite