Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 28:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଉଠ, ପଦ୍ଦନ୍‍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଉଠ, ପଦ୍ଦନ୍ ଅରାମରେ ଆପଣା ମାତାମହ ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାତୁଳ ଲାବନର କୌଣସି କନ୍ୟାକୁ ବିବାହ କର।

Gade chapit la Kopi

ଓଡିଆ ବାଇବେଲ

2 ଉଠ, ପଦ୍ଦନ୍‍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର।

Gade chapit la Kopi

ପବିତ୍ର ବାଇବଲ

2 ତେଣୁ ତୁମ୍ଭେ ଏ ସ୍ଥାନ ଛାଡ଼ି ପଦ୍ଦନ୍ ଅରାମକୁ ଯାଅ। ନିଜ ମାତାର ପରିବାରକୁ ଯାଇ, ବଥୂୟେଲର ଗୁହକୁ ଯାଇ ସେଠାରେ ନିଜର ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର।

Gade chapit la Kopi




ଆଦି ପୁସ୍ତକ 28:2
16 Referans Kwoze  

ସେହି ଇସ୍‌ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍‍ ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍‍, ଅରାମୀୟ ଲାବନର ଭଗିନୀ ରିବିକାକୁ ବିବାହ କଲେ।


ପୁଣି, ଯାକୁବ ଅରାମ ଦେଶକୁ ପଳାଇଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।


ଏମାନେ ଓ କନ୍ୟା ଦୀଣା ପଦ୍ଦନ୍‍ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ। ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ।


ଏଥିଉତ୍ତାରେ ଯାକୁବ ପଦ୍ଦନ୍‍ ଅରାମଠାରୁ ବାହୁଡ଼ି ଆସନ୍ତେ, ପରମେଶ୍ୱର ପୁନର୍ବାର ଦର୍ଶନ ଦେଇ ତାଙ୍କୁ ଆଶୀର୍ବାଦ କଲେ।


ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟି ମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି।


ଏଥିଉତ୍ତାରେ ଇସ୍‌ହାକ ଯାକୁବଙ୍କୁ ବିଦାୟ କରନ୍ତେ, ସେ ପଦ୍ଦନ୍‍ ଅରାମରେ ଅରାମୀୟ ବଥୂୟେଲର ପୁତ୍ର ଲାବନର, ଅର୍ଥାତ୍‍, ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ନିକଟକୁ ଯାତ୍ରା କଲା।


ସେତେବେଳେ ଲାବନ ଓ ବଥୂୟେଲ ଉତ୍ତର କଲେ, ସଦାପ୍ରଭୁଙ୍କଠାରୁ ଏହି ଘଟଣା ହୋଇଅଛି, ଏଥିରେ ଆମ୍ଭେମାନେ ଭଲ ଓ ମନ୍ଦ କିଛି କହି ନ ପାରୁ।


ଆଉ ରିବିକାର ଏକ ଭ୍ରାତା ଥିଲା, ତାହାର ନାମ ଲାବନ; ସେହି ଲାବନ ସେହି ମନୁଷ୍ୟ ଉଦ୍ଦେଶ୍ୟରେ କୂପ ନିକଟକୁ ଦୌଡ଼ିଗଲା।


ଏଥିଉତ୍ତାରେ ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍‍ ଦେଶର ନାହୋର ନଗରକୁ ଯାତ୍ରା କଲା।


ପୁଣି, ଆପଣା ଉପାର୍ଜ୍ଜିତ ପଶ୍ୱାଦି ସକଳ ଧନ, ଅର୍ଥାତ୍‍, ପଦ୍ଦନ୍‍ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍‌ହାକ ନିକଟକୁ ପ୍ରସ୍ଥାନ କଲା।


ଏଥିଉତ୍ତାରେ ଯାକୁବ ଯାତ୍ରାରେ ଅଗ୍ରସର ହୋଇ ପୂର୍ବଦିଗସ୍ଥ ଲୋକମାନଙ୍କ ଦେଶରେ ଉପସ୍ଥିତ ହେଲା।


ଏହି ପ୍ରକାରେ ଯାକୁବ ପଦ୍ଦନ୍‍ ଅରାମଠାରୁ ବାହାରି କୁଶଳରେ କିଣାନ ଦେଶସ୍ଥ ଶିଖିମର ଏକ ନଗରରେ ଉପସ୍ଥିତ ହୋଇ ନଗରର ବାହାରେ ତମ୍ବୁ ସ୍ଥାପନ କଲା।


ମାତ୍ର, ତୁମ୍ଭେ ଆମ୍ଭ ଦେଶୀୟ ଜ୍ଞାତିମାନଙ୍କ ନିକଟକୁ ଯାଇ ମୋʼ ପୁତ୍ର ଇସ୍‌ହାକ ନିମନ୍ତେ କନ୍ୟା ଆଣିବ।”


ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।


Swiv nou:

Piblisite


Piblisite