Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 29:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଅନନ୍ତର ଯାକୁବ ରାହେଲକୁ ଚୁମ୍ଵନ କରି ଉଚ୍ଚ ସ୍ଵରରେ କ୍ରନ୍ଦନ କରିବାକୁ ଲାଗିଲା।

Gade chapit la Kopi

ଓଡିଆ ବାଇବେଲ

11 ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚ ସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ

11 ଏହା ପରେ ଯାକୁବ ତାଙ୍କୁ ଚୁମ୍ବନ ଦେଲେ ଏବଂ କାନ୍ଦିଲେ।

Gade chapit la Kopi




ଆଦି ପୁସ୍ତକ 29:11
10 Referans Kwoze  

ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ବନ କଲା, ପୁଣି, ଦୁହେଁ ରୋଦନ କଲେ।


ସେ ଉଚ୍ଚସ୍ୱରରେ ଏପରି ରୋଦନ କଲେ ଯେ, ମିସରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ।


ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି, ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ।


ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କ ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।”


ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ।” ତହୁଁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ସାକ୍ଷାତ କରି ତାଙ୍କୁ ଚୁମ୍ବନ କଲେ।


ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା।


ଏଥିଉତ୍ତାରେ ତାହାର ପିତା ଇସ୍‌ହାକ କହିଲେ, “ପୁତ୍ର, ଏବେ ମୋʼ ନିକଟକୁ ଆସି ମୋତେ ଚୁମ୍ବନ କର।”


ସେତେବେଳେ ମୋଶା ଆପଣା ଶ୍ୱଶୁର ସହିତ ସାକ୍ଷାତ କରିବାକୁ ବାହାରକୁ ଯାଇ ତାଙ୍କୁ ପ୍ରଣାମ ଓ ଚୁମ୍ବନ କଲେ; ପୁଣି, ପରସ୍ପର ମଙ୍ଗଳ ବାର୍ତ୍ତା ପଚାରିଲା ଉତ୍ତାରେ ସେମାନେ ତମ୍ବୁରେ ପ୍ରବେଶ କଲେ।


ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା।


Swiv nou:

Piblisite


Piblisite