Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 29:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ତିଏ ବଡ଼ ପଥର ଘୋଡ଼ା ହୋଇଥାଏ।

Gade chapit la Kopi

ଓଡିଆ ବାଇବେଲ

2 ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ।

Gade chapit la Kopi

ପବିତ୍ର ବାଇବଲ

2 ଯାକୁବ ଦେଖିଲେ, ସେହି ଭୂମିରେ ଏକ କୂପ। ମେଷମାନେ, ସେହି କୂପ ନିକଟରେ ବିଶ୍ରାମ ନେଉଥିଲେ। ଏହା ହେଉଛି ସେହି ସ୍ଥାନ, ମେଷମାନେ ଜଳପାନ କରୁଥିଲେ। ଗୋଟିଏ ବଡ଼ ଶୀଳାଖଣ୍ଡ କୂପର ମୁହଁ ଘୋଡ଼ାଇ ରଖିଥିଲା।

Gade chapit la Kopi




ଆଦି ପୁସ୍ତକ 29:2
12 Referans Kwoze  

ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା। ଅତଏବ, ଯୀଶୁ ପଥଶ୍ରାନ୍ତ ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ। ସେତେବେଳେ ମଧ୍ୟାହ୍ନ ହୋଇଥିଲା।


ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।


କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପ୍ରତିପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟରେ ସେମାନଙ୍କୁ କଢ଼ାଇ ନେବେ,” “ପୁଣି, ଈଶ୍ବର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ।”


କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।”


ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।


ଦେଖ, ମୁଁ ଏହି କୂପ ନିକଟରେ ଛିଡ଼ା ହେଉଅଛି, ଆଉ ଏ ନଗରବାସୀମାନଙ୍କ କନ୍ୟାଗଣ ଜଳ ନେବା ପାଇଁ ଆସୁଅଛନ୍ତି;


ଏଥିଉତ୍ତାରେ ସନ୍ଧ୍ୟା ବେଳେ, ଯେଉଁ ସମୟରେ କନ୍ୟାଗଣ ଜଳ କାଢ଼ିବାକୁ ଆସନ୍ତି, ସେହି ସମୟରେ ସେ ନଗରର ବାହାରେ କୂପ ନିକଟରେ ଓଟମାନଙ୍କୁ ଆଣ୍ଠୋଇ ବସାଇଲା।


ଏଥିଉତ୍ତାରେ ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍‍ ଦେଶର ନାହୋର ନଗରକୁ ଯାତ୍ରା କଲା।


ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି।


ଧନୁର୍ଦ୍ଧରମାନଙ୍କ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ, ଲୋକମାନେ ସଦାପ୍ରଭୁଙ୍କ ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାହାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରରୁ ଓହ୍ଲାଇ ଆସିଲେ।


Swiv nou:

Piblisite


Piblisite