Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତହୁଁ ସଦାପ୍ରଭୁ ପରମେଶ୍ଵର ସର୍ପକୁ କହିଲେ, ଏହି କାର୍ଯ୍ୟ କରିବା ହେତୁରୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।

Gade chapit la Kopi

ଓଡିଆ ବାଇବେଲ

14 ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।

Gade chapit la Kopi

ପବିତ୍ର ବାଇବଲ

14 ସେଥିପାଇଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଯେହେତୁ ତୁମ୍ଭେ ଏହା କରିଅଛ, ତୁମ୍ଭେ ଅନ୍ୟ ପ୍ରାଣୀମାନଙ୍କଠାରୁ ଅଧିକ କଷ୍ଟ ଭୋଗିବ, ତୁମ୍ଭେ ତୁମ୍ଭର ପେଟରେ ଜୀବନସାରା ଘୁଷୁଡ଼ିବ ଓ ତୁମ୍ଭେ ଧୂଳି ଖାଇବ।

Gade chapit la Kopi




ଆଦି ପୁସ୍ତକ 3:14
10 Referans Kwoze  

ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ।


କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ, ସଦାପ୍ରଭୁ ଏହା କହନ୍ତି।”


ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ।


ତହିଁରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ ଓ ଧୂଳିରୁ ତୁମ୍ଭର କଥା କ୍ଷୀଣ ସ୍ୱରଯୁକ୍ତ ହେବ; ଆଉ, ଭୂତୁଡ଼ିଆର ନ୍ୟାୟ ତୁମ୍ଭର ରବ ଭୂମିରୁ ବାହାରିବ ଓ ଧୂଳିରୁ ତୁମ୍ଭ କଥାର ଫୁସ୍‍ ଫୁସ୍‍ ଶବ୍ଦ ଉଠିବ।


ଏହେତୁ ତୁମ୍ଭେମାନେ ଶୁଚି ଓ ଅଶୁଚି ପଶୁ ପୁଣି ଶୁଚି ଓ ଅଶୁଚି ପକ୍ଷୀ ମଧ୍ୟରେ ପୃଥକ କରିବ; ଆମ୍ଭେ ଯେଉଁ ଯେଉଁ ପଶୁ, ପକ୍ଷୀ ଓ ଭୂଚର ଜନ୍ତୁକୁ ଅଶୁଚି ବୋଲି ତୁମ୍ଭମାନଙ୍କଠାରୁ ପୃଥକ କରିଅଛୁ, ତଦ୍ଦ୍ୱାରା ଆପଣା ଆପଣା ପ୍ରାଣକୁ ଘୃଣାଯୋଗ୍ୟ କରିବ ନାହିଁ।


ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।


ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ‘ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି?’”


ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;


Swiv nou:

Piblisite


Piblisite