Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 3:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଅନନ୍ତର ଆଦମ ଆପଣା ଭାର୍ଯ୍ୟାର ନାମ ହବା (ଜୀବନ) ଦେଲେ, ଯେହେତୁ ସେ ଜୀବିତ ସକଳର ମାତା ହେଲେ।

Gade chapit la Kopi

ଓଡିଆ ବାଇବେଲ

20 ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।

Gade chapit la Kopi

ପବିତ୍ର ବାଇବଲ

20 ମନୁଷ୍ୟ ତା'ର ସ୍ତ୍ରୀର ନାମ ହବା, ଦେଲା। ଆଦମ ତା'ର ଏପରି ନାମକରଣ କରିଥିଲା, କାରଣ ସେ ଥିଲା ଜୀବିତ ପ୍ରାଣୀମାନଙ୍କ ସକଳର ମାତା।

Gade chapit la Kopi




ଆଦି ପୁସ୍ତକ 3:20
14 Referans Kwoze  

“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”


ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”


ଯେହେତୁ ସେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।”


ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।


ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି,


ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”


ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; “ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।”


ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା ଦେଲା; “କାରଣ ସେ କହିଲା, ମୁଁ ଜଳରୁ ଏହାକୁ ଆକର୍ଷଣ କଲି।”


ତଥାପି ସେ ମଲା, ପୁଣି, ପ୍ରାଣତ୍ୟାଗ ସମୟରେ ପୁତ୍ରର ନାମ ବିନୋନୀ ରଖିଲା; ମାତ୍ର ତାହାର ପିତା ତାହାର ନାମ ବିନ୍ୟାମୀନ୍ ରଖିଲେ।


ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।


କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।


କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା;


ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ।


Swiv nou:

Piblisite


Piblisite