Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ଵରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ଵରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।

Gade chapit la Kopi

ଓଡିଆ ବାଇବେଲ

8 ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।

Gade chapit la Kopi

ପବିତ୍ର ବାଇବଲ

8 ସନ୍ଧ୍ୟା ସମୟରେ ସଦାପ୍ରଭୁ ପରମେଶ୍ୱର ଉଦ୍ୟାନ ମଧ୍ୟରେ ଭ୍ରମଣ କରୁଥିଲେ। ନର ଓ ନାରୀ ଏ କଥା ଶୁଣିବାକୁ ପାଇଲେ ଏବଂ ସେମାନେ ପରମେଶ୍ୱରଙ୍କଠାରୁ ନିଜ ନିଜକୁ ବୃକ୍ଷ ଆଢ଼ୁଆଳରେ ଲୁଗ୍ଭଇ ରଖିଲେ।

Gade chapit la Kopi




ଆଦି ପୁସ୍ତକ 3:8
20 Referans Kwoze  

ସଦାପ୍ରଭୁ କହନ୍ତି, ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ? ସଦାପ୍ରଭୁ କହନ୍ତି, ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ?


ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ।


ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।


କାରଣ ସେମାନେ ମୋଶାଙ୍କ ବ୍ୟବସ୍ଥାର କର୍ମ ଆପଣା ଆପଣା ହୃଦୟରେ ଲିଖିତ ବୋଲି ଦେଖାନ୍ତି, ସେମାନଙ୍କ ବିବେକ ମଧ୍ୟ ସେଥିର ସାକ୍ଷ୍ୟ ଦିଏ, ଆଉ ସେମାନଙ୍କ ମନର ତର୍କବିତର୍କ ସେମାନଙ୍କୁ ଦୋଷୀ କିଅବା ନିର୍ଦ୍ଦୋଷ କରେ;


ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।”


ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।


ଯଦି ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା ଦ୍ୱାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ;


ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,


କାରଣ ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ତୁମ୍ଭ ଶତ୍ରୁମାନଙ୍କୁ ସମର୍ପଣ କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଛାଉଣି ମଧ୍ୟରେ ଗମନାଗମନ କରନ୍ତି, ଏନିମନ୍ତେ ସେ ଯେପରି ତୁମ୍ଭ ମଧ୍ୟରେ ଲଜ୍ଜାକର ବିଷୟ ନ ଦେଖନ୍ତି ଓ ତୁମ୍ଭ ନିକଟରୁ ବିମୁଖ ନ ହୁଅନ୍ତି, ଏଥିପାଇଁ ତୁମ୍ଭ ଛାଉଣି ପବିତ୍ର ହେବ।


ମାତ୍ର ଆମ୍ଭେମାନେ ଏବେ କାହିଁକି ମରିବା? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା।


ଆଉ ତୁମ୍ଭେ ଯେପରି ଶୁଣିଅଛ, ସେପରି କି ଅନ୍ୟ କୌଣସି ଦେଶୀୟ ଲୋକେ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛନ୍ତି?


ନିବିଡ଼ ମେଘମାଳ ତାହାଙ୍କର ଆବରଣ, ଏଣୁ ସେ ଦେଖନ୍ତି ନାହିଁ ଓ ସେ ଆକାଶମଣ୍ଡଳରେ ଗମନାଗମନ କରନ୍ତି।’


ଆଉ ପୃଥିବୀର ରାଜାମାନେ, ପାତ୍ର-ମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧୀନ ଓ ସ୍ୱାଧୀନ ଲୋକ ସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,


ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱ ସ୍ଥାନକୁ ଫେରିଗଲେ।


ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନାଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ।


ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।


Swiv nou:

Piblisite


Piblisite