Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 30:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହିଁରେ ସେ କହିଲା, “ତୁମ୍ଭେ ମୋʼ ସ୍ୱାମୀକୁ ହରଣ କରିଅଛ, ଏ କି ଅଳ୍ପ ବିଷୟ? ତୁମ୍ଭେ ମୋʼ ପୁତ୍ରର ଦୂଦାଫଳ ମଧ୍ୟ କି ହରଣ କରିବ?” ତେବେ ରାହେଲ କହିଲା, “ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜି ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହିଁରେ ସେ କହିଲା, ତୁମ୍ଭେ ମୋʼ ସ୍ଵାମୀକି ହରଣ କରିଅଛ, ଏ, କି ଅଳ୍ପ ବିଷୟ? ତୁମ୍ଭେ ମୋʼ ପୁତ୍ରର ଦୂଦାଫଳ ହିଁ କି ହରଣ କରିବ? ତେବେ ରାହେଲ କହିଲା, ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜ ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।

Gade chapit la Kopi

ଓଡିଆ ବାଇବେଲ

15 ତହିଁରେ ସେ କହିଲା, “ତୁମ୍ଭେ ମୋ’ ସ୍ୱାମୀକୁ ହରଣ କରିଅଛ, ଏ କି ଅଳ୍ପ ବିଷୟ ? ତୁମ୍ଭେ ମୋ’ ପୁତ୍ରର ଦୂଦାଫଳ ମଧ୍ୟ କି ହରଣ କରିବ ?” ତେବେ ରାହେଲ କହିଲା, “ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜି ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।”

Gade chapit la Kopi

ପବିତ୍ର ବାଇବଲ

15 ଲେୟା ଉତ୍ତର ଦେଲେ, “ତୁମ୍ଭେ ମୋ’ ସ୍ୱାମୀକୁ ହରଣ କରିଛ ତୁମ୍ଭେ ମୋର ପୁତ୍ରର ଦୂଦାଫଳ ହରଣ କରିବାକୁ ଚେଷ୍ଟା କରୁଛ।” କିନ୍ତୁ ରାହେଲ କହିଲେ, “ଯଦି ତୁମ୍ଭେ ମୋତେ ତୁମ୍ଭ ପୁତ୍ରର ଦୂଦାଫଳ ଦିଅ ତେବେ ତୁମ୍ଭେ ଆଜି ରାତ୍ରିରେ ଯାକୁବ ସହିତ ଶୟନ କରି ପାରିବ।”

Gade chapit la Kopi




ଆଦି ପୁସ୍ତକ 30:15
7 Referans Kwoze  

ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।


କିନ୍ତୁ ତୁମ୍ଭମାନଙ୍କ ଦ୍ୱାରା କିମ୍ବା କୌଣସି ଲୌକିକ ବିଚାରସଭା ଦ୍ୱାରା ବିଚାରିତ ହେବା ମୋʼ ପକ୍ଷରେ ଅତି ସାମାନ୍ୟ ବିଷୟ, ଏପରିକି ମୁଁ ନିଜେ ସୁଦ୍ଧା ନିଜର ବିଚାର କରେ ନାହିଁ।


ତଥାପି ତୁମ୍ଭେ ସେମାନଙ୍କ ପଥରେ ଗମନ କରି ନାହଁ, କିଅବା ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ କର୍ମ କରି ନାହଁ; ମାତ୍ର ତାହା ଅତି କ୍ଷୁଦ୍ର ଥିଲା ପରି ମନେ କରି, ତୁମ୍ଭେ ଆପଣାର ସମସ୍ତ ଆଚାରବ୍ୟବହାରରେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟା ହୋଇଅଛ।


ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ?


ଏଥିଉତ୍ତାରେ ଗହମ କଟା ସମୟରେ ରୁବେନ୍‍ ବାହାରେ ଯାଇ କ୍ଷେତରୁ ଦୂଦାଫଳ ପାଇ ଆଣି ଆପଣା ମାତା ଲେୟାକୁ ଦେଲା। ତହୁଁ ରାହେଲ ଲେୟାକୁ କହିଲା, “ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମୋତେ ଦିଅ।”


ଏଥିଉତ୍ତାରେ ସନ୍ଧ୍ୟା ବେଳେ କ୍ଷେତ୍ରରୁ ଯାକୁବର ଆଗମନ ସମୟରେ ଲେୟା ତାହା ସହିତ ସାକ୍ଷାତ କରିବା ନିମିତ୍ତ ବାହାରକୁ ଯାଇ କହିଲା, “ତୁମ୍ଭକୁ ମୋʼ କତିକି ଆସିବାକୁ ହେବ; କାରଣ ମୁଁ ଆପଣା ପୁତ୍ରର ଦୂଦାଫଳ ଦେଇ ତୁମ୍ଭକୁ ଭଡ଼ା ନେଲି।” ଏଣୁ ସେ ସେହି ରାତ୍ରି ତାହା ସହିତ କ୍ଷେପଣ କଲା।


Swiv nou:

Piblisite


Piblisite