Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 30:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ମୁଁ ଯେଉଁମାନଙ୍କ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରିଅଛି, ମୋହର ସେହି ଭାର୍ଯ୍ୟାମାନଙ୍କୁ ଓ ପୁତ୍ରଗଣକୁ ନେଇ ଯିବାକୁ ଦିଅ; ଯେହେତୁ ଯେଉଁ ପ୍ରକାରେ ତୁମ୍ଭର ଦାସ୍ୟକର୍ମ କରିଅଛି, ତାହା ତୁମ୍ଭେ ଜ୍ଞାତ ଅଟ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ମୁଁ ଯେଉଁମାନଙ୍କ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରିଅଛି, ମୋହର ସେହି ଭାର୍ଯ୍ୟାମାନଙ୍କୁ ଓ ପୁତ୍ରଗଣକୁ ନେଇ ଯିବାକୁ ଦିଅ; ଯେହେତୁ ଯେପ୍ରକାରେ ତୁମ୍ଭର ଦାସ୍ୟକର୍ମ କରିଅଛି, ତାହା ତୁମ୍ଭେ ଜ୍ଞାତ ଅଟ।

Gade chapit la Kopi

ଓଡିଆ ବାଇବେଲ

26 ମୁଁ ଯେଉଁମାନଙ୍କ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରିଅଛି, ମୋହର ସେହି ଭାର୍ଯ୍ୟାମାନଙ୍କୁ ଓ ପୁତ୍ରଗଣକୁ ନେଇ ଯିବାକୁ ଦିଅ; ଯେହେତୁ ଯେଉଁ ପ୍ରକାରେ ତୁମ୍ଭର ଦାସ୍ୟକର୍ମ କରିଅଛି, ତାହା ତୁମ୍ଭେ ଜ୍ଞାତ ଅଟ।”

Gade chapit la Kopi

ପବିତ୍ର ବାଇବଲ

26 ମୋର ସ୍ତ୍ରୀ ଏବଂ ପିଲାମାନଙ୍କ ପାଇଁ ମୁଁ ତୁମ୍ଭ ପାଖରେ କାମ କରିଛି। ଏବଂ ତୁମ୍ଭେ ଜାଣ ମୁଁ ଭଲଭାବରେ ତୁମ୍ଭର ସେବା କରିଛି।”

Gade chapit la Kopi




ଆଦି ପୁସ୍ତକ 30:26
9 Referans Kwoze  

ପୁଣି, ଯାକୁବ ଅରାମ ଦେଶକୁ ପଳାଇଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।


ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି, ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା।


ତହିଁରେ ଯାକୁବ ଲାବନକୁ ଉତ୍ତର କଲା, “ମୋହର ଭୟ ହେଲା; କାରଣ କେଜାଣି ତୁମ୍ଭେ ମୋʼ ଠାରୁ ଆପଣା କନ୍ୟାଗଣଙ୍କୁ ବଳପୂର୍ବକ ଛଡ଼ାଇ ନେବ, ଏପରି ବିଚାର କଲି।


ପୁଣି, ଲାବନ ଯାକୁବକୁ କହିଲା, “ତୁମ୍ଭେ କାହିଁକି ଏହିପରି କର୍ମ କଲ? ମୋତେ ପ୍ରବଞ୍ଚନା କଲ, ପୁଣି, ମୋʼ କନ୍ୟାମାନଙ୍କୁ ଖଡ୍ଗଧୃତ ବନ୍ଦୀଲୋକଙ୍କ ପରି ଘେନି ଆସିଲ।


ମୁଁ ଆପଣାର ସବୁ ବଳ ଦେଇ ତୁମ୍ଭମାନଙ୍କ ପିତାଙ୍କର ଦାସ୍ୟକର୍ମ କରିଅଛି, ଏହା ତୁମ୍ଭେମାନେ ଜାଣ।


ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, “ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି।”


Swiv nou:

Piblisite


Piblisite