Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 32:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟି ମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭେ ଏହି ଦାସ ପ୍ରତି ଯେସମସ୍ତ ଦୟା ଓ ଯେସମସ୍ତ ବିଶ୍ଵସ୍ତତା ପ୍ରକାଶ କରିଅଛ, ମୁଁ ତହିଁର କିଞ୍ଚିତ ହିଁ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟିମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇଦଳ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

10 ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟିମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭେ ମୋତେ ଦୟା ଦେଖାଇ ଆସିଅଛ। ତୁମ୍ଭେ ମୋର ବହୁତ ମଙ୍ଗଳ କରିଅଛ। ମୁଁ ସେ କୌଣସି ବିଷୟ ପାଇଁ ଯୋଗ୍ୟ ନୁହେଁ। ମୁଁ ଯେତେବେଳେ ପ୍ରଥମ ଥର ଯର୍ଦ୍ଦନ ନଦୀ ପାରି ହେଲି, କେବଳ ଏ ବାଡ଼ି ଛଡ଼ା ମୋର କିଛି ନ ଥିଲା। କିନ୍ତୁ ବର୍ତ୍ତମାନ ମୋର ପରିବାର, ଜୀବଜନ୍ତୁ ଏତେ ବେଶୀ ଯେ ଦୁଇଟା ଶିବିର ହୋଇପାରେ।

Gade chapit la Kopi




ଆଦି ପୁସ୍ତକ 32:10
33 Referans Kwoze  

ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି।


“ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋʼ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋʼ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।”


ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ପ୍ରଭୋ ସଦାପ୍ରଭୋ, ମୁଁ କିଏ ଓ ମୋର ବଂଶ ବା କଅଣ ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ?


ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”


ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋହର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ୍ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ।


ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ, ‘ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ।’”


କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ।


ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।


ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।


ତେବେ ମୁଁ କହିଲି, “ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି!”


ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।


ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି।


ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।


ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର।


ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।”


ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।


ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।


ଆଉ, ତୁମ୍ଭର ପ୍ରଥମାବସ୍ଥା କ୍ଷୁଦ୍ର ହେଲେ ହେଁ ତୁମ୍ଭର ଶେଷାବସ୍ଥା ଅତିଶୟ ଉନ୍ନତ ହୁଅନ୍ତା।


ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।


ତହିଁରେ ଯାକୁବ ଅତିଶୟ ଭୀତ ଓ ଉଦ୍‍ବିଗ୍ନ ହେଲା, ପୁଣି, ସଙ୍ଗୀ ଲୋକମାନଙ୍କୁ ଓ ଗୋମେଷାଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କରି କହିଲା,


ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି, ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ବାଦ ପଠାଇଲି।’”


ଏହେତୁ ଯାକୁବ ଅତିଶୟ ବର୍ଦ୍ଧିଷ୍ଣୁ ହେଲା, ପୁଣି, ତାହାର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।


ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”


ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି।


ଏଥିମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ। ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ।


ପୁଣି, ଏହି ପ୍ରାର୍ଥନା କଲା, “ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।


ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।


ଏଥିଉତ୍ତାରେ ସଦାପ୍ରଭୁ ଯାକୁବକୁ କହିଲେ, “ତୁମ୍ଭେ ଆପଣା ପୈତୃକ ଦେଶରେ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା।”


Swiv nou:

Piblisite


Piblisite