Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 32:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତୁମ୍ଭେ ତ କହିଅଛ, ‘ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି, ସମୁଦ୍ରତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭେ ତ କହିଅଛ, ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି ସମୁଦ୍ର ତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା।

Gade chapit la Kopi

ଓଡିଆ ବାଇବେଲ

12 ତୁମ୍ଭେ ତ କହିଅଛ, ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି, ସମୁଦ୍ର ତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା।”

Gade chapit la Kopi

ପବିତ୍ର ବାଇବଲ

12 ହେ ସଦାପ୍ରଭୁ, ତୁମ୍ଭେ ମୋତେ କହିଲ, ‘ମୁଁ ତୁମ୍ଭଙ୍କୁ ସାହାଯ୍ୟ କରିବି। ମୁଁ ତୁମ୍ଭର ପରିବାରକୁ ସମୁଦ୍ରର ବାଲି ପରି ବୃଦ୍ଧି କରିବି, ଯାହାକୁ କେହି ଗଣି ପାରିବେ ନାହିଁ।’”

Gade chapit la Kopi




ଆଦି ପୁସ୍ତକ 32:12
14 Referans Kwoze  

ଏଣୁ ଈଶ୍ବର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,


ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;


ଯେବେ ଆମ୍ଭେମାନେ, ଅବିଶ୍ୱସ୍ତ ହେଉ, ତେବେ ସୁଦ୍ଧା ସେ ସର୍ବଦା ବିଶ୍ୱସ୍ତ, କାରଣ ସେ ଆପଣାକୁ ଅସ୍ୱୀକାର କରିପାରନ୍ତି ନାହିଁ।


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”


ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।


ଆହୁରି ଇସ୍ରାଏଲର ବିଶ୍ୱାସଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ୱିମତ ହେବେ।”


ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?


ଆପଣା ଦାସ ଅବ୍ରହାମ ଓ ଇସ୍‌ହାକ ଓ ଇସ୍ରାଏଲଙ୍କୁ ସ୍ମରଣ କର, ତୁମ୍ଭେ ଆପଣା ନିଜ ନାମରେ ଶପଥ କରି ସେମାନଙ୍କୁ କହିଅଛ, ‘ଆମ୍ଭେ ଆକାଶର ତାରାଗଣ ନ୍ୟାୟ ତୁମ୍ଭମାନଙ୍କ ବଂଶ ବୃଦ୍ଧି କରିବା ଓ ଏହି ଯେଉଁସବୁ ଦେଶର କଥା କହିଲୁ, ତାହା ତୁମ୍ଭମାନଙ୍କ ବଂଶକୁ ଦେବା, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ଅଧିକାର କରିବେ।’”


ଏଥିଉତ୍ତାରେ ଦୂତମାନେ ଫେରିଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରି ଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।”


ଏହେତୁରୁ ମଧ୍ୟ ମୃତକଳ୍ପ ଜଣେ ବ୍ୟକ୍ତିଙ୍କଠାରୁ ଆକାଶର ନକ୍ଷତ୍ରଗଣ ପରି ଅସଂଖ୍ୟ ଓ ସମୁଦ୍ରତୀରସ୍ଥ ବାଲୁକା ପରି ଅଗଣ୍ୟ ଏକ ଜାତି ଉତ୍ପନ୍ନ ହେଲା।


ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।


ତଥାପି ଇସ୍ରାଏଲ-ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହାଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”


Swiv nou:

Piblisite


Piblisite