Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 32:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେଥିପାଇଁ ଯାକୁବ ସେମାନଙ୍କୁ ଦେଖି କହିଲା, “ଏମାନେ ପରମେଶ୍ୱରଙ୍କ ଦଳ;” ଏଥିପାଇଁ ସେହି ସ୍ଥାନର ନାମ ମହନୟିମ (ଦୁଇ ଦଳ) ରଖିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେତେବେଳେ ଯାକୁବ ସେମାନଙ୍କୁ ଦେଖି କହିଲା, ଏମାନେ ପରମେଶ୍ଵରଙ୍କ ଦଳ; ଏଣୁକରି ସେହି ସ୍ଥାନର ନାମ ମହନୟିମ୍ (ଦୁଇ ଦଳ) ରଖିଲା।

Gade chapit la Kopi

ଓଡିଆ ବାଇବେଲ

2 ସେଥିପାଇଁ ଯାକୁବ ସେମାନଙ୍କୁ ଦେଖି କହିଲା, “ଏମାନେ ପରମେଶ୍ୱରଙ୍କ ଦଳ; ଏଥିପାଇଁ ସେହି ସ୍ଥାନର ନାମ ମହନୟିମ (ଦୁଇ ଦଳ) ରଖିଲା।”

Gade chapit la Kopi

ପବିତ୍ର ବାଇବଲ

2 ଯେତେବେଳେ ଯାକୁବ ସେମାନଙ୍କୁ ଦେଖିଲେ, ସେ କହିଲେ, “ଏହା ହେଉଛି ପରମେଶ୍ୱରଙ୍କର ଛାଉଣି” ତେଣୁ ଯାକୁବ ସେହି ସ୍ଥାନର ନାମ ମହନୟିମ୍ ରଖିଲେ।

Gade chapit la Kopi




ଆଦି ପୁସ୍ତକ 32:2
17 Referans Kwoze  

ଏଥିମଧ୍ୟରେ ନେର୍‍ର ପୁତ୍ର ଅବ୍‍ନର ନାମକ ଶାଉଲଙ୍କର ସୈନ୍ୟଦଳର ସେନାପତି ଶାଉଲଙ୍କର ପୁତ୍ର ଈଶ୍‍ବୋଶତକୁ ମହନୟିମକୁ ନେଇଯାଇ,


ଆଉ ଗାଦ୍‍ ବଂଶରୁ ଗିଲୀୟଦ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ରାମୋତ୍‍ ଓ ତହିଁ ତଳିଭୂମି, ମହନୟିମ ଓ ତହିଁ ତଳିଭୂମି,


ତହୁଁ ସେ କହିଲେ, “ନା; ମାତ୍ର ଆମ୍ଭେ ସଦାପ୍ରଭୁଙ୍କ ସୈନ୍ୟର ସେନାପତି, ଏବେ ଆସିଲୁ;” ତହିଁରେ ଯିହୋଶୂୟ ଭୂମିରେ ମୁହଁ ମାଡ଼ି ପଡ଼ି ପ୍ରଣାମ କରି ତାହାଙ୍କୁ କହିଲେ, “ମୋହର ପ୍ରଭୁ ଆପଣା ଦାସକୁ କି ଆଜ୍ଞା ଦେଉଅଛନ୍ତି?”


ପୁଣି, ହଠାତ୍‍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,


ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।


ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।


ଆଉ ଦେଖ, ତୁମ୍ଭ ନିକଟରେ ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମୀୟି ଅଛି; ମୁଁ ମହନୟିମକୁ ଯିବା ଦିନ ସେ ମୋତେ ଦାରୁଣ ଅଭିଶାପରେ ଅଭିଶାପ ଦେଇଥିଲା, ମାତ୍ର, ସେ ଯର୍ଦ୍ଦନ ନିକଟରେ ମୋତେ ଭେଟିବାକୁ ଆସିଥିଲା ଓ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଥିଲି, ମୁଁ ତୁମ୍ଭକୁ ଖଡ୍ଗରେ ବଧ କରିବି ନାହିଁ।


ଏଥିମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ। ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ।


ତହିଁରେ ସେ କହିଲେ, “ଆମ୍ଭେ କି ନିମନ୍ତେ ତୁମ୍ଭ ନିକଟକୁ ଆସିଅଛୁ, ତାହା କି ତୁମ୍ଭେ ଜାଣ? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବା ପାଇଁ ଫେରିଯିବା; ଆଉ, ଆମ୍ଭେ ବାହାରିଲେ, ଦେଖ, ଗ୍ରୀସ୍‍ର ଅଧିପତି ଆସିବ।


ହେ ଶୂଲମିୟେ, ଫେର, ଫେର; ଆମ୍ଭେମାନେ ତୁମ୍ଭକୁ ଦେଖିବା, ଫେର, ଫେର। ମହନୟିମସ୍ଥ ନୃତ୍ୟକୁ ଯେପରି, ସେପରି କାହିଁକି ତୁମ୍ଭେମାନେ ଶୂଲମିୟାକୁ ଅନାଇବ?


ହେ ସଦାପ୍ରଭୁଙ୍କର ପରିଚାରକ ଓ ତାହାଙ୍କ ଅଭିମତସାଧକ ସୈନ୍ୟ ସକଳ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।


ପୁଣି ଇଲୀଶାୟ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ସେ ଯେପରି ଦେଖି ପାରିବ, ଏଥିପାଇଁ ତାହାର ଚକ୍ଷୁ ମୁକ୍ତ କର।” ପୁଣି ସଦାପ୍ରଭୁ ସେହି ଯୁବା ଲୋକର ଚକ୍ଷୁ ମୁକ୍ତ କଲେ; ଆଉ ସେ ଦେଖିଲା; ପୁଣି ଦେଖ, ପର୍ବତ ଇଲୀଶାୟଙ୍କ ଚତୁର୍ଦ୍ଦିଗରେ ଅଗ୍ନିମୟ ଅଶ୍ୱ ଓ ରଥରେ ପରିପୂର୍ଣ୍ଣ ଥିଲା।


ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍‍।


ନେର୍‍ର ପୁତ୍ର ଅବ୍‍ନର ଓ ଶାଉଲଙ୍କର ପୁତ୍ର ଈଶ୍‍ବୋଶତର ଦାସମାନେ ମହନୟିମରୁ ବାହାରି ଗିବୀୟୋନ୍‍କୁ ଗଲେ।


ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ୱରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା।


ଏହି ଗୌରବମୟ ରାଜା କିଏ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି। [ସେଲା]


Swiv nou:

Piblisite


Piblisite