Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 32:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିଉତ୍ତାରେ ସେ ରାତ୍ରିରେ ଉଠି ଆପଣାର ଦୁଇ ଭାର୍ଯ୍ୟା ଓ ଦୁଇ ଦାସୀ ଓ ଏକାଦଶ ସନ୍ତାନଙ୍କୁ ଯବ୍ବୋକ୍‍ ଘାଟରେ ପାର କରାଇବା ପାଇଁ ସଙ୍ଗରେ ନେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଅନନ୍ତର ସେ ରାତ୍ରିରେ ଉଠି ଆପଣାର ଦୁଇ ଭାର୍ଯ୍ୟା ଓ ଦୁଇ ଦାସୀ ଓ ଏକାଦଶ ସନ୍ତାନଙ୍କୁ ଯବ୍ବୋକ ଘାଟରେ ପାର କରାଇବା ପାଇଁ ସଙ୍ଗରେ ନେଲା।

Gade chapit la Kopi

ଓଡିଆ ବାଇବେଲ

22 ଏଥିଉତ୍ତାରେ ସେ ରାତ୍ରିରେ ଉଠି ଆପଣାର ଦୁଇ ଭାର୍ଯ୍ୟା ଓ ଦୁଇ ଦାସୀ ଓ ଏକାଦଶ ସନ୍ତାନଙ୍କୁ ଯବ୍ବୋକ୍‍ ଘାଟରେ ପାର କରାଇବା ପାଇଁ ସଙ୍ଗରେ ନେଲା।

Gade chapit la Kopi

ପବିତ୍ର ବାଇବଲ

22 ସେହି ରାତ୍ରିରେ ଯାକୁବ ଉଠି ସେହି ସ୍ଥାନ ଛାଡ଼ିଲେ। ଯାକୁବ ତାଙ୍କର ଦୁଇ ସ୍ତ୍ରୀ, ଏଗାର ଜଣ ପିଲାମାନଙ୍କୁ ଏବଂ ତାଙ୍କର ଦାସୀକୁ ନେଇ ଗଲେ। ଯାକୁବ ଯ‌ବ୍‌ବୋକ ପାର କରାଇବା ପାଇଁ ସଙ୍ଗରେ ନେଲେ।

Gade chapit la Kopi




ଆଦି ପୁସ୍ତକ 32:22
10 Referans Kwoze  

ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ-ଉପତ୍ୟକା, ଅର୍ଥାତ୍‍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ୍‍ ନଦୀ ପର୍ଯ୍ୟନ୍ତ;


କେବଳ ଅମ୍ମୋନ-ସନ୍ତାନମାନଙ୍କ ଦେଶ, ଅର୍ଥାତ୍‍, ଯବ୍ବୋକ୍‍ ନଦୀର ପାର୍ଶ୍ୱସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ନିଷେଧ କରିଥିଲେ; ତହିଁ ନିକଟରେ ତୁମ୍ଭେ ଉପସ୍ଥିତ ହେଲ ନାହିଁ।


କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।


ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ସୀହୋନ ରାଜା, ସେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲୀୟଦର ଅର୍ଦ୍ଧ ଦେଶଠାରୁ ଅମ୍ମୋନ-ସନ୍ତାନଗଣର ସୀମାସ୍ଥିତ ଯବ୍ବୋକ୍‍ ନଦୀ ପର୍ଯ୍ୟନ୍ତ


ତଥାପି ସେ ମଲା, ପୁଣି, ପ୍ରାଣତ୍ୟାଗ ସମୟରେ ପୁତ୍ରର ନାମ ବିନୋନୀ ରଖିଲା; ମାତ୍ର ତାହାର ପିତା ତାହାର ନାମ ବିନ୍ୟାମୀନ୍ ରଖିଲେ।


ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋʼ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।”


ଏହିରୂପେ ତାହା ଆଗରେ ଭେଟି ଦ୍ରବ୍ୟ ଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା।


ପୁଣି, ସେମାନଙ୍କୁ ନଦୀ ପାର କରାଇ ଆପଣାର ସମସ୍ତ ଦ୍ରବ୍ୟ ସେପାରିକୁ ପଠାଇଦେଲା।


ତହିଁରେ ଅମ୍ମୋନ-ସନ୍ତାନଗଣର ରାଜା ଯିପ୍ତହଙ୍କ ଦୂତମାନଙ୍କୁ କହିଲା, “କାରଣ ଏହି, ଇସ୍ରାଏଲ ଯେତେବେଳେ ମିସରରୁ ବାହାର ହୋଇ ଆସିଲେ, ସେତେବେଳେ ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ମୋହର ଭୂମି ହରଣ କଲେ; ଏଣୁ ଏବେ ବିରୋଧ ନ କରି ତାହା ଫେରାଇ ଦିଅ।”


Swiv nou:

Piblisite


Piblisite