Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 32:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିଉତ୍ତାରେ ଦୂତମାନେ ଫେରିଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରି ଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଅନନ୍ତର ଦୂତମାନେ ଫେରି ଆସି ଯାକୁବକୁ କହିଲେ, ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରିଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

6 ଏଥିଉତ୍ତାରେ ଦୂତମାନେ ଫେରି ଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରିଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

6 ଦୂତଗଣ ଯାକୁବଙ୍କ ପାଖକୁ ଯାଇ କହିଲେ, “ଆମ୍ଭେ ତୁମ୍ଭର ଭାଇ ଏଷୌ ନିକଟକୁ ଗଲୁ। ସେ ତୁମ୍ଭକୁ ଭେଟିବାକୁ ଆସୁଛନ୍ତି ଓ ତାଙ୍କ ସହିତ 400 ଲୋକ ଅଛନ୍ତି।”

Gade chapit la Kopi




ଆଦି ପୁସ୍ତକ 32:6
14 Referans Kwoze  

ଏଥିଉତ୍ତାରେ ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷୌ ଉପସ୍ଥିତ, ପୁଣି, ତାହା ସଙ୍ଗେ ଚାରି ଶହ ପୁରୁଷ। ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା,


କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେହି ଦିନ ସଦୃଶ୍ୟ)


ବିନୟ କରୁଅଛି, ମୋʼ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ।


“ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇଯିବେ,”


ତହିଁରେ ଯାକୁବ ଅତିଶୟ ଭୀତ ଓ ଉଦ୍‍ବିଗ୍ନ ହେଲା, ପୁଣି, ସଙ୍ଗୀ ଲୋକମାନଙ୍କୁ ଓ ଗୋମେଷାଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କରି କହିଲା,


ପୁଣି, ଆପଣା ଉପାର୍ଜ୍ଜିତ ପଶ୍ୱାଦି ସକଳ ଧନ, ଅର୍ଥାତ୍‍, ପଦ୍ଦନ୍‍ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍‌ହାକ ନିକଟକୁ ପ୍ରସ୍ଥାନ କଲା।


ତହିଁରେ ଏଷୌ ପଚାରିଲା, “ମୁଁ ଆଗେ ଯେଉଁସବୁ (ପଶ୍ୱାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ?” ଯାକୁବ କହିଲା, “ମୋʼ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।”


ଏଷୌ କହିଲା, “ତେବେ ମୋʼ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ? ମୋʼ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।”


ପୁଣି, ଶିଖିମ ଦୀଣାର ପିତାକୁ ଓ ଭ୍ରାତୃଗଣକୁ କହିଲା, “ମୋʼ ପ୍ରତି ତୁମ୍ଭମାନଙ୍କର ଅନୁଗ୍ରହ ଦୃଷ୍ଟି ହେଉ, ତହିଁରେ ଯାହା କହିବ, ତାହା ମୁଁ ଦେବି।


ତହିଁରେ ସେମାନେ କହିଲେ, “ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ; ଆପଣଙ୍କ କୃପାଦୃଷ୍ଟି ହେଲେ, ଆମ୍ଭେମାନେ ଫାରୋଙ୍କର ଦାସ ହେବୁ।”


ତହୁଁ ମୋୟାବ ଦେଶୀୟା ରୂତ ନୟମୀକି କହିଲା, “ମୋତେ କ୍ଷେତ୍ରକୁ ଯିବାକୁ ଦିଅ, ମୁଁ ଯାହାର ଦୃଷ୍ଟିରେ ଅନୁଗ୍ରହ ପାଇବି, ତାହାର ପଛେ ପଛେ ବଳକା ଶସ୍ୟଗୁଡ଼ିକ ସାଉଣ୍ଟିବି,” ତହିଁରେ ସେ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା, ଯାଅ।”


ଏଥିରେ ସେ କହିଲା, “ହେ ମୋହର ପ୍ରଭୋ, ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଏ; ଆପଣ ମୋତେ ସାନ୍ତ୍ୱନା କଲେ, ପୁଣି ଆପଣଙ୍କର ଏହି ଦାସୀ ପ୍ରତି କରୁଣାର କଥା କହିଲେ, ମୁଁ ତ ଆପଣଙ୍କର ଏକ ଦାସୀ ତୁଲ୍ୟ ନୁହେଁ।”


ତହୁଁ ସେ କହିଲା, “ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ।” ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି, ତାହାର ମୁଖ ଆଉ ବିଷଣ୍ଣ ନୋହିଲା।


Swiv nou:

Piblisite


Piblisite