Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 33:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯାକୁବ କହିଲା, “ନା, ବିନୟ କରୁଅଛି, ମୁଁ ଆପଣଙ୍କ ଦୃଷ୍ଟିରେ ଯଦି ଅନୁଗ୍ରହ ପାଇଲି, ତେବେ ମୋʼ ହସ୍ତରୁ ସେହି ଭେଟି ଗ୍ରହଣ କରନ୍ତୁ; କାରଣ ପରମେଶ୍ୱରଙ୍କ ମୁଖ ଦର୍ଶନ କଲା ପରି ମୁଁ ଆପଣଙ୍କ ମୁଖ ଦର୍ଶନ କରିଅଛି; ମଧ୍ୟ ଆପଣ ମୋʼ ପ୍ରତି ପ୍ରସନ୍ନ ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯାକୁବ କହିଲା, ନା, ବିନୟ କରୁଅଛି, ମୁଁ ଆପଣଙ୍କ ଦୃଷ୍ଟିରେ ଯେବେ ଅନୁଗ୍ରହ ପାଇଲି, ତେବେ ମୋʼ ହସ୍ତରୁ ସେହି ଭେଟି ଗ୍ରହଣ କରନ୍ତୁ; କାରଣ ପରମେଶ୍ଵରଙ୍କ ମୁଖ ଦର୍ଶନ କଲା ପରି ମୁଁ ଆପଣଙ୍କ ମୁଖ ଦର୍ଶନ କରିଅଛି; ମଧ୍ୟ ଆପଣ ମୋʼ ପ୍ରତି ପ୍ରସନ୍ନ ହୋଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

10 ଯାକୁବ କହିଲା, “ନା, ବିନୟ କରୁଅଛି, ମୁଁ ଆପଣଙ୍କ ଦୃଷ୍ଟିରେ ଯଦି ଅନୁଗ୍ରହ ପାଇଲି, ତେବେ ମୋ’ ହସ୍ତରୁ ସେହି ଭେଟି ଗ୍ରହଣ କରନ୍ତୁ; କାରଣ ପରମେଶ୍ୱରଙ୍କ ମୁଖ ଦର୍ଶନ କଲା ପରି ମୁଁ ଆପଣଙ୍କ ମୁଖ ଦର୍ଶନ କରିଅଛି; ମଧ୍ୟ ଆପଣ ମୋ’ ପ୍ରତି ପ୍ରସନ୍ନ ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

10 ଯାକୁବ କହିଲେ, “ନା ଭାଇ ମୁଁ ତୁମ୍ଭକୁ ଅନୁରୋଧ କରୁଛି। ଯଦି ତୁମ୍ଭେ ମୋତେ ବାସ୍ତବରେ ଗ୍ରହଣ କରୁଛ ତେବେ ମୋର ଉପହାରଗୁଡ଼ିକ ଗ୍ରହଣ କର, ଯାହା ମୁଁ ତୁମ୍ଭକୁ ଦେଇଅଛି। ମୁଁ ତୁମ୍ଭକୁ ପାଇ ବହୁତ ଖୁସୀ। ମୋତେ ପରମେଶ୍ୱରଙ୍କର ଦର୍ଶନ ପରି ଲାଗୁଛି। ଆଗ୍ରହର ସହକାରେ ତୁମ୍ଭେ ମୋତେ ଗ୍ରହଣ କରିଥିବାରୁ, ମୁଁ ଖୁସୀ।

Gade chapit la Kopi




ଆଦି ପୁସ୍ତକ 33:10
19 Referans Kwoze  

ସେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରେ ଓ ସେ ତାହା ପ୍ରତି ପ୍ରସନ୍ନ ହୁଅନ୍ତି; ତେଣୁ ସେ ଆନନ୍ଦରେ ତାହାଙ୍କ ମୁଖ ଦର୍ଶନ କରେ; ଆଉ, ସେ ମନୁଷ୍ୟକୁ ତାହାର ଧାର୍ମିକତା ପୁନର୍ବାର ଦିଅନ୍ତି।


ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ।


ସଦାପ୍ରଭୁ ଏହି କଥା କହନ୍ତି, “ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ ପ୍ରାନ୍ତରରେ ଅନୁଗ୍ରହପ୍ରାପ୍ତ ହେଲେ, ଅର୍ଥାତ୍‍, ଆମ୍ଭେ ତାହାକୁ ବିଶ୍ରାମ ଦେବା ପାଇଁ ଗମନ କଲା ବେଳେ ଇସ୍ରାଏଲ ତାହା ପ୍ରାପ୍ତ ହେଲା।”


ସେତେବେଳେ ସେହି ସ୍ଥାନର ନାମ ପନୂୟେଲ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।”


ମୋହର ଶତ୍ରୁ ମୋʼ ଉପରେ ଜୟଧ୍ୱନି କରୁ ନାହିଁ, ଏଥିସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋʼ ଠାରେ ସନ୍ତୁଷ୍ଟ ଅଛ।


ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ତୁମ୍ଭେ ଏଠାକୁ ଆସ, ମୁଁ କାହିଁକି ଗଶୂରରୁ ଆସିଲି? ଏ କଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥାʼନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋʼ ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।”


ଅବଶାଲୋମ ଯିରୂଶାଲମରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ବାସ କଲା; ମାତ୍ର ରାଜାଙ୍କର ମୁଖ ଦେଖିଲା ନାହିଁ।


ଆଉ ରାଜା କହିଲେ, “ସେ ଫେରି ଆପଣା ଘରକୁ ଯାଉ, ମାତ୍ର ସେ ମୋହର ମୁଖ ନ ଦେଖୁ।” ତହିଁରେ ଅବଶାଲୋମ ଆପଣା ଗୃହକୁ ଫେରିଗଲା ଓ ରାଜାଙ୍କର ମୁଖ ଦେଖିଲା ନାହିଁ।


ଏଥିରେ ଦାଉଦ କହିଲେ, “ଭଲ; ମୁଁ ତୁମ୍ଭ ସଙ୍ଗରେ ନିୟମ କରିବି; ମାତ୍ର ମୁଁ ତୁମ୍ଭଠାରୁ ଗୋଟିଏ କଥା ଚାହେଁ, ତାହା ଏହି, ତୁମ୍ଭେ ମୋʼ ମୁଖ ଦେଖିବାକୁ ଆସିବା ବେଳେ ପ୍ରଥମେ ଶାଉଲଙ୍କର କନ୍ୟା ମୀଖଲକୁ ନ ଆଣିଲେ ମୋʼ ମୁଖ ଦେଖି ପାରିବ ନାହିଁ।”


ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, “ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହାହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପାହୁଣ୍ଡେ ମାତ୍ର ଅଛି।”


ଏଥିରେ ସେ ମୁହଁ ମାଡ଼ି ଭୂମିରେ ପଡ଼ି ତାହାକୁ କହିଲା, “ମୁଁ ବିଦେଶିନୀ ହେଲେ ହେଁ ଆପଣ ମୋହର ପରିଚୟ ନେଉଅଛନ୍ତି, ଆପଣଙ୍କ ଦୃଷ୍ଟିରେ ଏତେ ଅନୁଗ୍ରହ ମୁଁ କିପରି ପାଇଲି?”


ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ଯଦି ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣଗୋଚରେ ଏହି କଥା କୁହ,


ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, “ମୁଁ ଯଦି ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ; ପୁଣି, ମୋʼ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ।


ଏବେ ଏହି ଦାସ ପ୍ରତି ଅନୁଗ୍ରହ ଓ ମହାଦୟା କରି ପ୍ରାଣରକ୍ଷା କଲେ; ମୁଁ ପର୍ବତକୁ ପଳାଇ ଯାଇ ନ ପାରେ; କେଜାଣି ବିପଦ ଘଟିଲେ ମରିଯିବି।


ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।


ତହିଁରେ ଯିହୁଦା ତାଙ୍କୁ କହିଲା, “ସେ ବ୍ୟକ୍ତି ଦୃଢ଼ ପ୍ରତିଜ୍ଞା କରି କହିଅଛି, ‘ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।’


ତହୁଁ ଏଷୌ କହିଲା, “ମୋହର ଯଥେଷ୍ଟ ଅଛି; ଭାଇ, ତୁମ୍ଭର ଯାହା ଅଛି, ତାହା ତୁମ୍ଭର ଥାଉ।”


ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା।


Swiv nou:

Piblisite


Piblisite