Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 34:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ସେହି ଯୁବା ଅତି ଶୀଘ୍ର ସେ କର୍ମ କଲା, କାରଣ ସେ ଯାକୁବର କନ୍ୟାଠାରେ ଅତିଶୟ ଆସକ୍ତ ଥିଲା। ସେହି ଶିଖିମ ଆପଣା ପିତୃପରିବାର ସମସ୍ତଙ୍କଠାରୁ ଅଧିକ ସମ୍ଭ୍ରାନ୍ତ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ସେହି ଯୁବା ଅତିଶୀଘ୍ର ସେ କର୍ମ କଲା, କାରଣ ସେ ଯାକୁବର କନ୍ୟାଠାରେ ଅତିଶୟ ଆସକ୍ତ ଥିଲା। ସେହି ଶିଖିମ ଆପଣା ପିତୃପରିବାର ସମସ୍ତଙ୍କଠାରୁ ଅଧିକ ସମ୍ଭ୍ରାନ୍ତ ଥିଲା।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ସେହି ଯୁବା ଅତିଶୀଘ୍ର ସେ କର୍ମ କଲା, କାରଣ ସେ ଯାକୁବର କନ୍ୟାଠାରେ ଅତିଶୟ ଆସକ୍ତ ଥିଲା। ସେହି ଶିଖିମ ଆପଣା ପିତୃପରିବାର ସମସ୍ତଙ୍କଠାରୁ ଅଧିକ ସମ୍ଭ୍ରାନ୍ତ ଥିଲା।

Gade chapit la Kopi

ପବିତ୍ର ବାଇବଲ

19 ଦୀଣାର ଭାଇମାନଙ୍କର କଥାନୁସାରେ ସୁନ୍ନତ ହେବାକୁ ଖୁସୀରେ ଗ୍ରହଣ କଲେ। ଶିଖିମ ତାଙ୍କ ବଂଶରେ ବହୁ ସମ୍ମାନୀୟ ବ୍ୟକ୍ତି ଥିଲା।

Gade chapit la Kopi




ଆଦି ପୁସ୍ତକ 34:19
15 Referans Kwoze  

ପୁଣି, ଯାବେଷ୍‍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍‍ ରଖିଥିଲା, କାରଣ ସେ କହିଥିଲା, “ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ।”


ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ଓ ଗ୍ରୀକ୍‌ମାନଙ୍କ ମଧ୍ୟରୁ ଅନେକ ସମ୍ଭ୍ରାନ୍ତ ମହିଳା ଓ ପୁରୁଷ ମଧ୍ୟ ବିଶ୍ୱାସ କଲେ।


କିନ୍ତୁ ଯିହୁଦୀମତାବଲମ୍ବୀ ଅଣଯିହୁଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୁଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ।


ତୁମ୍ଭେ ପରିତ୍ୟକ୍ତା ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ ଅନାଥା ବୋଲି ଆଉ ଡକାଯିବ ନାହିଁ; ମାତ୍ର ତୁମ୍ଭେ ହିପ୍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା) ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ।


ଏଥିପାଇଁ ମୋହର ଲୋକମାନେ ଜ୍ଞାନ ଅଭାବରୁ ବନ୍ଦୀ ହୋଇ ଯାଇଅଛନ୍ତି; ପୁଣି, ସେମାନଙ୍କର ସମ୍ଭ୍ରାନ୍ତ ଲୋକମାନେ କ୍ଷୁଧାର୍ତ୍ତ ଓ ସେମାନଙ୍କର ଲୋକସମୂହ ତୃଷାରେ ଶୁଷ୍କ ହେଉଅଛନ୍ତି।


ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁୁ ପରି ବଳବାନ; ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା।


ଅରାମୀୟ ରାଜାର ନାମାନ୍‍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ।


ଏଥିରେ ଅହୀମେଲକ୍‍ ରାଜାଙ୍କୁ ଉତ୍ତର ଦେଇ କହିଲା, ଆପଣଙ୍କ ସମସ୍ତ ଦାସ ମଧ୍ୟରେ ଦାଉଦ ପରି କିଏ ବିଶ୍ୱସ୍ତ? ସେ ତ ମହାରାଜାଙ୍କର ଜୁଆଁଇ ଓ ଆପଣଙ୍କର ସଭାସଦ୍‍ ଓ ଆପଣଙ୍କ ଗୃହରେ ସମ୍ଭ୍ରାନ୍ତ।


ଏଉତ୍ତାରେ ବାଲାକ ସେମାନଙ୍କଠାରୁ ଅଧିକ ସଂଖ୍ୟକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ପଠାଇଲେ।


ପୁଣି, ସେହି କ୍ଷୀଣ କୁତ୍ସିତ ଗୋରୁ ପୂର୍ବର ହୃଷ୍ଟପୁଷ୍ଟ ସେହି ସାତୋଟି ଗୋରୁଙ୍କୁ ଖାଇ ପକାଇଲେ।


ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା।


ସେତେବେଳେ ସେମାନଙ୍କର ଏହି କଥାରେ ହମୋର ଓ ତାହାର ପୁତ୍ର ଶିଖିମ ସନ୍ତୁଷ୍ଟ ହେଲେ।


ଏଥିଉତ୍ତାରେ ହମୋର ଓ ତାହାର ପୁତ୍ର ଶିଖିମ ଆପଣା ନଗର-ଦ୍ୱାରକୁ ଆସି ନଗର ନିବାସୀମାନଙ୍କ ସହିତ କଥାବାର୍ତ୍ତା କରି କହିଲେ;


Swiv nou:

Piblisite


Piblisite