Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 34:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିଉତ୍ତାରେ ଯାକୁବ ଆପଣାର କନ୍ୟା ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିବାର କଥା ଶୁଣିଲା; ସେହି ସମୟରେ ତାହାର ପୁତ୍ରମାନେ କ୍ଷେତ୍ରରେ ପଶୁପଲ ସଙ୍ଗରେ ଥିବାରୁ ଯାକୁବ ସେମାନଙ୍କ ଆସିବା ପର୍ଯ୍ୟନ୍ତ ତୁନି ହୋଇ ରହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଥିଉତ୍ତାରେ ଯାକୁବ ଆପଣାର କନ୍ୟା ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିବାର କଥା ଶୁଣିଲା; ସେହି ସମୟରେ ତାହାର ପୁତ୍ରମାନେ କ୍ଷେତ୍ରରେ ପଶୁପଲ ସଙ୍ଗରେ ଥିବାରୁ ଯାକୁବ ସେମାନଙ୍କ ଆସିବା ଯାଏ ତୁନି ହୋଇ ରହିଲା।

Gade chapit la Kopi

ଓଡିଆ ବାଇବେଲ

5 ଏଥିଉତ୍ତାରେ ଯାକୁବ ଆପଣାର କନ୍ୟା ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିବାର କଥା ଶୁଣିଲା; ସେହି ସମୟରେ ତାହାର ପୁତ୍ରମାନେ କ୍ଷେତ୍ରରେ ପଶୁପଲ ସଙ୍ଗରେ ଥିବାରୁ ଯାକୁବ ସେମାନଙ୍କ ଆସିବା ପର୍ଯ୍ୟନ୍ତ ତୁନି ହୋଇ ରହିଲା।

Gade chapit la Kopi

ପବିତ୍ର ବାଇବଲ

5 ଯାକୁବ ଜାଣିବାକୁ ପାଇଲେ ଯେ, ସେହି ଯୁବକ ଦୀଣା ଉପରେ ଅପମାନ ଆଣିଛି। କିନ୍ତୁ ଯାକୁବର ସମସ୍ତ ପୁଅମାନେ କ୍ଷେତ୍ରରେ ପଶୁପଲଙ୍କ ସହିତ ଥିଲେ। ସେ କିଛି କଲେ ନାହିଁ, ତାଙ୍କର ପୁତ୍ରମାନେ ଫେରିବା ପର୍ଯ୍ୟନ୍ତ ଅପେକ୍ଷା କଲେ।

Gade chapit la Kopi




ଆଦି ପୁସ୍ତକ 34:5
13 Referans Kwoze  

ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା।


ମାତ୍ର ସେ ପିତାଙ୍କୁ ଉତ୍ତର ଦେଲେ, ଦେଖ, ଏତେ ବର୍ଷ ହେଲା ମୁଁ ତୁମ୍ଭର ଦାସ ପରି ଖଟି ଆସିଅଛି, ପୁଣି, କେବେହେଲେ ତୁମ୍ଭର ଆଜ୍ଞା ଅମାନ୍ୟ କରି ନାହିଁ, ତଥାପି ମୋହର ବନ୍ଧୁମାନଙ୍କ ସହିତ ଉତ୍ସବ କରିବାକୁ ତୁମ୍ଭେ ମୋତେ କେବେହେଲେ ଛେଳି ଛୁଆଟିଏ ସୁଦ୍ଧା ଦେଇ ନାହଁ;


ସେତେବେଳେ ତାହାଙ୍କ ବଡ଼ ପୁଅ କ୍ଷେତରେ ଥିଲା। ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶବ୍ଦ ଶୁଣି,


ମାତ୍ର ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବେଥଲିହିମକୁ ଯାʼଆସ କରୁଥାଆନ୍ତି।


ଏଉତ୍ତାରେ ଶାମୁୟେଲ ଯିଶୀକୁ କହିଲେ, “ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି?” ସେ କହିଲା, “କେବଳ କନିଷ୍ଠଟି ବାକି ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି।” ତହିଁରେ ଶାମୁୟେଲ ଯିଶୀକୁ କହିଲେ, “ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ।”


ମାତ୍ର କେତେକ ଦୁଷ୍ଟ ଲୋକମାନେ କହିଲେ, “ଏହି ଲୋକ କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ?” ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ।


ଏଥିଉତ୍ତାରେ ସେ ସେହି ଦିନ ରେଖାଙ୍କିତ ଓ ବିନ୍ଦୁଚିହ୍ନିତ ଛାଗସକଳ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ମଧ୍ୟ କିଞ୍ଚିତ ଶୁକ୍ଳବର୍ଣ୍ଣ ଛାଗୀସକଳ, ପୁଣି, କଳାବର୍ଣ୍ଣର ମେଷସକଳ ପୃଥକ ପୃଥକ କରି ଆପଣା ପୁତ୍ରମାନଙ୍କ ହସ୍ତରେ ସମର୍ପଣ କଲା;


ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ।


ଏଥିଉତ୍ତାରେ ଶିଖିମ ଆପଣା ପିତା ହମୋରକୁ କହିଲା, “ତୁମ୍ଭେ ଏହି ଯୁବତୀ ସଙ୍ଗେ ମୋତେ ବିବାହ କରିଦିଅ।”


ଏଥିମଧ୍ୟରେ ଶିଖିମର ପିତା ହମୋର ଯାକୁବ ସହିତ କଥାବାର୍ତ୍ତା କରିବାକୁ ଗଲା।


ସେତେବେଳେ ତୁମ୍ଭେମାନେ କହିବ, ‘ଆପଣଙ୍କର ଏହି ଦାସମାନେ ବାଲ୍ୟାବଧି ଏପର୍ଯ୍ୟନ୍ତ ପୂର୍ବପୁରୁଷାନୁକ୍ରମେ ପଶୁ ବ୍ୟବସାୟୀ;’ ତହିଁରେ ତୁମ୍ଭେମାନେ ଗୋଶନ ପ୍ରଦେଶରେ ବାସ କରି ପାରିବ; କାରଣ ପଶୁପାଳକମାନେ ମିସରୀୟମାନଙ୍କ ନିକଟରେ ଘୃଣାଯୋଗ୍ୟ ଅଟନ୍ତି।”


Swiv nou:

Piblisite


Piblisite