Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 37:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ନ ଦେଖିଲୁ? ମୁଁ ଓ ତୋʼ ମାତା ଓ ତୋʼ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, ତୁ ଏ କି ପ୍ରକାର ସ୍ଵପ୍ଵ ଦେଖିଲୁ? ମୁଁ ଓ ତୋʼ ମାତା ଓ ତୋʼ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ?

Gade chapit la Kopi

ଓଡିଆ ବାଇବେଲ

10 ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ୱ ଦେଖିଲୁ ? ମୁଁ ଓ ତୋ’ ମାତା ଓ ତୋ’ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ ?”

Gade chapit la Kopi

ପବିତ୍ର ବାଇବଲ

10 ଯୋଷେଫ ତାଙ୍କର ସେହି ସ୍ୱପ୍ନର କଥା ତାଙ୍କ ପିତାଙ୍କୁ ମଧ୍ୟ ଜଣାଇଲେ। କିନ୍ତୁ ତାଙ୍କର ପିତା ତାଙ୍କୁ ଗାଳି ଦେଲେ। ତାଙ୍କର ପିତା ତାଙ୍କୁ କହିଲେ, “ଏ କି ପ୍ରକାର ସ୍ୱପ୍ନ? ତୁ କ’ଣ ଭାବୁଛୁ ମୁଁ, ତୋର ମା ଏବଂ ତୋର ଭାଇମାନେ ତୋତେ ପ୍ରଣାମ କରିବାକୁ ଆସିବୁ?”

Gade chapit la Kopi




ଆଦି ପୁସ୍ତକ 37:10
8 Referans Kwoze  

ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”


ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ।


ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋʼ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।”


ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”


ଏଥିଉତ୍ତାରେ ଯୋଷେଫ ଗୃହକୁ ଆସନ୍ତେ, ସେମାନେ ହସ୍ତସ୍ଥିତ ଭେଟି ଦ୍ରବ୍ୟ ତାଙ୍କ ନିକଟକୁ ଗୃହ ମଧ୍ୟରେ ଆଣି ତାଙ୍କୁ ଭୂମିଷ୍ଠ ପ୍ରମାଣ କଲେ।


ସେମାନେ କହିଲେ, “ଆପଣଙ୍କ ଦାସ ଆମ୍ଭମାନଙ୍କ ପିତା କୁଶଳରେ ଅଛନ୍ତି, ସେ ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି।” ତହୁଁ ସେମାନେ ମସ୍ତକ ନତ କରି ପ୍ରଣାମ କଲେ।


ଆଉ ଯିହୁଦା ଓ ତାହାର ଭ୍ରାତୃଗଣ ଯୋଷେଫଙ୍କ ଗୃହରେ ପ୍ରବେଶ କଲେ; ଯୋଷେଫ ସେହି ସମୟ ପର୍ଯ୍ୟନ୍ତ ସେଠାରେ ଥିଲେ; ଏଣୁ ସେମାନେ ତାଙ୍କ ସାକ୍ଷାତରେ ଭୂମିରେ ପଡ଼ିଲେ।


Swiv nou:

Piblisite


Piblisite