Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 37:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯାକୁବଙ୍କର ବୃତ୍ତାନ୍ତ ଏହି। ଯୋଷେଫ, ସତର ବର୍ଷ ବୟସ ସମୟରେ, ଆପଣା ଭାଇମାନଙ୍କ ସହିତ ପଶୁପଲ ଚରାଉଥିଲେ; ସେ ଆପଣା ପିତୃଭାର୍ଯ୍ୟା ବିଲ୍‌ହା ଓ ସିଳ୍ପାର ପୁତ୍ରମାନଙ୍କର ସଙ୍ଗୀ ବାଳକ ଥିଲା; ପୁଣି, ଯୋଷେଫ ସେହି ଭାଇମାନଙ୍କ କୁବ୍ୟବହାରର ବାର୍ତ୍ତା ପିତା ନିକଟକୁ ଆଣୁଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯାକୁବଙ୍କର ବୃତ୍ତା; ଏହି। ଯୋଷେଫ, ସତର ବର୍ଷ ବୟସ ସମୟରେ, ଆପଣା ଭ୍ରାତୃଗଣ ସହିତ ପଶୁପଲ ଚରାଉଥିଲା; ସେ ଆପଣା ପିତୃଭାର୍ଯ୍ୟା ବିଲ୍ହା ଓ ସିଳ୍ପାର ପୁତ୍ରମାନଙ୍କର ସଙ୍ଗୀ ବାଳକ ଥିଲା; ପୁଣି ଯୋଷେଫ ସେହି ଭାଇମାନଙ୍କ କୁବ୍ୟବହାରର ବାର୍ତ୍ତା ପିତା ନିକଟକୁ ଆଣୁଥାଏ।

Gade chapit la Kopi

ଓଡିଆ ବାଇବେଲ

2 ଯାକୁବଙ୍କର ବୃତ୍ତାନ୍ତ ଏହି। ଯୋଷେଫ, ସତର ବର୍ଷ ବୟସ ସମୟରେ, ଆପଣା ଭାଇମାନଙ୍କ ସହିତ ପଶୁପଲ ଚରାଉଥିଲେ; ସେ ଆପଣା ପିତୃଭାର୍ଯ୍ୟା ବିଲ୍‌ହା ଓ ସିଳ୍ପାର ପୁତ୍ରମାନଙ୍କର ସଙ୍ଗୀ ବାଳକ ଥିଲା; ପୁଣି, ଯୋଷେଫ ସେହି ଭାଇମାନଙ୍କ କୁବ୍ୟବହାରର ବାର୍ତ୍ତା ପିତା ନିକଟକୁ ଆଣୁଥାଏ।

Gade chapit la Kopi

ପବିତ୍ର ବାଇବଲ

2 ଏହା ହେଉଛି ଯାକୁବଙ୍କ ପରିବାରର ଇତିହାସ। ଯୋଷେଫଙ୍କୁ ଯେତେବେଳେ ସତରବର୍ଷ ହୋଇଥିଲା, ସେ ମେଣ୍ଢା ଓ ଛେଳି ଚରାଉଥିଲେ। ଯୋଷେଫ ଏହି କାର୍ଯ୍ୟ ତାଙ୍କ ଭାଇମାନଙ୍କ ସହିତ କରୁଥିଲେ। ସେ ତାଙ୍କ ପିତାଙ୍କ ସ୍ତ୍ରୀ ବିଲହା ଓ ସିଳ୍ପାର ପୁତ୍ରମାନଙ୍କର ସାହାଯ୍ୟକାରୀ ଥିଲେ। ଯୋଷେଫ ତାଙ୍କର ପିତାଙ୍କୁ ଭାଇମାନଙ୍କର କୁକର୍ମ ବିଷୟରେ ସବୁ ଜଣାଉଥିଲେ।

Gade chapit la Kopi




ଆଦି ପୁସ୍ତକ 37:2
17 Referans Kwoze  

କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ଡଳୀ ସ୍ୱରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ୱାସ କରୁଅଛି।


ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍‍ ଯାଇ ଆପଣା ପିତାଙ୍କର ବିଲ୍‌ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।


ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ଅଣଯିହୁଦୀମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି।


କାରଣ, ହେ ମୋହର ଭାଇମାନେ, ଖ୍ଳୟୀଙ୍କ ପରିଜନଙ୍କଠାରୁ ତୁମ୍ଭମାନଙ୍କ ସମ୍ବନ୍ଧରେ ମୋʼ ନିକଟରେ ଏହା ପ୍ରକାଶ ପାଇଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବାଦବିବାଦ ଅଛି।


ଜଗତ ତୁମ୍ଭମାନଙ୍କୁ ଘୃଣା କରିପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି।


ଏଥିଉତ୍ତାରେ ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକୁ ଘେନି ଯାକୁବ ସହିତ ବିବାହ ଦେଲା।


ପୁଣି, ସେ ଆପଣା ଦାସୀ ବିଲ୍‌ହାକୁ ତାହା ସହିତ ବିବାହ ଦେଲା।


ଶେମ, ହାମ, ଯେଫତ୍‍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ପରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ।


ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।


ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;


ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,


ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତାହା ପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ।


ମାତ୍ର ଯୋଷେଫ ଆପଣା ଭାଇମାନଙ୍କୁ ଚିହ୍ନିଲେ ହେଁ ସେମାନେ ତାଙ୍କୁ ଚିହ୍ନି ପାରିଲେ ନାହିଁ।


ଦେଖ, କେବଳ ଦୁଇ ବର୍ଷ ହେଲା ଦେଶରେ ଦୁର୍ଭିକ୍ଷ ହୋଇଅଛି; ଆହୁରି ପାଞ୍ଚ ବର୍ଷ ବାକି ଅଛି, ତହିଁ ମଧ୍ୟରେ ଚାଷ କି ଶସ୍ୟର ଚ୍ଛେଦନ ହେବ ନାହିଁ।


ସେତେବେଳେ ତୁମ୍ଭେମାନେ କହିବ, ‘ଆପଣଙ୍କର ଏହି ଦାସମାନେ ବାଲ୍ୟାବଧି ଏପର୍ଯ୍ୟନ୍ତ ପୂର୍ବପୁରୁଷାନୁକ୍ରମେ ପଶୁ ବ୍ୟବସାୟୀ;’ ତହିଁରେ ତୁମ୍ଭେମାନେ ଗୋଶନ ପ୍ରଦେଶରେ ବାସ କରି ପାରିବ; କାରଣ ପଶୁପାଳକମାନେ ମିସରୀୟମାନଙ୍କ ନିକଟରେ ଘୃଣାଯୋଗ୍ୟ ଅଟନ୍ତି।”


Swiv nou:

Piblisite


Piblisite