Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 37:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋʼ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋʼ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।

Gade chapit la Kopi

ଓଡିଆ ବାଇବେଲ

7 ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋ’ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।

Gade chapit la Kopi

ପବିତ୍ର ବାଇବଲ

7 ଆମ୍ଭେ ସମସ୍ତେ କ୍ଷେତରେ କାର୍ଯ୍ୟ କରୁଥିଲୁ। ଆମ୍ଭେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ। ତହିଁରେ ମୁଁ ଦେଖିଲି ମୋର ବିଡ଼ା ଉଠି ଛିଡ଼ା ହେଲା। ତୁମ୍ଭମାନଙ୍କର ବିଡ଼ା ସବୁ ମୋ’ ବିଡ଼ାକୁ ଗ୍ଭରିଆଡ଼େ ଘେରି ପ୍ରଣାମ କଲେ।”

Gade chapit la Kopi




ଆଦି ପୁସ୍ତକ 37:7
12 Referans Kwoze  

ଆଉ ଯିହୁଦା ଓ ତାହାର ଭ୍ରାତୃଗଣ ଯୋଷେଫଙ୍କ ଗୃହରେ ପ୍ରବେଶ କଲେ; ଯୋଷେଫ ସେହି ସମୟ ପର୍ଯ୍ୟନ୍ତ ସେଠାରେ ଥିଲେ; ଏଣୁ ସେମାନେ ତାଙ୍କ ସାକ୍ଷାତରେ ଭୂମିରେ ପଡ଼ିଲେ।


ସେହି ସମୟରେ ଯୋଷେଫ ସେହି ଦେଶର ଅଧ୍ୟକ୍ଷ ହେବାରୁ ଦେଶୀୟ ଲୋକ ସମସ୍ତଙ୍କୁ ଶସ୍ୟ ବିକ୍ରୟ କରୁଥିଲେ; ତହିଁରେ ଯୋଷେଫଙ୍କର ଭ୍ରାତୃଗଣ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ।


ଏଥିଉତ୍ତାରେ ଯୋଷେଫ ଗୃହକୁ ଆସନ୍ତେ, ସେମାନେ ହସ୍ତସ୍ଥିତ ଭେଟି ଦ୍ରବ୍ୟ ତାଙ୍କ ନିକଟକୁ ଗୃହ ମଧ୍ୟରେ ଆଣି ତାଙ୍କୁ ଭୂମିଷ୍ଠ ପ୍ରମାଣ କଲେ।


ତହୁଁ ଯୋଷେଫ ସେମାନଙ୍କ ବିଷୟରେ ଯେସବୁ ସ୍ୱପ୍ନ ଦେଖିଥିଲେ, ତାହା ସ୍ମରଣ କରି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଚୋର ଲୋକ; ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ତୁମ୍ଭେମାନେ ଆସିଅଛ।”


ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି।


ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ,


ପ୍ରଭୁ ଆପଣା ଦାସମାନଙ୍କୁ ପଚାରିଥିଲେ, ‘ତୁମ୍ଭମାନଙ୍କର ପିତା କିଅବା ଭାଇ ଅଛନ୍ତି କି?’


ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”


କାରଣ ସେ ସେମାନଙ୍କୁ କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ନିବେଦନ କରୁଅଛି, ତାହା ଶୁଣ।


ସେମାନେ କହିଲେ, “ଆପଣଙ୍କ ଦାସ ଆମ୍ଭମାନଙ୍କ ପିତା କୁଶଳରେ ଅଛନ୍ତି, ସେ ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି।” ତହୁଁ ସେମାନେ ମସ୍ତକ ନତ କରି ପ୍ରଣାମ କଲେ।


ତହିଁରେ ଯିହୁଦା ନିକଟକୁ ଯାଇ କହିଲା, “ପ୍ରଭୋ, ଆପଣଙ୍କ ଏହି ଦାସକୁ ପ୍ରଭୁଙ୍କ କର୍ଣ୍ଣଗୋଚରରେ ପଦେ ନିବେଦନ କରିବାକୁ ଅନୁମତି ଦେଉନ୍ତୁ ଓ ଆପଣା ଦାସ ପ୍ରତି ଆପଣଙ୍କ କ୍ରୋଧ ପ୍ରଜ୍ୱଳିତ ନ ହେଉ; କାରଣ ଆପଣ ଫାରୋଙ୍କ ତୁଲ୍ୟ ଅଟନ୍ତି।


ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଦାସ।”


Swiv nou:

Piblisite


Piblisite