Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 37:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଥିରେ ତାହାର ଭାଇମାନେ ତାକୁ କହିଲେ, ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବୁ? ତହୁଁ ସେମାନେ ତାହାର ସବୁ ସ୍ଵପ୍ନ ଓ କଥା ହେତୁରୁ ତାକୁ ଆହୁରି ଅଧିକ ଘୃଣା କଲେ।

Gade chapit la Kopi

ଓଡିଆ ବାଇବେଲ

8 ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ।

Gade chapit la Kopi

ପବିତ୍ର ବାଇବଲ

8 ତାଙ୍କର ଭାଇମାନେ ତାଙ୍କୁ କହିଲେ, “ତୁ କ’ଣ ଭାବୁଛୁ, ରାଜା ହୋଇ ଆମ୍ଭମାନଙ୍କୁ ଶାସନ କରିବୁ?” ତା'ର ଭାଇମାନେ ଏହି ସ୍ୱପ୍ନର କଥା ଶୁଣି ତାଙ୍କୁ ଅଧିକ ଘୃଣା କଲେ।

Gade chapit la Kopi




ଆଦି ପୁସ୍ତକ 37:8
19 Referans Kwoze  

କିଏ ତୁମ୍ଭକୁ ଶାସନକର୍ତ୍ତା ଓ ବିଚାରକ ସ୍ୱରୂପେ ନିଯୁକ୍ତ କଲା ବୋଲି କହି ଏହି ଯେଉଁ ମୋଶାଙ୍କୁ ସେମାନେ ଅଗ୍ରାହ୍ୟ କଲେ, ତାହାଙ୍କୁ ଈଶ୍ବର ବୁଦାରେ ଦର୍ଶନ ଦେଇଥିବା ଦୂତଙ୍କ ସହାୟତାରେ ଶାସକ ଓ ଉଦ୍ଧାରକର୍ତ୍ତା କରି ପ୍ରେରଣ କଲେ।


ମାତ୍ର କେତେକ ଦୁଷ୍ଟ ଲୋକମାନେ କହିଲେ, “ଏହି ଲୋକ କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ?” ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ।


ତେବେ ଭାବି ଦେଖ, ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ଅପବିତ୍ର ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ!


କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତେବେ ଏହି ଯେଉଁ ବାକ୍ୟ ଲେଖାଅଛି, ତାହାର ଅର୍ଥ କଅଣ, ‘ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହେଲା?’


କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ।


ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।


ସେ ଲୋକମାନଙ୍କୁ କହିବା ବେଳେ ତାଙ୍କର ଜ୍ୟେଷ୍ଠ ଭ୍ରାତା ଇଲୀୟାବ୍‍ ଶୁଣିଲା; ତହିଁରେ ଇଲୀୟାବ୍‍ର କ୍ରୋଧ ଦାଉଦଙ୍କ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, “ତୁ କାହିଁକି ଏଠିକି ଆସିଲୁ? ପ୍ରାନ୍ତରରେ ତୁ ସେ ମେଣ୍ଢା କେତୋଟି କାହା ପାଖରେ ଛାଡ଼ିଲୁ? ମୁଁ ତୋʼ ଗର୍ବ ଓ ତୋʼ ମନର ଦୁଷ୍ଟତା ଜାଣେ; କାରଣ ତୁ ଯୁଦ୍ଧ ଦେଖିବା ପାଇଁ ଆସିଅଛୁ।”


ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି? ତୁମ୍ଭେ ଯେପରି ସେହି ମିସରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଅଛ?” ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।”


ମୋହର ପୂର୍ବପୁରୁଷମାନଙ୍କ ଆଶୀର୍ବାଦଠାରୁ ତୁମ୍ଭ ପିତାଙ୍କର ଆଶୀର୍ବାଦ ଅଧିକ; ତାହା ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେବ; ତାହା ଯୋଷେଫର ମସ୍ତକରେ, ଅର୍ଥାତ୍‍, ଆପଣା ଭ୍ରାତୃଗଣଠାରୁ ପୃଥକ କୃତ ବ୍ୟକ୍ତିର ମସ୍ତକାଗ୍ରରେ ବର୍ତ୍ତିବ।


ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ।


ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”


ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”


ସେମାନେ କହିଲେ, “ନା ପ୍ରଭୋ, ତାହା ନୁହେଁ, ଆପଣଙ୍କର ଏହି ଦାସମାନେ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛନ୍ତି।


ତହିଁରେ ଯିହୁଦା ନିକଟକୁ ଯାଇ କହିଲା, “ପ୍ରଭୋ, ଆପଣଙ୍କ ଏହି ଦାସକୁ ପ୍ରଭୁଙ୍କ କର୍ଣ୍ଣଗୋଚରରେ ପଦେ ନିବେଦନ କରିବାକୁ ଅନୁମତି ଦେଉନ୍ତୁ ଓ ଆପଣା ଦାସ ପ୍ରତି ଆପଣଙ୍କ କ୍ରୋଧ ପ୍ରଜ୍ୱଳିତ ନ ହେଉ; କାରଣ ଆପଣ ଫାରୋଙ୍କ ତୁଲ୍ୟ ଅଟନ୍ତି।


ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଦାସ।”


ଆଉ ପୃଥିବୀର ଓ ତତ୍‍ପୂରକ ବସ୍ତୁର ଉତ୍ତମ ଦ୍ରବ୍ୟରେ ଓ ଯେ ବୁଦାରେ ବାସ କଲେ, ତାହାଙ୍କ ଅନୁଗ୍ରହରେ (ତାହାର ଦେଶ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେଉ) ଯୋଷେଫର ମସ୍ତକରେ ଆଶୀର୍ବାଦ ବର୍ତ୍ତୁ, ଯେ ଆପଣା ଭ୍ରାତୃଗଣ ନିକଟରୁ ପୃଥକ ହୋଇଥିଲା, ତାହାର ମସ୍ତକାଗ୍ରରେ ଆଶୀର୍ବାଦ ବର୍ତ୍ତୁ।


ଏଥିରେ ଶାଉଲ ଅତି କ୍ରୁଦ୍ଧ ହେଲେ ଓ ଏହି କଥା ତାଙ୍କର ଦୃଷ୍ଟିରେ ମନ୍ଦ ବୋଧ ହେଲା; ଏଣୁ ସେ କହିଲେ, “ସେମାନେ ଦାଉଦଙ୍କୁ ଅୟୁତ ଅୟୁତର ଜୟୀ ଓ ଆମ୍ଭଙ୍କୁ କେବଳ ସହସ୍ର ସହସ୍ରର ଜୟୀ ବୋଲି କହିଲେ; ରାଜତ୍ୱ ଛଡ଼ା ତାହାର ଆଉ କଅଣ ପାଇବାର ବାକି ଅଛି?”


Swiv nou:

Piblisite


Piblisite