Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 39:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତଥାପି ସେ ସ୍ତ୍ରୀ ଦିନକୁ ଦିନ ଯୋଷେଫଙ୍କୁ ଏପରି କହେ; ମାତ୍ର ଯୋଷେଫ ତାହା ସଙ୍ଗେ ଶୟନ କରିବାକୁ କିମ୍ବା ତାହା ନିକଟରେ ରହିବାକୁ ସମ୍ମତ ହୁଅନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତଥାପି ସେ ସ୍ତ୍ରୀ ଦିନକୁ ଦିନ ଯୋଷେଫଙ୍କୁ ଏପରି କହେ; ମାତ୍ର ଯୋଷେଫ ତାହା ସଙ୍ଗେ ଶୟନ କରିବାକୁ କିମ୍ଵା ତାହା ନିକଟରେ ରହିବାକୁ ସମ୍ମତ ହୁଅନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 ତଥାପି ସେ ସ୍ତ୍ରୀ ଦିନକୁ ଦିନ ଯୋଷେଫଙ୍କୁ ଏପରି କହେ; ମାତ୍ର ଯୋଷେଫ ତାହା ସଙ୍ଗେ ଶୟନ କରିବାକୁ କିମ୍ବା ତାହା ନିକଟରେ ରହିବାକୁ ସମ୍ମତ ହୁଅନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ

10 ସେହି ସ୍ତ୍ରୀଲୋକଟି ସର୍ବଦା ତାହାଙ୍କ ସହିତ କଥା ହୁଏ। କିନ୍ତୁ ସେ ତାଙ୍କ ସହ ଶୟନ କରିବା ପାଇଁ ସର୍ବଦା ମନା କରନ୍ତି।

Gade chapit la Kopi




ଆଦି ପୁସ୍ତକ 39:10
21 Referans Kwoze  

ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, “ଦେଖ, ଏ ଗୃହରେ ଯାହା ଅଛି ମୋʼ ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋʼ ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି।


ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।


କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।


ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ।


ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।


ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।


କାରଣ ବେଶ୍ୟା ଗଭୀର ଖାତ, ପୁଣି, ପରସ୍ତ୍ରୀ ସଂକୀର୍ଣ୍ଣ କୂପ ଅଟେ।


ପରସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ।


ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍‍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ।


ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ।


ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ।


ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନ କାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ,


ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ;


“ଯେ ଅବୋଧ, ସେ ଏଠାକୁ ଆସୁ” ବୁଦ୍ଧିହୀନ ଲୋକକୁ ସେ ଏହି କଥା କହେ,


ସେ ଆପଣା ଗୃହର ଦ୍ୱାର ନିକଟରେ ଓ ନଗରର ଉଚ୍ଚସ୍ଥାନରେ ଆସନ ପାରି ବସେ।


ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ବନ କଲା, ଆଉ ନିର୍ଲଜ ମୁଖରେ ତାହାକୁ କହିଲା


ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ;


ଏହି ଗୃହରେ ମୋʼ ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋʼ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ?”


ଏଥିଉତ୍ତାରେ ଦିନକରେ ଯୋଷେଫ ନିଜ କାର୍ଯ୍ୟ ନିମନ୍ତେ ଗୃହ ଭିତରକୁ ଗଲେ, ପୁଣି, ଗୃହର ଦାସ ମଧ୍ୟରୁ କେହି ସେଠାରେ ନ ଥିଲା।


ଆହୁରି ସେ ଡକାୟତ ପରି ଛକି ବସେ, ପୁଣି, ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ୱାସଘାତକମାନଙ୍କ ସଂଖ୍ୟା ବଢ଼ାଏ।


Swiv nou:

Piblisite


Piblisite