Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 39:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତେଣୁ ସେ ଯୋଷେଫଙ୍କର ବସ୍ତ୍ର ଧରି “ମୋʼ ସଙ୍ଗେ ଶୟନ କର ବୋଲି ଟଣାଟଣି କଲା;” ମାତ୍ର ଯୋଷେଫ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତେଣୁ ସେ ଯୋଷେଫଙ୍କର ବସ୍ତ୍ର ଧରି ମୋʼ ସଙ୍ଗେ ଶୟନ କର ବୋଲି ଟଣାଟଣି କଲା; ମାତ୍ର ଯୋଷେଫ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇ ଗଲେ।

Gade chapit la Kopi

ଓଡିଆ ବାଇବେଲ

12 ତେଣୁ ସେ ଯୋଷେଫଙ୍କର ବସ୍ତ୍ର ଧରି ମୋ’ ସଙ୍ଗେ ଶୟନ କର ବୋଲି ଟଣାଟଣି କଲା; ମାତ୍ର ଯୋଷେଫ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇ ଗଲେ।

Gade chapit la Kopi

ପବିତ୍ର ବାଇବଲ

12 ତାଙ୍କର ମୁନିବଙ୍କର ସ୍ତ୍ରୀ ତାଙ୍କର ବସ୍ତ୍ରକୁ ଧରି ଟାଣି କହିଲା, “ମୋ’ ପାଖରେ ଶୟନ କର।” କିନ୍ତୁ ଯୋଷେଫ ସେ ଘରୁ ଖସି ଦୌଡ଼ି ପଳାଇ ଆସିଲେ କିନ୍ତୁ ତା'ର ହାତରେ ତାଙ୍କର ବସ୍ତ୍ର ରହିଗଲା।

Gade chapit la Kopi




ଆଦି ପୁସ୍ତକ 39:12
16 Referans Kwoze  

କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।


ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।


ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ, ସେ ମୃତ୍ୟୁୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ୱାରା ଧରାଯିବ।


ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର।


ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ।


ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।


ତଥାପି ସେ ସ୍ତ୍ରୀ ଦିନକୁ ଦିନ ଯୋଷେଫଙ୍କୁ ଏପରି କହେ; ମାତ୍ର ଯୋଷେଫ ତାହା ସଙ୍ଗେ ଶୟନ କରିବାକୁ କିମ୍ବା ତାହା ନିକଟରେ ରହିବାକୁ ସମ୍ମତ ହୁଅନ୍ତି ନାହିଁ।


ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, “ଦେଖ, ଏ ଗୃହରେ ଯାହା ଅଛି ମୋʼ ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋʼ ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି।


ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ;


ଏଥିରେ ଶାଉଲଙ୍କୁ ଚାଲିଯିବା ପାଇଁ ମୁଖ ଫେରାନ୍ତେ, ସେ ତାଙ୍କ ଚୋଗାର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା।


ଏଥିଉତ୍ତାରେ ଦିନକରେ ଯୋଷେଫ ନିଜ କାର୍ଯ୍ୟ ନିମନ୍ତେ ଗୃହ ଭିତରକୁ ଗଲେ, ପୁଣି, ଗୃହର ଦାସ ମଧ୍ୟରୁ କେହି ସେଠାରେ ନ ଥିଲା।


ଯେତେବେଳେ ସେ ସ୍ତ୍ରୀ ଯୋଷେଫଙ୍କୁ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇ ଯିବାର ଦେଖିଲା,


ପୁଣି ତାହାକୁ ଖୁଆଇବା ପାଇଁ ତାହା ନିକଟକୁ ନିଅନ୍ତେ, ସେ ତାମରକୁ ଧରି କହିଲା, “ଆସ, ମୋʼ ଭଉଣୀ, ମୋʼ ସଙ୍ଗରେ ଶୁଅ।”


Swiv nou:

Piblisite


Piblisite