Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 39:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହି ଗୃହରେ ମୋʼ ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋʼ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏହି ଗୃହରେ ମୋʼଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋʼ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିରୂପେ ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ଵରଙ୍କ ବିରୁଦ୍ଧରେ ପାପ କରିପାରେ?

Gade chapit la Kopi

ଓଡିଆ ବାଇବେଲ

9 ଏହି ଗୃହରେ ମୋ’ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋ’ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ ?”

Gade chapit la Kopi

ପବିତ୍ର ବାଇବଲ

9 ଏହି ଗୃହରେ ସେ ମୋତେ ତାଙ୍କ ସହିତ ସମାନ କରିଛନ୍ତି। ମୁଁ ତାଙ୍କ ସ୍ତ୍ରୀ ସହିତ ଶୟନ କରି ପାରିବି ନାହିଁ। ଏହା ଭୁଲ୍ ଅଟେ, ଏହା ପରମେଶ୍ୱରଙ୍କ ବିରୁଦ୍ଧରେ ପାପ ତୁଲ୍ୟ।”

Gade chapit la Kopi




ଆଦି ପୁସ୍ତକ 39:9
34 Referans Kwoze  

ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ।


ପୁଣି, ତୃତୀୟ ଦିନରେ ଯୋଷେଫ ସେମାନଙ୍କୁ କହିଲେ, “ପରମେଶ୍ୱରଙ୍କ ପ୍ରତି ଆମ୍ଭର ଭୟ ଅଛି; ଏଣୁ ଏହି କର୍ମ କର, ତହିଁରେ ବଞ୍ଚିବ।


ତେବେ ପରମେଶ୍ୱର ସ୍ୱପ୍ନ ଯୋଗେ ତାହାକୁ କହିଲେ, “ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି, ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏନିମନ୍ତେ ତାଙ୍କୁ ସ୍ପର୍ଶ କରିବାକୁ ତୁମ୍ଭଙ୍କୁ ଦେଲୁ ନାହିଁ।


ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ବରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ବରଙ୍କଠାରୁ ଜାତ ହେବାରୁ ପାପ କରିପାରେ ନାହିଁ।


ସେ ବହୁତ ପ୍ରହାରରେ ପ୍ରହାରିତ ହେବ; କିନ୍ତୁ ଯେ ନ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ, ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ। ଯାହାକୁ ବହୁତ ଦିଆଯାଇଅଛି, ତାହାଠାରୁ ବହୁତ ଦାବି କରାଯିବ; ପୁଣି, ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି, ତାହା ନିକଟରୁ ବହୁତ ଦାବି କରିବେ।”


ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।


ଆଉ, ଭଣ୍ଡାରଘରିଆ ବିଷୟରେ ଏହା ନିତାନ୍ତ ଆବଶ୍ୟକ, ଯେପରି ସେ ବିଶ୍ୱସ୍ତ ଦେଖାଯାଏ।


ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି ଓ ସେମାନଙ୍କର ବିପକ୍ଷମାନେ କହିଲେ, ‘ଆମ୍ଭେମାନେ ଦୋଷ କରୁ ନାହୁଁ, କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, ଆପଣାମାନଙ୍କର ପୂର୍ବପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି।’


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରିଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’”


କାରଣ ପରମେଶ୍ୱରଙ୍କଠାରୁ ବିପଦ ମୋʼ ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ୱ ସକାଶୁ ମୁଁ କିଛି କରି ପାରିଲି ନାହିଁ।


ପୁଣି ଶୋକ କରିବା ସମୟ ଗତ ହୁଅନ୍ତେ, ଦାଉଦ ଲୋକ ପଠାଇ ତାହାକୁ ଆପଣା ଗୃହକୁ ନେଲେ, ତହୁଁ ସେ ତାଙ୍କର ଭାର୍ଯ୍ୟା ହେଲା ଓ ତାଙ୍କର ଏକ ପୁତ୍ର ପ୍ରସବ କଲା। ମାତ୍ର ଦାଉଦ ଏହି ଯେଉଁ କର୍ମ କଲେ, ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା।


ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।


“କେହି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ, ଅର୍ଥାତ୍‍, ଗଚ୍ଛିତ ବା ହସ୍ତରେ ସମର୍ପିତ କିଅବା ଅପହୃତ ଦ୍ରବ୍ୟ ବିଷୟରେ ଆପଣା ପ୍ରତିବାସୀ ସହିତ ଅସତ୍ୟ ବ୍ୟବହାର କରେ, ଅଥବା ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରେ;


ଜଣେ ବ୍ୟଭିଚାରୀ ପୁରୁଷ ନିତାନ୍ତ ନିର୍ବୋଧ; ଯେ ନିଜ ପ୍ରାଣନାଶ କରିବ, ସେ ହିଁ ତାହା କରେ।


ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ ଅତ୍ୟାଚାର କଲେ; ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।


ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।


ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ୱସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଅାମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଶିକ୍ଷାର ଅଳଙ୍କାର ସ୍ୱରୂପ ହୁଅନ୍ତି।


ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ।


ତହିଁରେ ମୁଁ କହିଲି, “ମୋʼ ପରି ଲୋକ କʼଣ ପଳାଇବ? ମୋʼ ପରି ହୋଇ ପ୍ରାଣ ବଞ୍ଚାଇବା ପାଇଁ ଯେ ମନ୍ଦିର ଭିତରକୁ ଯିବ, ଏପରି କିଏ ଅଛି? ମୁଁ ଭିତରକୁ ଯିବି ନାହିଁ।”


ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।


ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା।”


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।


ଏଣୁ ସେ ଆପଣା ଗୃହର ସର୍ବକାର୍ଯ୍ୟାଧ୍ୟକ୍ଷ ବୃଦ୍ଧ ଦାସକୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ;


ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।”


ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ।


ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।”


ତଥାପି ସେ ସ୍ତ୍ରୀ ଦିନକୁ ଦିନ ଯୋଷେଫଙ୍କୁ ଏପରି କହେ; ମାତ୍ର ଯୋଷେଫ ତାହା ସଙ୍ଗେ ଶୟନ କରିବାକୁ କିମ୍ବା ତାହା ନିକଟରେ ରହିବାକୁ ସମ୍ମତ ହୁଅନ୍ତି ନାହିଁ।


ତୁମ୍ଭେ ବ୍ୟଭିଚାର କରିବ ନାହିଁ।


ଆଉ, ମୁଁ ଦେଖୁଅଛି ଯେ, ଯେଉଁ ସ୍ତ୍ରୀର ଅନ୍ତଃକରଣ ଫାନ୍ଦ ଓ ଜାଲ ସ୍ୱରୂପ ଓ ହସ୍ତ ବନ୍ଧନ ସ୍ୱରୂପ, ସେ ମୃତ୍ୟୁୁ ଅପେକ୍ଷା ଅଧିକ ତିକ୍ତ ଅଟେ; ଯେକେହି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ; ମାତ୍ର ପାପୀ ତାହା ଦ୍ୱାରା ଧରାଯିବ।


Swiv nou:

Piblisite


Piblisite