Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 4:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତ ଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ ସଦାପ୍ରଭୁ ତାଙ୍କୁ କହିଲେ, ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ତ ହେବ। ପୁଣି କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।

Gade chapit la Kopi

ଓଡିଆ ବାଇବେଲ

15 ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।

Gade chapit la Kopi

ପବିତ୍ର ବାଇବଲ

15 ଏହା ପରେ ସଦାପ୍ରଭୁ କୟିନକୁ କହିଲେ, “ମୁଁ ଏପରି ଘଟିବାକୁ ଦେବି ନାହିଁ! ଯଦି କୌଣସି ଲୋକ ତୁମ୍ଭକୁ ହତ୍ୟା କରେ, ତେବେ ମୁଁ ତାକୁ ଅଧିକରୁ ଅଧିକ ଦଣ୍ଡ ବିଧାନ କରିବି।” ଏହା ପରେ ସଦାପ୍ରଭୁ ପରମେଶ୍ୱର କୟିନକୁ ଏକ ଚିହ୍ନ ଦେଲେ। ଚିହ୍ନଟି ଦର୍ଶାଇଲା ଯେ, କେହି ତାକୁ ମାରିବା ଉଚିତ୍ ନୁହେଁ।

Gade chapit la Kopi




ଆଦି ପୁସ୍ତକ 4:15
15 Referans Kwoze  

ପୁଣି, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ନଗରର ମଧ୍ୟଦେଇ, ଯିରୂଶାଲମର ମଧ୍ୟଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ୱାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ।”


ପୁଣି, ହେ ପ୍ରଭୋ, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଅଛନ୍ତି, ସେହି ନିନ୍ଦାର ସାତ ଗୁଣ ପ୍ରତିଫଳ ସେମାନଙ୍କ କ୍ରୋଡ଼ରେ ଦିଅ।


ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର।” ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ।


ଯଦି କୟିନର ବଧର ପ୍ରତିଫଳ ସାତ ଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।”


ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ।


ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍‍ ତୃତୀୟ ଦୂତ ଆସି ଉଚ୍ଚସ୍ୱରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ,


ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭର ଖଡ୍ଗ ପୁଣି, ଥରେ ଆପଣା ସ୍ଥାନରେ ରଖ, କାରଣ ଯେଉଁମାନେ ଖଡ୍ଗ ଧାରଣ କରନ୍ତି, ସେ ସମସ୍ତେ ଖଡ୍ଗ ଦ୍ୱାରା ବିନଷ୍ଟ ହେବେ।


ତହୁଁ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ; କାରଣ ଅଳ୍ପ ସମୟ ପରେ ଆମ୍ଭେ ଯେହୂର ବଂଶକୁ ଯିଷ୍ରିୟେଲର ରକ୍ତପାତର ପ୍ରତିଫଳ ଭୋଗ କରାଇବା ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା।


ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୋ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର।


ତଥାପି ବାଶା ଓ ତାଙ୍କର ବଂଶ ବିରୁଦ୍ଧରେ ହନାନିର ପୁତ୍ର ଯେହୂ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯେହେତୁ ସେ ଆପଣା ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ସବୁ କୁକର୍ମ କରି ଯାରବୀୟାମଙ୍କର ବଂଶ ତୁଲ୍ୟ ହୋଇଥିଲେ ଓ ତାହାକୁ ଉଚ୍ଛିନ୍ନ କରିଥିଲେ।


ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଶାସ୍ତି ଦେବା।


ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ତୁମ୍ଭମାନଙ୍କୁ ପ୍ରହାର କରିବା, ଆମ୍ଭେ ନିଜେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ପ୍ରହାର କରିବା।


ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା।


ଆଉ ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ଡ ଦେବା।


ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ପଡ଼ିବ।


Swiv nou:

Piblisite


Piblisite