Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଅନନ୍ତର ସଦାପ୍ରଭୁ କୟିନଙ୍କୁ ପଚାରିଲେ, ତୁମ୍ଭ ଭାଇ ହେବଲ କେଉଁଠାରେ? ସେ କହିଲେ, ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ?

Gade chapit la Kopi

ଓଡିଆ ବାଇବେଲ

9 ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?”

Gade chapit la Kopi

ପବିତ୍ର ବାଇବଲ

9 ଏହା ପରେ ସଦାପ୍ରଭୁ କୟିନକୁ କହିଲେ, “ତୁମ୍ଭର ଭାଇ ହେବଲ କେଉଁଠି?” କୟିନ ଉତ୍ତର ଦେଲା, “ମୁଁ ଜାଣେ ନାହିଁ, ଏହା କ’ଣ ମୋର କାମ ଯେ ମୋର ଭାଇର ମୁଁ ଯତ୍ନ ନେବି ଓ ଜଗି ରହିବି?”

Gade chapit la Kopi




ଆଦି ପୁସ୍ତକ 4:9
11 Referans Kwoze  

ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।


କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।


ଆଉ, ସେମାନେ ଆପଣା ପିତା ନିକଟକୁ ସେହି ନାନା ବର୍ଣ୍ଣର ଅଙ୍ଗରଖା ପଠାଇଦେଇ କହିଲେ, “ଆମ୍ଭେମାନେ ଏତିକି ମାତ୍ର ପାଇଲୁ, ଏହା ତୁମ୍ଭ ପୁତ୍ରର ଅଙ୍ଗରଖା କି ନାହିଁ, ଚିହ୍ନ।”


ସେ କହିଲେ, “ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।


ସେତେବେଳେ ଯିହୁଦା ଭାଇମାନଙ୍କୁ କହିଲା, “ଆମ୍ଭମାନଙ୍କ ଭାଇକୁ ବଧ କରି ତାହାର ରକ୍ତ ଗୋପନ କଲେ, ଆମ୍ଭମାନଙ୍କର ଲାଭ କଅଣ?


ହେ ସଦାପ୍ରଭୋ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋʼ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର।


Swiv nou:

Piblisite


Piblisite