Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 41:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଗୋଟିଏ ସ୍ୱପ୍ନ ଦେଖିଅଛୁ, କେହି ତହିଁର ଅର୍ଥ କରି ପାରୁ ନାହାନ୍ତି; ମାତ୍ର ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ, ଯେ ତୁମ୍ଭେ ସ୍ୱପ୍ନ ଶୁଣିଲେ, ତହିଁର ଅର୍ଥ କରିପାର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ଫାରୋ ଯୋଷେଫଙ୍କୁ କହିଲେ, ଆମ୍ଭେ ଗୋଟିଏ ସ୍ଵପ୍ନ ଦେଖିଅଛୁ, କେହି ତହିଁର ଅର୍ଥ କରି ପାରୁ ନାହାନ୍ତି; ମାତ୍ର ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ, ଯେ ତୁମ୍ଭେ ସ୍ଵପ୍ନ ଶୁଣିଲେ, ତହିଁର ଅର୍ଥ କରି ପାର।

Gade chapit la Kopi

ଓଡିଆ ବାଇବେଲ

15 ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଗୋଟିଏ ସ୍ୱପ୍ନ ଦେଖିଅଛୁ, କେହି ତହିଁର ଅର୍ଥ କରି ପାରୁ ନାହାନ୍ତି; ମାତ୍ର ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ, ଯେ ତୁମ୍ଭେ ସ୍ୱପ୍ନ ଶୁଣିଲେ, ତହିଁର ଅର୍ଥ କରି ପାର।”

Gade chapit la Kopi

ପବିତ୍ର ବାଇବଲ

15 ଫାରୋ ଯୋଷେଫଙ୍କୁ ପଗ୍ଭରିଲେ, “ମୁଁ ଏକ ସ୍ୱପ୍ନ ଦେଖିଲି। କିନ୍ତୁ କୌଣସି ଲୋକ ଏହି ସ୍ୱପ୍ନର ଅର୍ଥ କରି ପାରୁ ନାହାନ୍ତି। ମୁଁ ଶୁଣିଲି ଯେ, ଯଦି କେହି ତୁମ୍ଭକୁ ସ୍ୱପ୍ନ ବିଷୟରେ କୁହେ, ତେବେ ତୁମ୍ଭେ ସ୍ୱପ୍ନର ଅର୍ଥ କରି ପାରୁଛ।”

Gade chapit la Kopi




ଆଦି ପୁସ୍ତକ 41:15
11 Referans Kwoze  

ମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଦୂର କରିପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ୱିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”


କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍‍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ।”


ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।


ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।”


ପୁଣି, ପ୍ରଭାତରେ ତାଙ୍କର ମନ ଉଦ୍‍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସର ଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ଡିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ।


ପୁଣି, ରାଜା ସେମାନଙ୍କୁ କହିଲା, “ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି, ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ମନ ଚିନ୍ତିତ ହେଉଅଛି।”


ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍‍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ୱପ୍ନରେ ଯେଉଁ ଯେଉଁ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ।


ମୁଁ ରାଜା ନବୂଖଦ୍‍ନିତ୍ସର ଏହି ସ୍ୱପ୍ନ ଦେଖିଅଛି; ଏବେ ହେ ବେଲ୍‍ଟଶତ୍ସର, ତୁମ୍ଭେ ଅର୍ଥ ଜଣାଅ, କାରଣ ମୋʼ ରାଜ୍ୟସ୍ଥ ସମସ୍ତ ବିଦ୍ୱାନ୍‍ ଲୋକ ତହିଁର ଅର୍ଥ ମୋତେ ଜଣାଇବାକୁ ଅକ୍ଷମ ଅଟନ୍ତି; ମାତ୍ର ତୁମ୍ଭେ ସକ୍ଷମ ଅଟ, କାରଣ ତୁମ୍ଭ ଅନ୍ତରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି।”


ଆଉ, ପରମେଶ୍ୱରୀୟ ଦର୍ଶନ ସମ୍ବନ୍ଧରେ ବୁଦ୍ଧିମାନ ଜିଖରୀୟର ସମୟରେ ସେ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣାକୁ ନିବିଷ୍ଟ କଲେ ଓ ସେ ଯେତେ ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ସେତେ ସମୟ ପର୍ଯ୍ୟନ୍ତ ପରମେଶ୍ୱର ତାଙ୍କୁ କୃତକାର୍ଯ୍ୟ ହେବାକୁ ଦେଲେ।


ମୁଁ ତୁମ୍ଭ ବିଷୟରେ ଶୁଣିଅଛି ଯେ, ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି, ଆଉ ଜ୍ଞାନ ଓ ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ଜ୍ଞାନ ତୁମ୍ଭଠାରେ ଦେଖାଯାଏ।


Swiv nou:

Piblisite


Piblisite