Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 41:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ପୁଣି, ତାଙ୍କୁ ଆପଣା ଦ୍ୱିତୀୟ ରଥରେ ଆରୋହଣ କରାଇଲେ; ଆଉ ଲୋକମାନେ ତାଙ୍କର ଆଗେ ଆଗେ “ଆଣ୍ଠୁ ପାତ ଆଣ୍ଠୁ ପାତ” ବୋଲି ଘୋଷଣା କଲେ। ଏହି ପ୍ରକାରେ ସେ ତାଙ୍କୁ ସମସ୍ତ ମିସର ଦେଶ ଉପରେ ନିଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ପୁଣି, ତାଙ୍କୁ ଆପଣା ଦ୍ଵିତୀୟ ରଥରେ ଆରୋହଣ କରାଇଲେ; ଆଉ ଲୋକମାନେ ତାଙ୍କର ଆଗେ ଆଗେ ଅବ୍ରେକ୍ ଅବ୍ରେକ୍ (ଆଣ୍ଠୁପାତ ଆଣ୍ଠୁପାତ) ବୋଲି ଘୋଷଣା କଲେ। ଏହି ପ୍ରକାରେ ସେ ତାଙ୍କୁ ସମସ୍ତ ମିସର ଦେଶ ଉପରେ ନିଯୁକ୍ତ କଲେ।

Gade chapit la Kopi

ଓଡିଆ ବାଇବେଲ

43 ପୁଣି, ତାଙ୍କୁ ଆପଣା ଦ୍ୱିତୀୟ ରଥରେ ଆରୋହଣ କରାଇଲେ; ଆଉ ଲୋକମାନେ ତାଙ୍କର ଆଗେ ଆଗେ ଆଣ୍ଠୁ ପାତ ଆଣ୍ଠୁ ପାତ ବୋଲି ଘୋଷଣା କଲେ। ଏହି ପ୍ରକାରେ ସେ ତାଙ୍କୁ ସମସ୍ତ ମିସର ଦେଶ ଉପରେ ନିଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

43 ଫାରୋ ଯୋଷେଫଙ୍କୁ ଆପଣା ଦ୍ୱିତୀୟ ରଥରେ ଆରୋହଣ କରାଇଲେ। ଆଉ ଲୋକମାନେ ତାଙ୍କର ଆଗେ ଆଗେ, “ଯୋଷେଫଙ୍କୁ ପ୍ରଣାମ କର” ବୋଲି କହିଲେ। ତେଣୁ ଯୋଷେଫ ସମଗ୍ର ମିଶରରେ ମୁଖ୍ୟ ଭାବେ ନିଯୁକ୍ତ ହେଲେ।

Gade chapit la Kopi




ଆଦି ପୁସ୍ତକ 41:43
16 Referans Kwoze  

ଏନିମନ୍ତେ ତୁମ୍ଭେମାନେ ଯେ ମୋତେ ଏ ସ୍ଥାନକୁ ପଠାଇଅଛ, ତାହା ନୁହେଁ, ପରମେଶ୍ୱର ପଠାଇଅଛନ୍ତି; ପୁଣି, ସେ ମୋତେ ଫାରୋଙ୍କର ପିତା ଓ ତାଙ୍କ ଗୃହର ପ୍ରଭୁ ଓ ସମସ୍ତ ମିସର ଦେଶର କର୍ତ୍ତା କରିଅଛନ୍ତି।


ପୁଣି, ତାହାଙ୍କ ସମସ୍ତ କ୍ଲେଶରୁ ତାହାଙ୍କୁ ଉଦ୍ଧାର କରି ମିସରର ରାଜା ଫାରୋଙ୍କ ସାକ୍ଷାତରେ ତାହାଙ୍କୁ ଅନୁଗ୍ରହ ଓ ଜ୍ଞାନ ପ୍ରଦାନ କଲେ; ସେଥିରେ ଫାରୋ ତାହାଙ୍କୁ ମିସର ଓ ଆପଣା ସମସ୍ତ ଗୃହର ଶାସନକର୍ତ୍ତା ସ୍ୱରୂପେ ନିଯୁକ୍ତ କଲେ।


ପୁଣି, ସେମାନେ ତାଙ୍କୁ କହିଲେ, “ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି।” ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।


ସେହି ସମୟରେ ଯୋଷେଫ ସେହି ଦେଶର ଅଧ୍ୟକ୍ଷ ହେବାରୁ ଦେଶୀୟ ଲୋକ ସମସ୍ତଙ୍କୁ ଶସ୍ୟ ବିକ୍ରୟ କରୁଥିଲେ; ତହିଁରେ ଯୋଷେଫଙ୍କର ଭ୍ରାତୃଗଣ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ।


ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ,


ସେତେବେଳେ ଦେଶର କର୍ତ୍ତା ସେହି ବ୍ୟକ୍ତି ଆମ୍ଭମାନଙ୍କୁ କହିଲା, ‘ଏହା କଲେ ଆମ୍ଭେ ତୁମ୍ଭମାନଙ୍କୁ ବିଶ୍ୱାସ୍ୟ ଲୋକ ବୋଲି ବୁଝି ପାରିବା; ତୁମ୍ଭେମାନେ ଆପଣାମାନଙ୍କ ଏକ ଭାଇକୁ ଆମ୍ଭ ନିକଟରେ ରଖି ଆପଣାମାନଙ୍କ ଗୃହର ଦୁର୍ଭିକ୍ଷ ହେତୁ ଶସ୍ୟ ଘେନିଯାଅ।


“ଯେଉଁ ବ୍ୟକ୍ତି ସେହି ଦେଶର କର୍ତ୍ତା, ସେ ଆମ୍ଭମାନଙ୍କୁ ଦେଶର ଚୋର ଜ୍ଞାନ କରି କଟୁ କଥା କହିଲା।


ଏଥିଉତ୍ତାରେ ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ।


ଏଥିଉତ୍ତାରେ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଫାରୋ ଅଟୁ, ଏହେତୁ ତୁମ୍ଭ ଆଜ୍ଞା ବିନୁ ସମସ୍ତ ମିସର ଦେଶରେ କୌଣସି ଲୋକ ହାତ ଗୋଡ଼ ଉଠାଇ ପାରିବ ନାହିଁ।”


ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ଆଗକୁ ଯାଇ ପ୍ରଣାମ କରି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଦାସ।”


କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ୱେରଶ ରାଜାଙ୍କ ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଆପଣା ଭ୍ରାତୃସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ୱେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲେ।


ତାଙ୍କ ସଙ୍ଗରେ ରଥ ଓ ଅଶ୍ୱାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା।


ତହିଁରେ ରାଜାଙ୍କ ଯେତେ ଦାସ ରାଜଦ୍ୱାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍‍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲେ; ମାତ୍ର ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ।


କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମିଥିଲା।


ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍‍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା।


Swiv nou:

Piblisite


Piblisite