Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 42:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଅନନ୍ତର ସେମାନେ ପରସ୍ପର କୁହାକୁହି ହେଲେ, ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।

Gade chapit la Kopi

ଓଡିଆ ବାଇବେଲ

21 ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।

Gade chapit la Kopi

ପବିତ୍ର ବାଇବଲ

21 ସେମାନଙ୍କ ମଧ୍ୟରେ କଥାବାର୍ତ୍ତା ହେଲେ, “ଆମ୍ଭେମାନେ ଆମ୍ଭର ସାନ ଭାଇ ଯୋଷେଫକୁ ହତ୍ୟା କରିଥିବାରୁ ଆମ୍ଭେମାନେ ଦଣ୍ଡ ଭୋଗୁଅଛୁ। ଆମ୍ଭେମାନେ ଦେଖିଥିଲୁ ସେ କି କଷ୍ଟ ପାଉଥିଲା। ତାକୁ ରକ୍ଷା କରିବାକୁ ସେ କେତେ ଅନୁରୋଧ କରିଥିଲା। କିନ୍ତୁ ଆମ୍ଭେ ତା’ ପ୍ରତି କର୍ଣ୍ଣପାତ କରି ନ ଥିଲୁ। ତେଣୁ ବର୍ତ୍ତମାନ ଆମ୍ଭେ ବିପଦରେ ପଡ଼ିଅଛୁ।”

Gade chapit la Kopi




ଆଦି ପୁସ୍ତକ 42:21
29 Referans Kwoze  

ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।


ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।


କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।


ପୁଣି, ବିଶ୍ୱାସୀମାନଙ୍କ ମଧ୍ୟରୁ ଅନେକେ ଆସି ଆପଣା ଆପଣା କର୍ମ ସ୍ୱୀକାର ଓ ପ୍ରକାଶ କରିବାକୁ ଲାଗିଲେ,


କାରଣ ମୋହର ପାଞ୍ଚ ଭାଇ ଅଛନ୍ତି; ସେମାନେ ମଧ୍ୟ ଯେପରି ଏହି ଯନ୍ତ୍ରଣାମୟ ସ୍ଥାନକୁ ନ ଆସିବେ, ସେଥିପାଇଁ ସେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବେ।’


କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।


କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।


ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପଥରେ କଢ଼ାଇ ଘେନିଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ?


ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ।


ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।


ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋʼ ପୁତ୍ରକୁ ବଧ କରିବାକୁ ଆସିଅଛ!”


ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ।


ଏଥିରେ ଅଦୋନୀବେଷକ୍‌ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।


ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।


ସେତେବେଳେ ପ୍ରଧାନ ପାନପାତ୍ରବାହକ ଫାରୋଙ୍କ ଛାମୁରେ ନିବେଦନ କଲା, “ଆଜି ମୁଁ ନିଜ ଅପରାଧ ସ୍ମରଣ କରୁଅଛି।


ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।”


ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋʼ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ।


ଆଉ ଆପଣାମାନଙ୍କର ପିତା ମରିଅଛନ୍ତି, ଏହା ଦେଖି ଯୋଷେଫଙ୍କର ଭାଇମାନେ କହିଲେ, “କେଜାଣି ଯୋଷେଫ ଆମ୍ଭମାନଙ୍କୁ ଘୃଣା କରିବ, ପୁଣି, ଆମ୍ଭେମାନେ ତାହାର ଯେସକଳ ମନ୍ଦ କରିଅଛୁ, ତହିଁର ସମ୍ପୂର୍ଣ୍ଣ ପ୍ରତିଫଳ ଆମ୍ଭମାନଙ୍କୁ ଦେବ।”


ତହିଁରେ ଯିହୁଦା କହିଲା, “ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ? ଆଉ କି କଥା କହିବୁ? ଅବା କିପରି ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ? ପରମେଶ୍ୱର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ପୁଣି ଆମ୍ଭେ ସମସ୍ତେ ଆପଣଙ୍କ (ପ୍ରଭୁଙ୍କର) ଦାସ ହେବୁ।”


Swiv nou:

Piblisite


Piblisite