Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 43:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ସେମାନେ ସେହି ଭେଟି ଦ୍ରବ୍ୟ ଓ ଦ୍ୱିଗୁଣ ଟଙ୍କା ଓ ବିନ୍ୟାମୀନ୍‍କୁ ସଙ୍ଗରେ ଘେନି ଯାତ୍ରା କରି ମିସର ଦେଶରେ ଯୋଷେଫଙ୍କ ସମ୍ମୁଖରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ସେମାନେ ସେହି ଭେଟୀଦ୍ରବ୍ୟ ଓ ଦ୍ଵିଗୁଣ ଟଙ୍କା ଓ ବିନ୍ୟାମିନକୁ ସଙ୍ଗରେ ଘେନି ଯାତ୍ରା କରି ମିସର ଦେଶରେ ଯୋଷେଫଙ୍କ ସମ୍ମୁଖରେ ଠିଆ ହେଲେ।

Gade chapit la Kopi

ଓଡିଆ ବାଇବେଲ

15 ତହୁଁ ସେମାନେ ସେହି ଭେଟିଦ୍ରବ୍ୟ ଓ ଦ୍ୱିଗୁଣ ଟଙ୍କା ଓ ବିନ୍ୟାମୀନ୍‍କୁ ସଙ୍ଗରେ ଘେନି ଯାତ୍ରା କରି ମିସର ଦେଶରେ ଯୋଷେଫଙ୍କ ସମ୍ମୁଖରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ

15 ତେଣୁ ଭାଇମାନେ ସେହି ଉପହାର ନେଇ ସେହି କର୍ତ୍ତାଙ୍କ ନିକଟକୁ ଗଲେ। ଏବଂ ସେମାନଙ୍କ ସହିତ ତାଙ୍କ ଟଙ୍କାର ଦୁଇଗୁଣ ନେଇଗଲେ। ଏଥର ତାଙ୍କ ସହିତ ବିନ୍ୟାମୀନ ମଧ୍ୟ ମିଶରକୁ ଗଲା। ସେମାନେ ଯେତେବେଳେ ସେଠାରେ ପହଞ୍ଚିଲେ, ସେମାନେ ଯୋଷେଫଙ୍କୁ ଦେଖିବାକୁ ଗଲେ।

Gade chapit la Kopi




ଆଦି ପୁସ୍ତକ 43:15
6 Referans Kwoze  

ଏଥିଉତ୍ତାରେ ସେମାନେ ପଟ ଖାଲି କରନ୍ତେ, ପ୍ରତି ଜଣ ଆପଣା ଆପଣା ପଟ ଭିତରୁ ଟଙ୍କାପୁଡ଼ିଆ ପାଇଲେ। ତେବେ ସେହି ସବୁ ଟଙ୍କାର ମୁଣା ଦେଖି, ସେମାନେ ଓ ସେମାନଙ୍କ ପିତା ଭୀତ ହେଲେ।


ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, “ଯଦି ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍‍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିଙ୍କୁ ଭେଟି ଦିଅ।


ପୁଣି, ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍‍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ।


ଆଉ ମଧ୍ୟାହ୍ନ ସମୟରେ ଯୋଷେଫ ଆସିବେ ବୋଲି ସେମାନେ ଭେଟି ଦ୍ରବ୍ୟ ସଜାଇଲେ; କାରଣ ସେମାନେ ସେଠାରେ ଭୋଜନ କରିବେ ବୋଲି ଶୁଣିଥିଲେ।


ପୁଣି, ସିଖ୍ରି ନାମରେ ଇଫ୍ରୟିମୀୟ ଏକ ବିକ୍ରମଶାଳୀ ଲୋକ ରାଜପୁତ୍ର ମାସେୟକୁ ଓ ଗୃହାଧ୍ୟକ୍ଷ ଅସ୍ରୀକାମକୁ ଓ ରାଜାଙ୍କର ଦ୍ୱିତୀୟ (ସ୍ଥାନୀୟ) ଇଲ୍‍କାନାକୁ ବଧ କଲା।


ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି, ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି।


Swiv nou:

Piblisite


Piblisite