Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 44:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହିଁରେ ଯିହୁଦା କହିଲା, “ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ? ଆଉ କି କଥା କହିବୁ? ଅବା କିପରି ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ? ପରମେଶ୍ୱର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ପୁଣି ଆମ୍ଭେ ସମସ୍ତେ ଆପଣଙ୍କ (ପ୍ରଭୁଙ୍କର) ଦାସ ହେବୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହିଁରେ ଯିହୁଦା କହିଲା, ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ? ଆଉ କି କଥା କହିବୁ? ଅବା କିରୂପେ ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ? ପରମେଶ୍ଵର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ସମସ୍ତେ ହିଁ ପ୍ରଭୁଙ୍କର ଦାସ ହେଲୁ।

Gade chapit la Kopi

ଓଡିଆ ବାଇବେଲ

16 ତହିଁରେ ଯିହୁଦା କହିଲା, “ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ ? ଆଉ କି କଥା କହିବୁ ? ଅବା କିପରି ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ ? ପରମେଶ୍ୱର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ପୁଣି ଆମ୍ଭେ ସମସ୍ତେ ଆପଣଙ୍କ (ପ୍ରଭୁଙ୍କର) ଦାସ ହେବୁ।”

Gade chapit la Kopi

ପବିତ୍ର ବାଇବଲ

16 ଯିହୁଦା କହିଲା, “ହେ ମହାଶୟ, ଆମ୍ଭର ଆଉ କିଛି କହିବାର ନାହିଁ। ଆମ୍ଭର ସଫେଇ ଦେବାର ଆଉ କିଛି ନାହିଁ। ଆମ୍ଭେ ପ୍ରମାଣ କରି ପାରିବୁ ନାହିଁ ଯେ ଆମ୍ଭେ ନିର୍ଦ୍ଦୋଷ। ପରମେଶ୍ୱରଙ୍କ ବିଗ୍ଭରରେ ଆମ୍ଭେ କରିଥିବା କାର୍ଯ୍ୟ ଦୋଷାବହ। ସେଥିପାଇଁ ଆମ୍ଭେ ସମସ୍ତେ ଆପଣଙ୍କ ଦାସ ହୋଇ ରହିବୁ, ତାହା ସହିତ ଯାହାର ପଟରୁ ଆପଣଙ୍କ ପାତ୍ର ମିଳିଲା।”

Gade chapit la Kopi




ଆଦି ପୁସ୍ତକ 44:16
25 Referans Kwoze  

ଆପଣଙ୍କ ଦାସମାନଙ୍କ ମଧ୍ୟରେ ଯାହାଠାରୁ ତାହା ମିଳେ, ସେ ମରୁ, ପୁଣି, ଆମ୍ଭେମାନେ ମଧ୍ୟ ପ୍ରଭୁଙ୍କର ଦାସ ହେବୁ।”


ହେ ପ୍ରଭୁ ଧାର୍ମିକତା ତୁମ୍ଭର ଅଟେ, ମାତ୍ର ଆଜିକାର ନ୍ୟାୟ ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର; ତୁମ୍ଭ ବିରୁଦ୍ଧରେ କୃତ ସତ୍ୟ-ଲଙ୍ଘନ ସକାଶୁ ଯିହୁଦାର ଲୋକ ଓ ଯିରୂଶାଲମ ନିବାସୀଗଣ ଓ ତୁମ୍ଭ ଦ୍ୱାରା ତାଡ଼ିତ ସକଳ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇସ୍ରାଏଲ ଲୋକ (ବିବର୍ଣ୍ଣତାର ପାତ୍ର)।


କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ।


ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।


ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା?


କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।


ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ-ପ୍ରତିମାସବୁ ଆଉ ଉଠିବେ ନାହିଁ।


ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋʼ ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର।


ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ।


ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ।


“ଦେଖ, ମୁଁ ଅକିଞ୍ଚନା; ତୁମ୍ଭକୁ କି ଉତ୍ତର ଦେବି? ମୁଁ ନିଜ ମୁଖରେ ଆପଣା ହାତ ଦିଏ।


ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ; କାରଣ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇ ଅବଶିଷ୍ଟ ଅଛୁ; ଦେଖ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ; କାରଣ ତହିଁ ସକାଶୁ କେହି ତୁମ୍ଭ ଛାମୁରେ ଠିଆ ହୋଇପାରେ ନାହିଁ।”


ଏବେ ହେ ଆମ୍ଭମାନଙ୍କ ପରମେଶ୍ୱର, ଏଥିଉତ୍ତାରେ ଆମ୍ଭେମାନେ ଆଉ କଅଣ କହିବା?


ଏଥିରେ ଅଦୋନୀବେଷକ୍‌ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।


ତହୁଁ ସେ ତାହାର ପରିବାରର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ନିର୍ଣ୍ଣୀତ ହେଲା।


ମାତ୍ର ଇସ୍ରାଏଲ-ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।


ମନୁଷ୍ୟମାନଙ୍କ ମଧ୍ୟରେ ବିବାଦ ଉପସ୍ଥିତ ହେଲେ, ଯଦି ସେମାନେ ବିଚାରାର୍ଥେ ଆସନ୍ତି ଓ ବିଚାରକର୍ତ୍ତାମାନେ ସେମାନଙ୍କ ବିଚାର କରନ୍ତି; ତେବେ ସେମାନେ ନିର୍ଦ୍ଦୋଷକୁ ନିର୍ଦ୍ଦୋଷ ଓ ଦୋଷୀକୁ ଦୋଷୀ କରିବେ।


ଆହୁରି, ଆପଣଙ୍କ ଦାସ ମୁଁ, ଆପଣା ପିତାଙ୍କ ନିକଟରେ ଏହି ଯୁବାର ଲଗା ହୋଇ କହିଅଛି, ‘ମୁଁ ଯଦି ତାକୁ ତୁମ୍ଭ ପାଖକୁ ନ ଆଣେ, ତେବେ ମୁଁ ଯାବଜ୍ଜୀବନ ପିତାଙ୍କ ନିକଟରେ ଅପରାଧୀ ହେବି।’


ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”


ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋʼ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।”


ତହିଁରେ ଯୋଷେଫ କହିଲେ, “ଏପରି କର୍ମ ଆମ୍ଭଠାରୁ ଦୂର ହେଉ; ଯାହାଠାରୁ ତାଟିଆ ମିଳିଅଛି, ସେ ଆମ୍ଭର ଦାସ ହେବ; ମାତ୍ର ତୁମ୍ଭେମାନେ କୁଶଳରେ ପିତାଙ୍କ ନିକଟକୁ ଚାଲିଯାଅ।”


ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋʼ ପୁତ୍ରକୁ ବଧ କରିବାକୁ ଆସିଅଛ!”


Swiv nou:

Piblisite


Piblisite