Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 45:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ “ଯୋଷେଫଙ୍କର ଭାଇମାନେ ଆସିଅଛନ୍ତି,” ଜନରବ ଫାରୋଙ୍କର ଗୃହରେ ଶୁଣାଯାଆନ୍ତେ, ଫାରୋ ଓ ତାଙ୍କର ଦାସ ସମସ୍ତେ ସନ୍ତୁଷ୍ଟ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ ଯୋଷେଫଙ୍କର ଭାଇମାନେ ଆସିଅଛନ୍ତି, ଜନରବ ଫାରୋଙ୍କର ଗୃହରେ ଶୁଣାଯାଆନ୍ତେ, ଫାରୋ ଓ ତାଙ୍କର ଦାସ ସମସ୍ତେ ସନ୍ତୁଷ୍ଟ ହେଲେ।

Gade chapit la Kopi

ଓଡିଆ ବାଇବେଲ

16 ଆଉ ଯୋଷେଫଙ୍କର ଭାଇମାନେ ଆସିଅଛନ୍ତି, ଜନରବ ଫାରୋଙ୍କର ଗୃହରେ ଶୁଣାଯାଆନ୍ତେ, ଫାରୋ ଓ ତାଙ୍କର ଦାସ ସମସ୍ତେ ସନ୍ତୁଷ୍ଟ ହେଲେ।

Gade chapit la Kopi

ପବିତ୍ର ବାଇବଲ

16 ଯୋଷେଫଙ୍କ ଭାଇମାନେ ଆସିଛନ୍ତି। ଏହି ଜନରବ ଫାରୋ ମଧ୍ୟ ଜାଣି ପାରିଲେ। ଏଥିରେ ଫାରୋ ଓ ତାଙ୍କର ଦାସ ସମୂହ ଆନନ୍ଦିତ ହେଲେ।

Gade chapit la Kopi




ଆଦି ପୁସ୍ତକ 45:16
15 Referans Kwoze  

ପୁଣି, ଦ୍ୱିତୀୟ ଥର ଯୋଷେଫ ଆପଣା ଭାଇମାନଙ୍କ ନିକଟରେ ପରିଚିତ ହେଲେ, ଆଉ ଫାରୋ ଯୋଷେଫଙ୍କ ଜାତିର ପରିଚୟ ପାଇଲେ।


ଏହି କଥା ସମସ୍ତ ବିଶ୍ୱାସୀମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ୱାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କୁ, ପୁଣି, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୁଦୀମତାବଲମ୍ବୀ ନୀକଲାୟଙ୍କୁ ମନୋନୀତ କରି,


ତେଣୁ ତାହାର ଭାର୍ଯ୍ୟା ସେରଶ୍‍ ଓ ମିତ୍ର ସମସ୍ତେ ତାହାଙ୍କୁ କହିଲେ, “ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉ; ପୁଣି, ମର୍ଦ୍ଦଖୟଙ୍କୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରେ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ।” ଏହି କଥାରେ ହାମନ୍‍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲେ।


ତହିଁ ଉତ୍ତାରେ ଯେଉଁ କନ୍ୟା ମହାରାଜାଙ୍କର ତୁଷ୍ଟିକାରିଣୀ ହେବ, ସେ ବଷ୍ଟୀ ବଦଳେ ରାଣୀ ହେବ;” ଏହି କଥାରେ ରାଜାଙ୍କ ସନ୍ତୋଷ ହୁଅନ୍ତେ, ସେ ସେପରି କଲେ।


ଏହି କଥାରେ ରାଜା ଓ ଅଧିପତିଗଣ ସନ୍ତୁଷ୍ଟ ହୁଅନ୍ତେ, ରାଜା ମମୁଖନ୍‍ର ପରାମର୍ଶନୁସାରେ କର୍ମ କଲେ।


ଏ ବିଷୟ ରାଜାଙ୍କର ଓ ସମଗ୍ର ସମାଜର ଦୃଷ୍ଟିରେ ଯଥାର୍ଥ ବୋଧ ହେଲା।


ତହିଁରେ ସମସ୍ତ ଲୋକ ବୁଝିଲେ ଓ ତାହା ସେମାନଙ୍କ ଦୃଷ୍ଟିରେ ଭଲ ଦେଖାଗଲା; ରାଜା ମଧ୍ୟ ଯାହା ଯାହା କଲେ, ତାହାସବୁ ସମସ୍ତ ଲୋକଙ୍କ ଦୃଷ୍ଟିରେ ଭଲ ଥିଲା।


ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ୱେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ୱାରା ଓ ଦିବସରେ ମେଘ ଦ୍ୱାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ।


ଏଥିପାଇଁ ଏବେ ଫାରୋ ଜଣେ ବୁଦ୍ଧିମାନ ଜ୍ଞାନୀ ପୁରୁଷ ଦେଖି ମିସର ଦେଶ ଉପରେ ନିଯୁକ୍ତ କରନ୍ତୁ।


ସେତେବେଳେ ସେମାନଙ୍କର ଏହି କଥାରେ ହମୋର ଓ ତାହାର ପୁତ୍ର ଶିଖିମ ସନ୍ତୁଷ୍ଟ ହେଲେ।


ଏଥିଉତ୍ତାରେ ଅବିମେଲକ କହିଲେ, “ଦେଖ, ଆମ୍ଭର ଏହି ସମସ୍ତ ଦେଶ ତୁମ୍ଭ ସମ୍ମୁଖରେ ଅଛି, ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର।”


ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତାʼ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା।


ପୁଣି, ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ।


ପୁଣି, ଫାରୋ ଯୋଷେଫଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇମାନଙ୍କୁ କୁହ, ‘ତୁମ୍ଭେମାନେ ଏହି କର୍ମ କର; ଆପଣା ଆପଣା ପଶୁମାନଙ୍କୁ ବୋଝାଇ କରି କିଣାନ ଦେଶକୁ ଯାଅ,


ସେତେବେଳେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଦୃଷ୍ଟିରେ ଏହି କଥା ଉତ୍ତମ ବୋଧ ହେଲା।


Swiv nou:

Piblisite


Piblisite