Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 46:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିଉତ୍ତାରେ ଯାକୁବ ବେର୍‍ଶେବାଠାରୁ ଯାତ୍ରା କଲେ; ପୁଣି, ତାଙ୍କୁ ନେବା ନିମନ୍ତେ ଫାରୋ ଯେଉଁ ଶଗଡ଼ ପଠାଇଥିଲେ, ତହିଁରେ ଇସ୍ରାଏଲର ପୁତ୍ରଗଣ ଆପଣାମାନଙ୍କ ପିତା ଯାକୁବଙ୍କୁ ଓ ବାଳକମାନଙ୍କୁ ଓ ଭାର୍ଯ୍ୟାମାନଙ୍କୁ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଅନନ୍ତର ଯାକୁବ ବେରଶେବାଠାରୁ ଯାତ୍ରା କଲେ; ପୁଣି ତାଙ୍କୁ ବହିବା ନିମନ୍ତେ ଫାରୋ ଯେଉଁ ଶକଟ ପଠାଇଥିଲେ, ତହିଁରେ ଇସ୍ରାଏଲର ପୁତ୍ରଗଣ ଆପଣାମାନଙ୍କ ପିତା ଯାକୁବଙ୍କୁ ଓ ବାଳକମାନଙ୍କୁ ଓ ଭାର୍ଯ୍ୟାମାନଙ୍କୁ ନେଇ ଗଲେ।

Gade chapit la Kopi

ଓଡିଆ ବାଇବେଲ

5 ଏଥିଉତ୍ତାରେ ଯାକୁବ ବେର୍‍ଶେବାଠାରୁ ଯାତ୍ରା କଲେ; ପୁଣି, ତାଙ୍କୁ ନେବା ନିମନ୍ତେ ଫାରୋ ଯେଉଁ ଶଗଡ଼ ପଠାଇଥିଲେ, ତହିଁରେ ଇସ୍ରାଏଲର ପୁତ୍ରଗଣ ଆପଣାମାନଙ୍କ ପିତା ଯାକୁବଙ୍କୁ ଓ ବାଳକମାନଙ୍କୁ ଓ ଭାର୍ଯ୍ୟାମାନଙ୍କୁ ନେଇ ଗଲେ।

Gade chapit la Kopi

ପବିତ୍ର ବାଇବଲ

5 ଏହା ପରେ ଯାକୁବ ‌ବେ‌ର୍‌ଶେବା ଛାଡ଼ି ମିଶରକୁ ଯାତ୍ରା କଲେ। ଇସ୍ରାଏଲଙ୍କ ପୁତ୍ରମାନେ, ତାଙ୍କ ପିତା ଯାକୁବ, ତାଙ୍କ ପିଲାମାନେ ଏବଂ ତାଙ୍କ ସ୍ତ୍ରୀମାନେ ଫାରୋଙ୍କ ଦ୍ୱାରା ପ୍ରେରିତ ଶକଟରେ ଆସିଲେ।

Gade chapit la Kopi




ଆଦି ପୁସ୍ତକ 46:5
9 Referans Kwoze  

ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି, ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶଗଡ଼ ଓ ପାଥେୟ ଦ୍ରବ୍ୟ ଦେଲେ।


ଏବେ ଆମ୍ଭର ଆଜ୍ଞାନୁସାରେ ‘ଏହି କର୍ମ କର, ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ଓ ଭାର୍ଯ୍ୟାମାନଙ୍କ ପାଇଁ ମିସର ଦେଶରୁ ଶଗଡ଼ ନେଇଯାଅ, ପୁଣି, ଆପଣାମାନଙ୍କ ପିତାଙ୍କୁ ନେଇଆସ।


ପୁଣି, ଯୋଷେଫ ଯେତେ କଥା ସେମାନଙ୍କୁ କହିଥିଲେ, ସେହି ସବୁ କଥା ସେମାନେ ତାଙ୍କୁ କହିଲେ। ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶଗଡ଼ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା।


ଆମ୍ଭମାନଙ୍କ ପଶୁଗଣ ଆମ୍ଭମାନଙ୍କ ସଙ୍ଗରେ ଯିବେ, ଗୋଟିଏ ଖୁରା ହିଁ ଅବଶିଷ୍ଟ ରହିବ ନାହିଁ; କାରଣ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ; ପୁଣି, କି ଦେଇ ସଦାପ୍ରଭୁଙ୍କର ସେବା କରିବାକୁ ହେବ, ତାହା ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେମାନେ ଜାଣି ପାରିବୁ ନାହିଁ।”


ତହୁଁ ଫାରୋ ମୋଶାଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରିବାକୁ ଯାଅ; କେବଳ ତୁମ୍ଭମାନଙ୍କର ଗୋମେଷାଦି ପଲ ଥାଉନ୍ତୁ; ତୁମ୍ଭମାନଙ୍କ ବାଳକମାନେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ଯାଉନ୍ତୁ।”


ପୁଣି, ସେ ଓ ଆମ୍ଭମାନଙ୍କର ପିତୃ-ପୁରୁଷମାନେ ପ୍ରାଣତ୍ୟାଗ କଲେ,


ଏଥିଉତ୍ତାରେ ଅବ୍ରହାମ ପ୍ରଭାତରେ ଉଠି ରୁଟି ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକଙ୍କୁ ସମର୍ପଣ କରି ତାହାଙ୍କୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍‍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା।


ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ।


Swiv nou:

Piblisite


Piblisite