Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 46:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଉତ୍ତାରେ ସେମାନେ, ଅର୍ଥାତ୍‍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଉତ୍ତାରେ ସେମାନେ, ଅର୍ଥାତ୍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ଉତ୍ତରିଲେ।

Gade chapit la Kopi

ଓଡିଆ ବାଇବେଲ

6 ଏଉତ୍ତାରେ ସେମାନେ, ଅର୍ଥାତ୍‍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ।

Gade chapit la Kopi

ପବିତ୍ର ବାଇବଲ

6 ସେମାନେ ମଧ୍ୟ ସେମାନଙ୍କର ଥିବା ସମସ୍ତ ପଶୁ ଏବଂ ସେମାନେ ଯାହା ଜିନିଷ କିଣାନ ଦେଶରେ ଅର୍ଜ୍ଜନ କରିଥିଲେ ତାହା ସବୁ ମିଶର ଦେଶକୁ ନେଲେ, ଯାକୁବଙ୍କର ସମସ୍ତ ବଂଶଧର ସହିତ।

Gade chapit la Kopi




ଆଦି ପୁସ୍ତକ 46:6
10 Referans Kwoze  

ପୁଣି, ସେ ଓ ଆମ୍ଭମାନଙ୍କର ପିତୃ-ପୁରୁଷମାନେ ପ୍ରାଣତ୍ୟାଗ କଲେ,


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ଲୋକମାନେ ପ୍ରଥମରେ ପ୍ରବାସ କରିବା ପାଇଁ ମିସରକୁ ଗଲେ; ପୁଣି, ଅଶୂରୀୟ ଅକାରଣରେ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କଲା।


ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍‍ ଦେଶରେ ପ୍ରବାସ କଲା।


ଆଉ ଆମ୍ଭେ ଇସ୍‌ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ।


ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, “ଏକ ଜଣ ଭ୍ରମଣକାରୀ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ, ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା।


ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ।


ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶମଣ୍ଡଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି।


ଅର୍ଥାତ୍‍, କିପରି ଆମ୍ଭମାନଙ୍କର ପୂର୍ବପୁରୁଷମାନେ ମିସରକୁ ଗଲେ ଓ ମିସରରେ ଦୀର୍ଘ କାଳ ବାସ କଲେ ଆଉ ମିସରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ।


ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରି ଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ;


ଏହି ପ୍ରକାରେ ଯାକୁବ ଆପଣା ପୁତ୍ରପୌତ୍ର, ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ।


Swiv nou:

Piblisite


Piblisite