Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 46:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏହି ପ୍ରକାରେ ଯାକୁବ ଆପଣା ପୁତ୍ରପୌତ୍ର, ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏହି ପ୍ରକାରେ ଯାକୁବ ଆପଣା ପୁତ୍ର ପୌତ୍ର ଓ ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

7 ଏହି ପ୍ରକାରେ ଯାକୁବ ଆପଣା ପୁତ୍ର ପୌତ୍ର, ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

7 ତାଙ୍କ ସହିତ ତାଙ୍କର ପୁଅ, ଝିଅ, ନାତି ଓ ନାତୁଣି ସମସ୍ତେ ମିଶରକୁ ଗଲେ।

Gade chapit la Kopi




ଆଦି ପୁସ୍ତକ 46:7
9 Referans Kwoze  

ଏଉତ୍ତାରେ ସେମାନେ, ଅର୍ଥାତ୍‍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ।


ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍‍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍‍।


ଆଉ ଆମ୍ଭେ ଇସ୍‌ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ।


ଆଉ ଯାକୁବର ପୁତ୍ରମାନେ ସେହି ସମ୍ବାଦ ପାଇ କ୍ଷେତ୍ରରୁ ଆସିଥିଲେ; ପୁଣି, ଶିଖିମ ଯାକୁବର କନ୍ୟା ସହିତ ଶୟନ କରି ଇସ୍ରାଏଲ ବିରୁଦ୍ଧରେ ଯେଉଁ ଅକର୍ତ୍ତବ୍ୟ ମୂଢ଼ କର୍ମ କରିଥିଲା, ତହିଁ ସକାଶେ ସେମାନେ ମନସ୍ତାପିତ ଓ ଅତି କ୍ରୋଧାନ୍ୱିତ ଥିଲେ।


ଅର୍ଥାତ୍‍, କିପରି ଆମ୍ଭମାନଙ୍କର ପୂର୍ବପୁରୁଷମାନେ ମିସରକୁ ଗଲେ ଓ ମିସରରେ ଦୀର୍ଘ କାଳ ବାସ କଲେ ଆଉ ମିସରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ।


ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ।


ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, “ଏକ ଜଣ ଭ୍ରମଣକାରୀ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ, ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା।


ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍‍ ଦେଶରେ ପ୍ରବାସ କଲା।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ଲୋକମାନେ ପ୍ରଥମରେ ପ୍ରବାସ କରିବା ପାଇଁ ମିସରକୁ ଗଲେ; ପୁଣି, ଅଶୂରୀୟ ଅକାରଣରେ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କଲା।


Swiv nou:

Piblisite


Piblisite