Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 47:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେମାନେ ଫାରୋଙ୍କୁ ଆହୁରି କହିଲେ, “ଆମ୍ଭେମାନେ ଏ ଦେଶରେ ପ୍ରବାସ କରିବାକୁ ଆସିଅଛୁ; ଯେଣୁ ଆପଣଙ୍କ ଏହି ଦାସମାନଙ୍କ ପଶୁପଲ ପାଇଁ କିଛି ଚରା ନାହିଁ; କିଣାନ ଦେଶରେ ଅତି ଭାରୀ ଦୁର୍ଭିକ୍ଷ ପଡ଼ିଅଛି; ଏହେତୁ ବିନତି କରୁଅଛୁ, ଆପଣ ଏହି ଦାସମାନଙ୍କୁ ଗୋଶନ ପ୍ରଦେଶରେ ବାସ କରିବାକୁ ଦେଉନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେମାନେ ଫାରୋଙ୍କୁ ଆହୁରି କହିଲେ, ଆମ୍ଭେମାନେ ଏ ଦେଶରେ ପ୍ରବାସ କରିବାକୁ ଆସିଅଛୁ; ଯେଣୁ ଆପଣଙ୍କ ଏହି ଦାସମାନଙ୍କ ପଶୁପଲ ପାଇଁ କିଛି ଚରା ନାହିଁ; କିଣାନ ଦେଶରେ ଅତି ଭାରୀ ଦୁର୍ଭିକ୍ଷ ପଡ଼ିଅଛି; ଏହେତୁ ବିନତି କରୁଅଛୁ, ଆପଣ ଏହି ଦାସମାନଙ୍କୁ ଗୋଶନ ପ୍ରଦେଶରେ ବାସ କରିବାକୁ ଦେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

4 ସେମାନେ ଫାରୋଙ୍କୁ ଆହୁରି କହିଲେ, “ଆମ୍ଭେମାନେ ଏ ଦେଶରେ ପ୍ରବାସ କରିବାକୁ ଆସିଅଛୁ; ଯେଣୁ ଆପଣଙ୍କ ଏହି ଦାସମାନଙ୍କ ପଶୁପଲ ପାଇଁ କିଛି ଚରା ନାହିଁ; କିଣାନ ଦେଶରେ ଅତି ଭାରି ଦୁର୍ଭିକ୍ଷ ପଡ଼ିଅଛି; ଏହେତୁ ବିନତି କରୁଅଛୁ, ଆପଣ ଏହି ଦାସମାନଙ୍କୁ ଗୋଶନ ପ୍ରଦେଶରେ ବାସ କରିବାକୁ ଦେଉନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

4 ସେମାନେ ଫାରୋଙ୍କୁ କହିଲେ, “କିଣାନର ଦୁର୍ଭିକ୍ଷ ବହୁତ ଖରାପ ଅଛି। ଆମ୍ଭମାନଙ୍କର ପଶୁମାନଙ୍କ ପାଇଁ ସେଠାରେ କୌଣସି ଭୂମିରେ ଘାସ କଅଁଳୁ ନାହିଁ। ତେଣୁ ଆମ୍ଭେମାନେ ଏହିଠାକୁ ବାସ କରିବାକୁ ଆସିଅଛୁ। ଆମ୍ଭେ ଦୟାକରି ଗୋଶନ ଦେଶରେ ରହି ପାରିବୁ କି?”

Gade chapit la Kopi




ଆଦି ପୁସ୍ତକ 47:4
11 Referans Kwoze  

ସେତେବେଳେ ତୁମ୍ଭେମାନେ କହିବ, ‘ଆପଣଙ୍କର ଏହି ଦାସମାନେ ବାଲ୍ୟାବଧି ଏପର୍ଯ୍ୟନ୍ତ ପୂର୍ବପୁରୁଷାନୁକ୍ରମେ ପଶୁ ବ୍ୟବସାୟୀ;’ ତହିଁରେ ତୁମ୍ଭେମାନେ ଗୋଶନ ପ୍ରଦେଶରେ ବାସ କରି ପାରିବ; କାରଣ ପଶୁପାଳକମାନେ ମିସରୀୟମାନଙ୍କ ନିକଟରେ ଘୃଣାଯୋଗ୍ୟ ଅଟନ୍ତି।”


ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, “ଏକ ଜଣ ଭ୍ରମଣକାରୀ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ, ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା।


ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରି ଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ;


ଏହି ସମୟରେ ମଧ୍ୟଦେଶରେ ଅତିଶୟ ଦୁର୍ଭିକ୍ଷ ଥିଲା।


ପରେ ସମସ୍ତ ମିସର ଓ କିଣାନରେ ଦୁର୍ଭିକ୍ଷ ପଡ଼ିଲା, ପୁଣି, ମହାକ୍ଲେଶ ଘଟିଲା, ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଖାଦ୍ୟ ପାଇ ପାରିଲେ ନାହିଁ।


ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍‍ ଦେଶରେ ପ୍ରବାସ କଲା।


ଈଶ୍ବର ଏହିପରି କହିଲେ, ତାହାଙ୍କ ବଂଶ ବିଦେଶରେ ପ୍ରବାସ କରିବେ ଏବଂ ସେ ସ୍ଥାନର ଲୋକେ ସେମାନଙ୍କୁ ଚାରି ଶହ ବର୍ଷ ପର୍ଯ୍ୟନ୍ତ ଦାସତ୍ୱରେ ରଖି ସେମାନଙ୍କ ପ୍ରତି ଅତ୍ୟାଚାର କରିବେ।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ଲୋକମାନେ ପ୍ରଥମରେ ପ୍ରବାସ କରିବା ପାଇଁ ମିସରକୁ ଗଲେ; ପୁଣି, ଅଶୂରୀୟ ଅକାରଣରେ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କଲା।


ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା।


ତହିଁରେ ଫାରୋ ଯୋଷେଫଙ୍କୁ ଆଜ୍ଞା ଦେଲେ, “ତୁମ୍ଭର ପିତା ଓ ଭ୍ରାତୃଗଣ ତୁମ୍ଭ ନିକଟକୁ ଆସିଅଛନ୍ତି,


ତୁମ୍ଭେ ପୁତ୍ର, ପୌତ୍ର ଓ ଗୋମେଷାଦି ସର୍ବସ୍ୱ ସହିତ ଗୋଶନ ପ୍ରଦେଶରେ ବାସ କରି ମୋହର ନିକଟବର୍ତ୍ତୀ ହେବ।


Swiv nou:

Piblisite


Piblisite