Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 48:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ଵାଦ ଦେଇ କହିଲା; ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି; ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇ ଗଲେ।

Gade chapit la Kopi

ଓଡିଆ ବାଇବେଲ

1 ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇ ଗଲେ।

Gade chapit la Kopi

ପବିତ୍ର ବାଇବଲ

1 ପରେ, ଯୋଷେଫ ଜାଣିବାକୁ ପାଇଲେ ଯେ ତାଙ୍କର ପିତା ବହୁତ ଅସୁସ୍ଥ ହୋଇ ପଡ଼ିଛନ୍ତି। ତେଣୁ ଯୋଷେଫ ତାଙ୍କର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ନେଇ ତାଙ୍କର ପିତାଙ୍କ ନିକଟକୁ ଗଲେ।

Gade chapit la Kopi




ଆଦି ପୁସ୍ତକ 48:1
12 Referans Kwoze  

ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି।


ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।


ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି, ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ “କୋଳ କଲେ।”


ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍‍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍‍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା।


ପୁଣି, ଏଥିଉତ୍ତାରେ ଆୟୁବ ଏକ ଶହ ଚାଳିଶ ବର୍ଷ ବଞ୍ଚି ଚାରି ପିଢ଼ି ପର୍ଯ୍ୟନ୍ତ ଆପଣାର ପୁତ୍ରପୌତ୍ରମାନଙ୍କୁ ଦେଖିଲା।


ବିଶ୍ୱାସ ଦ୍ୱାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ।


ସେତେବେଳେ କେହି ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି,” ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ।


ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍‍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।


ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ। ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ।


ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍‍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!”


ଏଥିଉତ୍ତାରେ ଇଲୀଶାୟଙ୍କ ମୃତ୍ୟୁୁ ହୁଅନ୍ତେ, ଲୋକମାନେ ତାଙ୍କୁ କବର ଦେଲେ। ସେତେବେଳେ ମୋୟାବୀୟ ଲୁଟକାରୀ ଦଳ ବର୍ଷର ଆରମ୍ଭରେ ଦେଶ ଆକ୍ରମଣ କଲେ।


Swiv nou:

Piblisite


Piblisite