Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 48:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକାରଣ୍ୟ ହେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

16 ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋ’ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

16 ସେ ଦୂତ ଥିଲେ ଯିଏ ମୋତେ ବିପଦରୁ ଉଦ୍ଧାର କରିଛନ୍ତି। ମୁଁ ପ୍ରାର୍ଥନା କରୁଛି ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ। ସେମାନେ ମୋ’ ନାମ ମୋର ପୂର୍ବପୁରୁଷ ଅବ୍ରହାମ ଓ ଇ‌ସ୍‌ହାକଙ୍କ ନାମ ବହନ କରିବେ। ମୁଁ ପ୍ରାର୍ଥନା କରୁଛି, ସେମାନେ ବୃଦ୍ଧି ପାଇବେ ଏବଂ ଦେଶ ସେମାନଙ୍କର ପରିବାର ଦ୍ୱାରା ଜନପୂର୍ଣ୍ଣ ହୋଇଯିବ।”

Gade chapit la Kopi




ଆଦି ପୁସ୍ତକ 48:16
46 Referans Kwoze  

ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।


ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ।


ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍‍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।


ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍‍।


ତହିଁରେ ଯିହୋଶୂୟ ଯୋଷେଫଙ୍କର ବଂଶ ଇଫ୍ରୟିମ ଓ ମନଃଶିକୁ କହିଲେ, “ତୁମ୍ଭେ ବହୁଗୋଷ୍ଠୀ ଓ ତୁମ୍ଭର ମହାପରାକ୍ରମ ଅଛି; ତୁମ୍ଭେ କେବଳ ଏକ ବାଣ୍ଟ ପାଇବ ନାହିଁ।


ବିଶ୍ୱାସ ଦ୍ୱାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ।


ଯେପରି ଅବଶିଷ୍ଟ ଲୋକେ ଓ ଯେ ସମସ୍ତ ଅଣଯିହୁଦୀ ଆମ୍ଭ ନାମରେ ଖ୍ୟାତ, ସେମାନେ ପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି, ସର୍ବ ସାଧନକର୍ତ୍ତା ପ୍ରଭୁ ଏହା କହନ୍ତି।


ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି।


ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।


ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ।


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରଭୁଙ୍କୁ ପରୀକ୍ଷା କରି ସର୍ପ ଦ୍ୱାରା ବିନଷ୍ଟ ହେଲେ, ସେପରି ଆମ୍ଭେମାନେ ପ୍ରଭୁଙ୍କୁ ପରୀକ୍ଷା ନ କରୁ।


ତହିଁରେ ସେମାନେ ଆମ୍ଭ ନାମରେ ଖ୍ୟାତ ଇଦୋମର ଅବଶିଷ୍ଟାଂଶକୁ ଓ ଯାବତୀୟ ଗୋଷ୍ଠୀକୁ ଅଧିକାର କରିବେ।” ଏହି କର୍ମର ସାଧନକର୍ତ୍ତା ସଦାପ୍ରଭୁ ଏହା କହନ୍ତି।


ଓ ସମସ୍ତେ ଏକ ପାରମାର୍ଥିକ ପେୟ ପାନ କଲେ (ଯେଣୁ ସେମାନେ ସେମାନଙ୍କ ଅନୁବର୍ତ୍ତୀ ପାରମାର୍ଥିକ ଶୈଳରୁ ପାନ କରୁଥିଲେ, ଆଉ ସେହି ଶୈଳ ଖ୍ରୀଷ୍ଟ),


ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍‍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ।


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’


“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ କିଅବା ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”


ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ।


ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।


ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ।


ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।


ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ୱରୂପ, ପୁଣି ତାହାର ଶୃଙ୍ଗ ଅରଣା ଷଣ୍ଢର ଶୃଙ୍ଗ ତୁଲ୍ୟ ତଦ୍ଦ୍ୱାରା ସେ ସବୁ ଗୋଷ୍ଠୀକୁ, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ। ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ।”


ପୁଣି ତୁମ୍ଭେ ସଦାପ୍ରଭୁଙ୍କ ନାମରେ ପ୍ରସିଦ୍ଧ ଅଛ ବୋଲି ପୃଥିବୀସ୍ଥ ସମସ୍ତ ଲୋକ ଦେଖିବେ ଓ ସେମାନେ ତୁମ୍ଭ ବିଷୟରେ ଭୀତ ହେବେ।


ଏହିସବୁ ଗଣିତ ଲୋକମାନଙ୍କ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ଜଣ ହେଲା।


ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି, ସେମାନଙ୍କ ଦ୍ୱାରା ଦେଶ ପରିପୂର୍ଣ୍ଣ ହେଲା।


ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”


ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”


ଆଉ ସଦାପ୍ରଭୁଙ୍କ ଦୂତ ଦ୍ୱିତୀୟ ଥର ଆକାଶରୁ ଅବ୍ରହାମଙ୍କୁ ଡାକି କହିଲେ,


ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା।


ମାତ୍ର ଦାଉଦ ବେରୋତୀୟ ରିମ୍ମୋନ୍‍ର ପୁତ୍ର ରେଖବକୁ ଓ ତାହାର ଭାଇ ବାନାକୁ ଉତ୍ତର ଦେଇ କହିଲେ, “ଯେ ସମୁଦାୟ କ୍ଳେଶରୁ ମୋʼ ପ୍ରାଣକୁ ମୁକ୍ତ କରିଅଛନ୍ତି, ସେହି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ କହୁଅଛି,


ପୁଣି, ଆମ୍ଭେ ତୁମ୍ଭକୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରିବା ଓ ଆମ୍ଭେ ତୁମ୍ଭକୁ ଭୟାନକ ଲୋକମାନଙ୍କ ହସ୍ତରୁ ମୁକ୍ତ କରିବା।”


ଏଥିରେ ରାଜା ଶପଥ କରି କହିଲେ, “ମୁଁ ଅବଶ୍ୟ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ


ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।


Swiv nou:

Piblisite


Piblisite