Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 48:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ଵର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।

Gade chapit la Kopi

ଓଡିଆ ବାଇବେଲ

21 ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।”

Gade chapit la Kopi

ପବିତ୍ର ବାଇବଲ

21 ଏହା ପରେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ମୋର ମୃତ୍ୟୁ ସମୟ ପ୍ରାୟ ସନ୍ନିକଟ। ପରମେଶ୍ୱର ତୁମ୍ଭକୁ ସଦୟ ହୁଅନ୍ତୁ। ସେ ତୁମ୍ଭକୁ ପୁନର୍ବାର ତୁମ୍ଭର ପୂର୍ବପୁରୁଷଙ୍କ ଦେଶକୁ ନେଇ ଯିବେ।

Gade chapit la Kopi




ଆଦି ପୁସ୍ତକ 48:21
29 Referans Kwoze  

ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇଯିବେ।”


ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି, ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି, ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।”


ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”


ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।


ଏହାଙ୍କର ପିତା କି ମାତା କି ବଂଶାବଳୀର କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ବରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି।


ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ବୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି।


ଏ ସ୍ଥଳରେ ମର୍ତ୍ତ୍ୟ ମନୁଷ୍ୟମାନେ ଦଶମାଂଶ ଗ୍ରହଣ କରିଥାଆନ୍ତି, କିନ୍ତୁ ସେ ସ୍ଥଳରେ ଗ୍ରହଣ କରିଥିବା ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର।


କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ।


ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ବରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃ-ପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;


“ହେ ପ୍ରଭୁ, ଏବେ ତୁମ୍ଭେ ଆପଣା ବାକ୍ୟ ଅନୁସାରେ ନିଜ ଦାସକୁ ଶାନ୍ତିରେ ଯିବାକୁ ଦେଉଅଛ;


ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।


ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି। ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ।


ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ।


ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”


ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।


ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।”


ସେହି ସମୟରେ ଯାକୁବ ଆପଣା ପିତାଙ୍କର ପ୍ରବାସ ସ୍ଥାନ କିଣାନ ଦେଶରେ ବାସ କରୁଥିଲେ।


ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ।


ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।


ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ବନ୍ଦୀତ୍ୱ ଫେରାଇବେ, ତୁମ୍ଭକୁ କରୁଣା କରିବେ ଓ ଫେରିଆସି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ।


ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”


ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, “ମୁଁ ଯଦି ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ; ପୁଣି, ମୋʼ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ।


ତହିଁରେ ଫାରୋ କହିଲେ, “ଯାଅ, ତୁମ୍ଭ ପିତା ତୁମ୍ଭକୁ ଯେଉଁ ଶପଥ କରାଇଅଛନ୍ତି, ତୁମ୍ଭେ ତଦନୁସାରେ ତାଙ୍କୁ କବର ଦିଅ।”


Swiv nou:

Piblisite


Piblisite